Posted inଜାତୀୟ

ହିମନ୍ତ-ସାଙ୍ଗମାଙ୍କ ନିଷ୍ପତ୍ତି, ତୁଟିବ ଆସାମ-ମେଘାଳୟ ସୀମା ବିବାଦ…

ଗୁଆହାଟୀ/ଶିଲଂ, ୨୨।୮ : ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ଏବଂ ମେଘାଳୟର ମୁଖ୍ୟମନ୍ତ୍ରୀ କନରାଡ କେ ସାଙ୍ଗମା ୬ ଅଞ୍ଚଳରେ ଆନ୍ତଃରାଜ୍ୟ ସୀମା ବିବାଦର ସମାଧାନ ପାଇଁ କାର୍ଯ୍ୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଅନ୍ୟ ୬ଟି ସମାନ ଅଞ୍ଚଳରେ ସମସ୍ୟାର ସମାଧାନ ପାଇଁ ଚଳିତ ବର୍ଷ ଉତ୍ତର-ପୂର୍ବର ଦୁଇ ପଡୋଶୀ ରାଜ୍ୟ ମଧ୍ୟରେ ଏକ ଚୁକ୍ତିନାମା ସ୍ବାକ୍ଷରିତ ହୋଇଥିଲା।

ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ କହିଛନ୍ତି, ଅବଶିଷ୍ଟ ୬ଟି ବିବାଦୀୟ ଅଞ୍ଚଳର ସମସ୍ୟାର ସମାଧାନ ପାଇଁ ଆମେ କାର୍ଯ୍ୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛୁ। ଏହି ଅଞ୍ଚଳଗୁଡିକ ମେଘାଳୟ ପାର୍ଶ୍ୱରୁ ତିନୋଟି ଜିଲାରେ ଅବସ୍ଥିତ। ଏହି ପ୍ରସଙ୍ଗରେ ଆଗକୁ ବଢ଼ିବାକୁ କ୍ୟାବିନେଟ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଭୟ ରାଜ୍ୟ ତିନୋଟି ଆଞ୍ଚଳିକ କମିଟି ଗଠନ କରିବେ।

୧୫ ଦିନ ମଧ୍ୟରେ କମିଟିଗୁଡ଼ିକୁ ଏନେଇ ଅବଗତ କରାଯିବ। ଏହା ପରେ କମିଟିଗୁଡିକ ତୁରନ୍ତ ଅଞ୍ଚଳ ପରିଦର୍ଶନ କରିବା ଆରମ୍ଭ କରିବେ। ସୂଚନାଯୋଗ୍ୟ, ଚଳିତ ବର୍ଷ ମାର୍ଚ୍ଚ ୨୯ ରେ ୧୨ ଟି ବିବାଦୀୟ ଅଞ୍ଚଳ ମଧ୍ୟରୁ ୫ଟି ଅଞ୍ଚଳରେ ପାଞ୍ଚ ଦଶନ୍ଧି ପୁରୁଣା ସୀମା ବିବାଦକୁ ସମାପ୍ତ କରିବାକୁ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପସ୍ଥିତିରେ ଉଭୟ ରାଜ୍ୟ ଏକ ବୁଝାମଣାପତ୍ର ସ୍ବାକ୍ଷର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ସୁନିତା ଆହୁଜାଙ୍କୁ ନେଇ କୋମଲ ରାଣୀଙ୍କ ଚାଞ୍ଚଲ୍ୟକର ଦାବି; ‘ଯିଏ ତାଙ୍କ ସ୍ବାମୀଙ୍କ ହତ୍ୟା ପଛରେ ଥିଲେ…’: ଗୋବିନ୍ଦାଙ୍କ ସହ ଡେଟିଂକୁ ନେଇ…

ମୁମ୍ବାଇ,୨୬।୯: ବଲିଉଡ ଅଭିନେତା ଗୋବିନ୍ଦା ଦୀର୍ଘ ଦିନ ଧରି ନିଜ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ରହିଆସିଛନ୍ତି। ତାଙ୍କ ପତ୍ନୀ ସୁନିତା ଆହୁଜା ବାରମ୍ବାର ଗୋବିନ୍ଦାଙ୍କ ଅନ୍ୟ…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ଲଗାଣ ବର୍ଷାରେ ଖରିପ ଫସଲ ନଷ୍ଟ, ଚିନ୍ତାରେ ଚାଷୀ

ଗଞ୍ଜାମ,୨୬ା୯(ବିଦ୍ୟାଧର ସାହୁ): ସାମୁଦ୍ରିକ ଝଡ଼ ଯୋଗୁ ଲଗାଣ ବର୍ଷା ପ୍ରଭାବରେ ସାଧାରଣ ଜୀବନ ଜୀବିକା ପ୍ରଭାବିତ ହୋଇପଡ଼ିଥିବା ପରିଲକ୍ଷିତ ହୋଇଛି। ଏପରିକି ରବି ଓ ଖରିଫ ଫସଲ…

କେଏସ୍‌ୟୁବି କଲେଜରେ କାରିୟର କାଉନସେଲିଂ, ଛାତ୍ରୀଛାତ୍ରଙ୍କୁ ମାର୍ଗଦର୍ଶନ ଦେଇ…

ଭଞ୍ଜନଗର,୨୬ା୯(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ (କେଏସ୍‌ୟୁବି) ପରିସରରେ ଶନିବାର ଏକ କ୍ୟାରିୟର କାଉନସେଲିଂ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଡ.…

ଅମିତାଭଙ୍କ ସାମ୍ନାରେ ଭାବପ୍ରବଣ ହୋଇପଡ଼ିଲେ ରାଜକୁମାର: କହୁ କହୁ କହିଦେଲେ…

ମୁମ୍ବାଇ:ଲୋକପ୍ରିୟ କୁଇଜ ରିଆଲିଟି ଶୋ’ ‘କୌନ ବନେଗା କରୋଡପତି’ ସିଜନ ୧୮ର ମଞ୍ଚ କେବଳ ଜ୍ଞାନ ଓ ପୁରସ୍କାରରେ ସୀମିତ ନୁହେଁ। ଅନେକ ସମୟରେ ଏଠାରେ ଅତିଥିଙ୍କ…

ହାତୀ ଆକ୍ରମଣରେ ମୃତକ ପରିବାରକୁ ମିଳିଲା ଆର୍ଥିକ ସହାୟତା

କେସିଙ୍ଗା,୨୬ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଯାଦବ ମହାସଭା ଅନ୍ତର୍ଗତ କେସିଙ୍ଗା ବ୍ଲକର ଶିରୋଲ ଆଞ୍ଚଳିକ ଯାଦବ ସମାଜ ଅଧୀନସ୍ଥ ପୋଢ଼ଖମ୍ବ ଗ୍ରାମର ସ୍ବର୍ଗତ ଅକ୍ରୁର ହେର୍ନା ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?