Posted inଜାତୀୟ

ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ୱ ଶର୍ମା

ଗୁଆହାଟୀ,୧୦।୫: ଆସାମର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ହିମନ୍ତ ବିଶ୍ବ ଶର୍ମାଙ୍କ ଶପଥ ନେଇଛନ୍ତିି। ଶ୍ରୀମନ୍ତ ଶଙ୍କରଦେବ କଳାକ୍ଷେତ୍ରରେ ସୋମବାର ଦିନ ୧୨ଟାରେ ରାଜ୍ୟପାଳ ଜଗଦୀଶ ମୁଖୀ ତାଙ୍କୁ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ତାଙ୍କ ସହ ମନ୍ତ୍ରୀମାନେ ମଧ୍ୟ ଶପଥ ନେଇଥିଲେ। ଏହି ଶପଥ ଗ୍ରହଣ ଉତ୍ସବରେ ଭାଜପା ଅଧ୍ୟକ୍ଷ ଜେପି ନଡ୍ଡା ସମେତ ଅନ୍ୟ ବରିଷ୍ଠ ଭାଜପା ନେତା ଉପସ୍ଥିତ ଥିଲେ। ଶପଥ ନେବା ପୂର୍ବରୁ ହିମନ୍ତ ମା’ ଭଗବତୀଙ୍କ ଆଶୀର୍ବାଦ ନେଇଥିଲେ। ଭାଜପାର ଏକ ବୈଠକ ପରେ ହିମନ୍ତ ବିଶ୍ବଙ୍କ ନାମ ଶେଷରେ ମୋହର ବାଜିଥିଲା। ବିଧାନସଭା ପାର୍ଟିର ବୈଠକ ପରେ ଆସାମର ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ହିମନ୍ତ ବିଶ୍ବ ମୁଖ୍ୟମନ୍ତ୍ରୀ ହେବେ ବୋଲି ଘୋଷଣା କରିଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ସରବାନନ୍ଦ ସୋନୋୱାଲ ହିମନ୍ତ ବିଶ୍ବଙ୍କ ନାମ ପ୍ରସ୍ତାବ ଦେଇଥିଲେ। ସର୍ବସମ୍ମତି କ୍ରମେ ହିମନ୍ତ ବିଶ୍ବ ବିଧାନସଭା ଦଳର ନେତା ଭାବରେ ନିର୍ବାଚିତ ହୋଇଥିଲେ।
ସୂଚନାଯୋଗ୍ୟ,୧୨୬ ସଦସ୍ୟ ବିଶିଷ୍ଟ ଆସାମ ବିଧାନସଭାରେ ଭାଜପା ୬୦ଟି ସିଟ ଜିତିଥିବାବେଳେ ଏହାର ମିଳିତ ସହଯୋଗୀ ଆସାମ ଗଣ ପରିଷଦ ୯ଟି ଏବଂ ୟୁନାଇଟେଡ ପିପୁଲ୍ସ ପାର୍ଟି ଲିବରାଲ ୬ଟି ସିଟ ଜିତିଛି। ନିର୍ବାଚନ ପୂର୍ବରୁ ଭାଜପା ଏହାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri