Posted inଜାତୀୟ

ଚିକିତ୍ସା ପାଇଁ ଗୁଣି ଗାରେଡ଼ି ଉପରେ ପ୍ରତିବନ୍ଧକ ନେଇ ହିମନ୍ତ ସରକାର କଠୋର: ବିଲକୁ କ୍ୟାବିନେଟରେ ଅନୁମୋଦନ…

ଗୁଆହାଟୀ,୧୧।୨ : ଚିକିତ୍ସା ନାମରେ କରାଯାଉଥିବା ଗୁଣି ଗାରେଡ଼ିକୁ ନେଇ ଆସାମ ସରକାର କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଚିକିତ୍ସା ନାମରେ ଗୁଣି ଗାରେଡ଼ି ଆରୋଗ୍ୟ ପ୍ରଥା ଉପରେ ପ୍ରତିବନ୍ଧକ ଲଗାଇବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏପରି ଚିକିତ୍ସା ଶେଷ କରିବାକୁ ସରକାର ଏକ ବିଲ ଅନୁମୋଦନ କରିଛନ୍ତି। ଏହି ଆରୋଗ୍ୟକାରୀଙ୍କ ବିରୋଧରେ କଠୋର ଦଣ୍ଡବିଧାନ ପାଇଁ ବିଲରେ ବ୍ୟବସ୍ଥା ରହିଛି।

ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଶର୍ମା କହିଛନ୍ତି ଏକ ଉତ୍ସର୍ଗୀକୃତ ନିରନ୍ତର ବିକାଶ କାର୍ଯ୍ୟକ୍ରମ ପାଇଁ କ୍ୟାବିନେଟ ୧୦ଟି ସହରକୁ ମଧ୍ୟ ଚୟନ କରିଛି ଏବଂ ରାଜ୍ୟ ମ୍ୟୁନିସିପାଲିଟି କ୍ୟାଡରରେ ସଂସ୍କାର ଆଣିବାକୁ ପ୍ରସ୍ତାବ ଦେଇଛି। ଏଥି ସହିତ, ମନ୍ତ୍ରୀ ପରିଷଦ ଆସାମ ଉପଚାର ପ୍ରଥା ବିଲ, ୨୦୨୪ କୁ ଅନୁମୋଦନ କରାଯାଇଛି।

ଶ୍ରବଣ ବାଧିତ, ବାକ ବାଧିତ, ଦୃଷ୍ଟି ବାଧିତ, ଦିବ୍ୟାଙ୍ଗତା ଏବଂ ଅଟିଜିମ ଭଳି କେତେକ ଜନ୍ମଗତ ରୋଗର ଚିକିତ୍ସା ନାମରେ ଗୁଣି ଗାରେଡ଼ିକୁ ନିଷେଧ ଏବଂ ଶେଷ କରିବାକୁ ଏହି ବିଲ ଲକ୍ଷ୍ୟ ରଖିଛି।

ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଗୁଣି ଗାରେଡ଼ି ଚିକିତ୍ସା ସମ୍ପୂର୍ଣ୍ଣ ନିଷେଧ ହେବ। ଚିକିତ୍ସା ନାମରେ ଗରିବ ଏବଂ ଦଳିତ ଲୋକଙ୍କଠାରୁ ଟଙ୍କା ଲୁଟ କରୁଥିବା ଚିକିତ୍ସକଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ମ୍ୟାଚରେ ପ୍ରତ୍ୟାବର୍ତ୍ତନ କରିବେ ରୋହିତ ଶର୍ମା; ଜାଣନ୍ତୁ ସେ କେତୋଟି ମ୍ୟାଚ ଖେଳିବେ

ନୂଆଦିଲ୍ଲୀ,୧।୧୧: ରୋହିତ ଶର୍ମା ମୁମ୍ବାଇ ଦଳକୁ ଫେରିବାକୁ ପ୍ରସ୍ତୁତ ଅଛନ୍ତି। ସେ ମୁମ୍ବାଇ କ୍ରିକେଟ ଆସୋସିଏସନ (MCA) କୁ ଜଣାଇଛନ୍ତି ଯେ, ଡିସେମ୍ବରରେ ହେବାକୁ ଥିବା ‘ବିଜୟ…

ଆମେରିକା ନିକଟରେ ୭ଟି ସର୍ତ୍ତ ରଖିଲା ଇରାନ: ‘ଏଗୁଡ଼ିକ ପୂରଣ ହେଲେ, ଖୋଲିବ ରାସ୍ତା’

ତେହରାନ,୧।୧୧: ଇରାନ ଏବଂ ଯୁକ୍ତରାଷ୍ଟ୍ର ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଶେଷ ହେବାର କୌଣସି ଲକ୍ଷଣ ଦେଖାଯାଉନାହିଁ ଏବଂ ଉଭୟ ଦେଶ ମଧ୍ୟରେ ଉତ୍ତେଜନା କମିବାର ମଧ୍ୟ…

