Posted inଜାତୀୟ

ନେହେରୁଙ୍କ ହାଫ୍‌ ପ୍ୟାଣ୍ଟ୍‌ ପିନ୍ଧା ଫଟୋ ଶେୟାର କଲେ ହିମନ୍ତ, କହିଲେ ଏଥିରେ ବି ନିଆଁ ଲଗାଅ…

ଗୁଆହାଟୀ, ୧୪।୯ : କଂଗ୍ରେସ ଦଳର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲ ମାଧ୍ୟମରେ ଏକ ଫଟୋ ପୋଷ୍ଟ କରାଯାଇଥିଲା। ଫଟେରେ ଦର୍ଶାଯାଇଥିଲା ଯେ ରାଷ୍ଟ୍ରୀୟ ସ୍ବଂୟସେବକ ସଂଘ(ଆରଏସଏସ)ର ଡ୍ରେସ କୋଡ ପୋଡି ଯାଉଛି। ଏହି ଟୁଇଟକୁ ନେଇ ଭାଜପା କଂଗ୍ରେସ ମଧ୍ୟରେ ବିବାଦ ଉପୁଜିଥିଲା। ଏବେ ଆସାମର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ମଧ୍ୟ ଏକ ଫଟୋ ଶେୟାର କରିଛନ୍ତି। ଏହି ଫଟୋରେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କୁ ଏକ ହାଫ୍‌ ପ୍ୟାଣ୍ଟ୍‌ (ନିକ୍କାର)ରେ ଦେଖିବାକୁ ମିଳୁଛି।

କଂଗ୍ରେସ ଏବଂ ବିଶେଷକରି ରାହୁଲ ଗାନ୍ଧୀଙ୍କୁ ସମାଲୋଚନା କରିବା ପାଇଁ ହିମନ୍ତ ସରମା ଏହି ଫଟୋ ପୋଷ୍ଟ କରି କଂଗ୍ରେସକୁ ପଚାରିଛନ୍ତି ଯେ ଆପଣ ମଧ୍ୟ ଏହାକୁ ପୋଡି ଦେବେ କି?

ତେବେ ଫଟୋରେ ନେହେରୁ ଆରଏସଏସର ଖାକି ୟୁନିଫର୍ମରେ ନୁହେଁ ବରଂ କଂଗ୍ରେସର ସେବା ଦଳ ୟୁନିଫର୍ମରେ ଦେଖାଯାଉଛନ୍ତି। ଶର୍ଟରେ ନେହେରୁଙ୍କ ଏହି ଫଟୋ ପ୍ରାୟତଃ ମିଥ୍ୟା ଦାବି ସହିତ ଭାଇରାଲ ହୋଇଥାଏ ଯେ ନେହେରୁ ଖାକି ପୋଷାକ ପିନ୍ଧି ଏକ ଆରଏସଏସ ବୈଠକରେ ଯୋଗ ଦେଇଥିଲେ।

କଂଗ୍ରେସ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କମଲ ନାଥ ପଚାରିଛନ୍ତି ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ଭାରତ ଯୋଡ ଯାତ୍ରାରେ କଂଗ୍ରେସର ଚମତ୍କାର ସଫଳତା ନେଇ ଭାଜପା ଲୋକ ଧ୍ୟାନ ହଟାଇବାକୁ ଚାହୁଁଛି।

ତେବେ ହିମନ୍ତ ସରମାଙ୍କ ଦ୍ୱାରା ଶେୟାର ହୋଇଥିବା ଶର୍ଟରେ ନେହେରୁଙ୍କ ଫଟୋ ଏବେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ…

୩୮ ବର୍ଷ ବୟସରେ ଟିମ୍‌ ବଦଳାଇଲେ ଏହି କ୍ରିକେଟର୍‌: ପ୍ରଥମ ମ୍ୟାଚ୍‌ରେ କଲେ ଚମତ୍କାର

ଚଣ୍ଡିଗଡ଼,୧୩।୧୦: ଭାରତୀୟ କ୍ରିକେଟ ଦଳରୁ ଦୀର୍ଘଦିନ ଧରି ବାହାରେ ଥିବା ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ରଣଜୀ ଟ୍ରଫି ୨୦୨୬-୨୭ ସରିଜ୍‌ରେ ଜବରଦସ୍ତ ଆରମ୍ଭ କରିଛନ୍ତି।…

ଦିଲ୍ଲୀରେ ସକାଳୁ ସକାଳୁ CJPର ବିକ୍ଷୋଭ; ଆଶୁତୋଷ ରଙ୍କା ଅଟକ, ସୌରଭ ଦାସ ପୋଲିସ ହେପାଜତରେ

ନୂଆଦିଲ୍ଲୀ,୧୩।୧୦: ‘କକରୋଚ ଜନତା ପାର୍ଟି’ (CJP) ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଏକ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ଆଜି ସକାଳେ ପ୍ରାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?