Posted inଜାତୀୟ

ସରକାର ଗଠନ ପାଇଁ ହିମନ୍ତଙ୍କୁ ମିଳିଲା ଆମନ୍ତ୍ରଣ: ୧୨ରେ ଶପଥ ଗ୍ରହଣ

ଗୁଆହାଟୀ,୧୦ା୫: ଆସାମରେ ପରବର୍ତ୍ତୀ ସରକାର ଗଠନ ପାଇଁ ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ ରବିବାର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହିମନ୍ତ ବିଶ୍ୱଶର୍ମାଙ୍କୁ ଆମନ୍ତ୍ରଣ କରିଛନ୍ତି। ଫଳରେ ଆସାମରେ ଏନ୍‌ଡିଏ କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଢ଼ିବା ପଥ ପରିଷ୍କାର ହୋଇଯାଇଛି।

ରବିବାର ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ବିଧାୟକ ଦଳ ବୈଠକରେ ହିମନ୍ତଙ୍କୁ ସର୍ବସମ୍ମତ ଭାବେ ନେତା ନିର୍ବାଚନ କରାଯାଇଥିଲା। ଏହି ନିର୍ବାଚନ ସମୟରେ ଭାଜପାର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଜେ.ପି. ନଡ୍ଡା ଏବଂ ସହପର୍ଯ୍ୟବେକ୍ଷକ ନାୟବ ସିଂ ସାଇନି ଉପସ୍ଥିତ ଥିଲେ। ପରେ ହିମନ୍ତ ସହଯୋଗୀ ଦଳଗୁଡ଼ିକର ନେତାମାନଙ୍କ ସହ ଯାଇ ରାଜ୍ୟପାଳଙ୍କୁ ଲୋକ ଭବନରେ ଭେଟିବା ସହ ସରକାର ଗଠନ ପାଇଁ ଆନୁଷ୍ଠାନିକ ଦାବି ଜଣାଇଥିଲେ। ରାଜ୍ୟପାଳ ହିମନ୍ତଙ୍କୁ ସରକାର ଗଠନ ପାଇଁ ଆମନ୍ତ୍ରଣ କରିଥିବା ଲୋକ ଭବନ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି।

ରାଜ୍ୟପାଳ ଆସନ୍ତା ୧୨ ତରିଖରେ ହିମନ୍ତ ଓ ତାଙ୍କ ନୂଆ ମନ୍ତ୍ରୀ ପରିଷଦର ଅନ୍ୟ ସଦସ୍ୟମାନଙ୍କୁ ପଦ ଓ ଗୋପନୀୟତାର ଶପଥପାଠ କରାଇବେ। ଖାନାପରାର ଭେଟେରିନାରି କଲେଜ ଖେଳପଡ଼ିଆରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବାକୁ ଥିବାବେଳେ ସେଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓ ଅନ୍ୟମାନେ ଯୋଗଦେବା ଆଶା କରାଯାଉଛି।

୧୨୬ ଆସନ ବିଶିଷ୍ଟ ଆସାମ ବିଧାନସଭା ନିର୍ବାଚନରେ ଭାଜପା, ଆସୋମ ଗଣ ପରିଷଦ (ଏଜିପି) ଏବଂ ବୋଡୋଲ୍ୟାଣ୍ଡ ପିପୁଲ୍ସ ଫ୍ରଣ୍ଟ (ବିପିଏଫ)କୁ ନେଇ ଗଠିତ ଏନ୍‌ଡିଏ ୧୦୨ ଆସନରେ ବିଜୟୀ ହୋଇ ନିରଙ୍କୁଶ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଭାଜପା ୮୨ ଆସନ ଜିତିଥିବା ବେଳେ ଏଜିପି ଏବଂ ବିପିଏଫ୍‌ ୧୦ଟି ଲେଖାଏ ଆସନରେ ବିଜୟୀ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

‘ସଂଘର୍ଷ ଉଭୟ ପକ୍ଷର କ୍ଷତି ଘଟାଇବ’, ଆମେରିକା ଗସ୍ତ ସମୟରେ ଟ୍ରମ୍ପଙ୍କୁ ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ଦୃଢ଼ ବାର୍ତ୍ତା

ଓ୍ବାଶିଂଟନ,୨୪।୯: ବର୍ତ୍ତମାନ ଆମେରିକା ଗସ୍ତରେ ଥିବା ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଗୁରୁବାର ଏକ କାର୍ଯ୍ୟକ୍ରମ ମଞ୍ଚରୁ ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ଦୃଢ଼ ବାର୍ତ୍ତା ପ୍ରଦାନ କରିଥିଲେ।…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ

ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ…

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

ଏସୀୟ କ୍ରୀଡ଼ାର ୧୦,୦୦୦ ମିଟର ଦୌଡ଼ରେ ସୀମାଙ୍କ ଐତିହାସିକ ବ୍ରୋଞ୍ଜ ପଦକ

ନାଗୋୟା,୨୪ା୯: ଭାରତୀୟ ଟ୍ରାକ ଆଣ୍ଡ ଫିଲ୍ଡ ଆଥଲେଟ୍‌ ସୀମା ଗୁରୁବାର ମହିଳା ୧୦,୦୦୦ ମି. ବ୍ରୋଞ୍ଜ ପଦକ ଜିତିଛନ୍ତି। ସୀମା ଦୌଡ଼କୁ ୩୨:୫୦.୦୫ ସେକେଣ୍ଡରେ ଶେଷ କରି…

କଳାହାଣ୍ଡିରେ ଥମିବାର ନା ଧରୁନି ବର୍ଷା, କୁତ୍ରିମ ନଦୀ ହେଲା ଫତେନଗର ପଡା ମୁଖ୍ୟ ରାସ୍ତା

ଭବାନୀପାଟଣା ୨୪।୯,(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଗତ ତିନିଦିନ ଧରି କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ଜନଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?