‘ପ୍ରତିବାଦ କରନ୍ତୁ, କିଛି କିଣାକିଣି ମଧ୍ୟ କରନ୍ତୁ, ରାଲି ପୂର୍ବରୁ ରାହୁଲ ଗାନ୍ଧୀଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧।୧୧: କଂଗ୍ରେସ ନେତୃତ୍ୱାଧୀନ ‘ଇଣ୍ଡିଆ’ (INDIA) ମେଣ୍ଟ ଦିଲ୍ଲୀର ରାମଲୀଳା ମୈଦାନରେ ଏକ ସମାବେଶ ଆୟୋଜନ କରିବାକୁ ଯାଉଛି। ଏହି କାର୍ଯ୍ୟକ୍ରମ ପାଇଁ ଦଳ ପକ୍ଷରୁ ସମସ୍ତ…

LPG ସିଲିଣ୍ଡର ପିଛା ଦାମ ବଢ଼ିବ ୩୭୦ ଟଙ୍କା; ଡିସେମ୍ବରରେ ହେବ ମୂଲ୍ୟ ବୃଦ୍ଧିି! କ୍ଷତିରେ ଚାଲୁଛନ୍ତି କମ୍ପାନୀ

ନୂଆଦିଲ୍ଲୀ,୧।୧୧: ଡିସେମ୍ବର ୨୦୨୬ରେ, ତରଳ ପେଟ୍ରୋଲିୟମ ଗ୍ୟାସ (LPG) ଉପରେ ‘ଅଣ୍ଡର-ରିକଭରି’ (ଅର୍ଥାତ ଉତ୍ପାଦନ/କ୍ରୟ ମୂଲ୍ୟ ଏବଂ ବିକ୍ରୟ ମୂଲ୍ୟ ମଧ୍ୟରେ ଥିବା ପାର୍ଥକ୍ୟ) ପ୍ରାୟ ୧୩%…

CJP ଦୀପାବଳି ପାର୍ଟିରେ ଯୋଗ ଦେଲେ ବିରୋଧୀ ଦଳର ନେତା; ଅଭିଜିତ ଦୀପକେ, ସୌରଭ ଦାସଙ୍କୁ କ’ଣ କହିଲେ ସୁପ୍ରିୟା ସୁଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୧।୧୧: ‘କକରୋଚ ଜନତା ପାର୍ଟି’ (CJP) ଏବଂ କେତେଜଣ ବିରୋଧୀ ଦଳର ନେତାଙ୍କ ମଧ୍ୟରେ ନିକଟତର ହେବାର ସଙ୍କେତ ମିଳୁଛି। ଶନିବାର, ତୃଣମୂଳ କଂଗ୍ରେସ, ସିପିଆଇ(ଏମ) (CPI(M))…

ଏଇ ଭାରତରେ

ଜଙ୍ଗଲରେ ବାସସ୍ଥାନ ଓ ଖାଦ୍ୟ ଅଭାବ ଯୋଗୁ ହାତୀମାନେ ଜନବସତି ଆଡ଼କୁ ମୁହଁାଉଛନ୍ତି। ଫସଲ ଓ ଧନଜୀବନ ରକ୍ଷା କରିବା ପାଇଁ ମଣିଷ ସେମାନଙ୍କର ମୁକାବିଲା କରୁଛି।…

ବୈଶ୍ୱିକ କ୍ଷୁଧା ସୂଚକାଙ୍କରେ ଭାରତ

ଚଳିତ ୨୦୨୬ ମସିହାରେ ଗଣନା କରାଯାଇଥିବା ବୈଶ୍ୱିକ କ୍ଷୁଧା ସୂଚକାଙ୍କରେ ୧୨୨ଟି ଦେଶ ମଧ୍ୟରେ ଭାରତ ୧୦୩ତମ ସ୍ଥାନ ଅଧିକାର କରିଛି। ଏ କ୍ଷେତ୍ରରେ ଅର୍ଥନୈତିକ ଦୃଷ୍ଟିକୋଣରୁ…

ରହସ୍ୟଘେରରେ ନିଖୋଜ ଶିଶୁ

ସଭ୍ୟତାର କ୍ରମବିକାଶ ସହ ତାଳ ଦେଇ ଅନେକ ଅରୁଚିକର ଘଟଣା ପ୍ରତ୍ୟହ ସଂଘଟିତ ହୋଇ ଆମ ସଂସ୍କୃତି, ଐତିହ୍ୟ ଓ ଉଚ୍ଚ ପରମ୍ପରା ପ୍ରତି ଆହ୍ବାନ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?