ଧର୍ମଶାଳାରେ ବିଜେଡି ଗଡ଼ ଭାଙ୍ଗିଲେ ହିମାଂଶୁ

ଧର୍ମଶାଳା/କାଏମା,୪ା୬(ବଟକୃଷ୍ଣ ପରିଡ଼ା/ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ନିର୍ବାଚନମଣ୍ଡଳୀର ସ୍ବାଧୀନ ବିଧାୟକ ପ୍ରାର୍ଥୀ ହିଂମାଶୁ ଶେଖର ସାହୁ ବିଜୟୀ ହୋଇଛନ୍ତି। ଧର୍ମଶାଳା ନିବାଚନମଣ୍ଡଳୀ ୨୯ ବର୍ଷ ଧରି ବିଜେଡି ଗଡ଼ ଭାବେ ପରିଚିତ ହୋଇଥିବାବେଳେ ହିମାଂଶୁ ଏହି ଗଡ଼କୁ ଭାଙ୍ଗି ଐତିହାସିକ ବିଜୟ ହାସଲ କରିଛନ୍ତି। ହିମାଂଶୁ ୭୯,୭୫୯ ଭୋଟ ପାଇଥିବାବେଳେ ବିଜେଡି ପ୍ରାର୍ଥୀ ପ୍ରଣବ ବଳବନ୍ତରାୟ ୭୫,୬୦୯ ଖଣ୍ଟ ଭୋଟ ହାସଲ କରି ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ବିଜୟ ବ୍ୟବଧାନ ୪,୧୫୦ ରହିଛି।

ଭାଜପା ପ୍ରାର୍ଥୀ ସ୍ମୃତିରେଖା ପହି ୧୫,୯୨୬ ଖଣ୍ଡ ଭୋଟ ପାଇ ତୃତୀୟ ସ୍ଥାନରେ ରହିଛନ୍ତି। ଏହି ବିଜୟ ହାସଲ ପରେ ଜାରକା ଅଞ୍ଚଳରେ ଏକ ପ୍ରକାର ଦୀପାବଳି ଉତ୍ସବ ପାଳନ ଭଳି ଦୃଶ୍ୟ ଦେଖିବାକୁ ମିଳିଛି। ବାଣଫୁଟାଇ, ବାଜା ବଜାଇ ହିମାଂଶୁଙ୍କ ସମର୍ଥକ ଆନନ୍ଦିତ ହୋଇଛନ୍ତି। ହିମାଂଶୁ ଭାଜପା ଟିକେଟରୁ ବଞ୍ଚିତ ହେବାପରେ ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଥିଲେ।

୧୯୯୫ରୁ ସ୍ବର୍ଗତ କଳ୍ପତରୁ ଦାସ ଓ ପରେ ତାଙ୍କ ପୁଅ ପ୍ରଣବ ଏଠାରେ ନିବାଚିତ ହେଉଥିଲେ। ୧୯୮୦ରେ ସ୍ବାଧୀନ ପ୍ରାର୍ଥୀ ଭାବେ ସ୍ବର୍ଗତ କାଙ୍ଗାଳି ଚରଣ ପଣ୍ଡା ଏହି ଆସନରୁ ବିଜୟୀ ହୋଇଥିଲେ। ବିଜୟ ପରେ ହିମାଂଶୁ ସନ୍ଧ୍ୟାରେ ଜାରକାଠାରେ ପହଁଚିବା ପରେ ଅପେକ୍ଷାରତ ସମର୍ଥକମାନେ ତାଙ୍କୁ ସ୍ବାଗତସମ୍ବର୍ଦ୍ଧନା ଜଣାଇଥିଲେ। ପରେ ସେ ତାଙ୍କ ବାସଭବନରେ ପହଞ୍ଚି ମା’ଙ୍କ ଆଶୀର୍ବାଦ ନେବା ସହ ନିଜର ସମର୍ଥକମାନଙ୍କୁ କୃତଜ୍ଞତା ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri