Posted inଜାତୀୟ

ଆସାମର ନୂଆ ମନ୍ତ୍ରୀ ହେବେ ହିମନ୍ତ ବିଶ୍ୱ

ଗୁଆହାଟି,୯।୫: ଆସାମର ନୂତନ ମୁଖ୍ୟମନ୍ତ୍ରୀ ଭାବରେ ହିମନ୍ତ ବିଶ୍ବ ଶର୍ମାଙ୍କ ନାମ ରବିବାର ଘୋଷଣା କରାଯାଇଛି। ଶନିବାରଠାରୁ ଭାଜପାର ଏକ ବୈଠକ ପରେ ଆଜି ହିମନ୍ତ ବିଶ୍ବଙ୍କ ନାମ ଶେଷରେ ମୋହର ବାଜିଛି। ଆସାମ ମୁଖ୍ୟମନ୍ତ୍ରୀ ସରବାନନ୍ଦ ସୋନୋୱାଲ ରାଜ୍ୟପାଳ ଜଗଦୀଶ ମୁଖୀଙ୍କ ନିକଟରେ ତାଙ୍କ ଇସ୍ତଫା ପତ୍ର ଦାଖଲ କରିଛନ୍ତି। ବିଧାନସଭା ପାର୍ଟିର ବୈଠକ ପରେ ଆସାମର ପର୍ଯ୍ୟବେକ୍ଷକ ଦାୟିତ୍ୱରେ ଥିବା କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି ଯେ, ଆସନ୍ତାକାଲି ଅର୍ଥାତ୍‌ ମେ ୧୦ରେ ହିମନ୍ତ ବିଶ୍ବ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ଏଥି ସହିତ ହିମନ୍ତ ବିଶ୍ବ କହିଛନ୍ତି ଯେ ବିଧାନସଭା ଦଳର ନେତା ଭାବରେ ନିର୍ବାଚିତ ହେବା ପରେ ସେ ସୋମବାର ମଧ୍ୟାହ୍ନ ୧୨ଟାରେ କ୍ୟାବିନେଟ ସହ ଶପଥ ଗ୍ରହଣ କରିବେ।

ନରେନ୍ଦ୍ର ସିଂ ତୋମାର ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ, ଏବେକାର ମୁଖ୍ୟମନ୍ତ୍ରୀ ସରବାନନ୍ଦ ସୋନୋୱାଲ ହିମନ୍ତ ବିଶ୍ବ ଏବଂ ଭାଜପା ରାଜ୍ୟ ସଭାପତି ରଞ୍ଜିତ କୁମାର ଦାସଙ୍କ ନାମ ପ୍ରସ୍ତାବ ଦେଇଥିଲେ। ସର୍ବସମ୍ମତି କ୍ରମେ ହିମନ୍ତ ବିଶ୍ବ ବିଧାନସଭା ଦଳର ନେତା ଭାବରେ ନିର୍ବାଚିତ ହୋଇଛନ୍ତି। ତୋମାର କହିଛନ୍ତି ଯେ ଖୁବ ଶୀଘ୍ର ଭାଜପା ଏହାର ମିଳିତ ସହଯୋଗୀ ଆସାମ ଗଣ ପରିଷଦ (ଏଜିପି) ଏବଂ ୟୁନାଇଟେଡ ପିପୁଲ୍ସ ପାର୍ଟି ଲିବରାଲ୍ସ (ୟୁପିପିଏଲ) ସହିତ ଏକ ବୈଠକ କରିବ। ୧୨୬ ସଦସ୍ୟ ବିଶିଷ୍ଟ ଆସାମ ବିଧାନସଭାରେ ଭାଜପା ୬୦ଟି ସିଟ ଜିତିଥିବାବେଳେ ଏହାର ମିଳିତ ସହଯୋଗୀ ଆସାମ ଗଣ ପରିଷଦ ୯ଟି ଏବଂ ୟୁନାଇଟେଡ ପିପୁଲ୍ସ ପାର୍ଟି ଲିବରାଲ ୬ଟି ସିଟ ଜିତିଛି। ନିର୍ବାଚନ ପୂର୍ବରୁ ଭାଜପା ଏହାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri