Posted inଜାତୀୟ

ହିମନ୍ତ ଆସାମ ମୁଖ୍ୟମନ୍ତ୍ରୀ

ଗୁଆହାଟୀ, ୧୦।୫: ଭାଜପା ନେତା ହିମନ୍ତ ବିଶ୍ୱ ଶର୍ମା ଆସାମ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ରବିବାର ଗୁଆହାଟୀରେ ଅନୁଷ୍ଠିତ ଭାଜପା ବିଧାୟକ ଦଳ ବୈଠକରେ ତାଙ୍କୁ ନେତା ନିର୍ବାଚନ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ସବୁଜ ସଙ୍କେତ ମିଳିବା ପରେ ବିଦାୟୀ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋଓ୍ବାଲ ବୈଠକରେ ହିମନ୍ତଙ୍କ ନାମ ପ୍ରସ୍ତାବ ରଖିଥିଲେ ଓ ବିଧାୟକମାନେ ଏହାକୁ ସମର୍ଥନ ଜଣାଇଥିଲେ। ସୋମବାର ମଧ୍ୟାହ୍ନରେ ନୂଆ କ୍ୟାବିନେଟ ଶପଥ ନେବ ବୋଲି ହିମନ୍ତ କହିଛନ୍ତି।
ଆସାମରେ ଭାଜପା କ୍ରମାଗତ ଦ୍ୱିତୀୟ ଥର ପାଇଁ ସରକାର ଗଢ଼ିବାକୁ ଯାଉଛି। ନିକଟରେ ଶେଷ ହୋଇଥିବା ୧୨୬ ଆସନ ବିଶିଷ୍ଟ ବିଧାନସଭା ନିର୍ବାଚନରେ ଭାଜପା ୬୦ ଆସନ ଜିତିଥିବାବେଳେ ସହଯୋଗୀ ଦଳ ଏଜିପିକୁ ୯ ଓ ୟୁପିପିଏଲ୍‌କୁ ୬ ଆସନ ମିଳିଥିଲା। ୨୦୧୬ ନିର୍ବାଚନରେ ଭାଜପା ସୋନୋଓ୍ବାଲଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କରି ବିଜୟୀ ହୋଇଥିଲା। ଏଥର ନିର୍ବାଚନ ପରେ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ସମ୍ପର୍କରେ ନିଷ୍ପତ୍ତି ନିଆଯିବ ବୋଲି ଦଳ କହିଥିଲା। ଶନିବାର ଉଭୟ ସୋନୋଓ୍ବାଲ ଓ ହିମନ୍ତ ନୂଆଦିଲ୍ଲୀରେ ଭାଜପା କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟିଥିଲେ। ଆସାମରେ ସରକାର ଗଠନ ନେଇ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ବାସଭବନରେ ଦୀର୍ଘସମୟ ବୈଠକ ବସିଥିଲା। ରବିବାର ଗୁଆହାଟୀରେ ବିଧାୟକ ଦଳ ବୈଠକରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ ନିଷ୍ପତ୍ତି ନିଆଯିବ ବୋଲି ସ୍ଥିର ହେବା ପରେ ଉଭୟ ନେତା ଆସାମ ଫେରିଥିଲେ। ହିମନ୍ତ ବିଧାୟକ ଦଳ ନେତା ନିର୍ବାଚିତ ହୋଇଥିବାରୁ ପରବର୍ତ୍ତୀ ସରକାର ଗଠନ ଲାଗି ତାଙ୍କୁ ରାଜ୍ୟପାଳ ଖୁବ୍‌ଶୀଘ୍ର ଆମନ୍ତ୍ରଣ କରିବେ ବୋଲି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର କହିଛନ୍ତି।
୬ ବର୍ଷ ପୂର୍ବେ ହିମନ୍ତ କଂଗ୍ରେସ ଦଳ ତ୍ୟାଗକରି ଭାଜପାରେ ଯୋଗଦେଇଥିଲେ। ଆସାମକୁ ଭାଜପା ନିୟନ୍ତ୍ରଣକୁ ଆଣିବାରେ ତାଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ସୋନୋଓ୍ବାଲ ସରକାରରେ ସେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦାୟିତ୍ୱରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri