Posted inଜାତୀୟ

ହିମନ୍ତଙ୍କ ଦାବି: ସର୍ତ୍ତମୂଳକ କ୍ଷମା ମାଗିଛନ୍ତି ପଓ୍ବନ ଖେରା

ନୂଆଦିଲ୍ଲୀ,୨୪।୨: ହାଇ ଭୋଲଟେଜ ଡ୍ରାମା ପରେ କଂଗ୍ରେସ ନେତା ପୱନ ଖେରାଙ୍କୁ ଦିଲ୍ଲୀ ବିମାନବନ୍ଦରରୁ ଆସାମ ପୋଲିସ ଗିରଫ କରିଥିଲା। ଗିରଫର କିଛି ଘଣ୍ଟା ପରେ ସୁପ୍ରିମକୋର୍ଟ ତାଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି। ବର୍ତ୍ତମାନ ଏହି ପ୍ରସଙ୍ଗରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ସରମା ଦାବି କରିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପିତାଙ୍କ ଉପରେ ଦେଇଇଥିବା ମନ୍ତବ୍ୟ ପାଇଁ ଖେରା ସର୍ତ୍ତମୂଳକ କ୍ଷମା ପ୍ରାର୍ଥନା କରିଛନ୍ତି।
ହିମନ୍ତ ମଧ୍ୟ ଖେରା ସୁପ୍ରିମକୋର୍ଟରେ ଦାଖଲ ହୋଇଥିବା ରିଟ ପିଟିସନର ଫଟୋ ଶେୟାର କରିଛନ୍ତି। କ୍ୟାପସନରେ ଲେଖାଯାଇଛି, ନିୟମର କୌରବ ସର୍ବଦା ରହିବ। ଅଭିଯୁକ୍ତ ବିନା ସର୍ତ୍ତରେ କ୍ଷମା ପ୍ରାର୍ଥନା କରିଛନ୍ତି। ଆମେ ଆଶା କରୁଛୁ ସର୍ବସାଧାରଣ ସ୍ଥାନଗୁଡିକର ପବିତ୍ରତା ବଜାୟ ରଖିବା ପାଇଁ ରାଜନୈତିକ କଥାବାର୍ତ୍ତାରେ କେହି ଅଶ୍ଳୀଳ ଭାଷା ବ୍ୟବହାର କରିବେ ନାହିଁ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପିତାଙ୍କ ଉପରେ ଖେରା ଦେଇଥିବା ମନ୍ତବ୍ୟ ଅଭିଯୋଗ ପାଇଁ ଆସାମ ପୋଲିସ କଂଗ୍ରେସ ଦଳର ମୁଖପାତ୍ର ପୱନ ଖେରାଙ୍କୁ ଗିରଫ କରାଯାଇଥିଲା। ଖେରାଙ୍କ ଗିରଫଦାରୀକୁ କଂଗ୍ରେସ ’ମନମୁଖୀ ତଥା ଏକଛତ୍ରବାଦୀ ଶାସନ’ ବୋଲି ଅଭିଯୋଗ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri