ସ୍ତ୍ରୀଙ୍କ ସାଙ୍ଗ ପାଇଁ ୨୨ ବର୍ଷର ବୈବାହିକ ସମ୍ପର୍କ ଭାଙ୍ଗିଦେଇଥିଲେ ହିମେଶ

ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ହିମେଶ ରେଶମିଆ ଆଜି ୫୦ ବର୍ଷରେ ପଦାର୍ପଣ କରିଛନ୍ତି। ତାଙ୍କ ସଂଗୀତ ସହିତ ସମସ୍ତଙ୍କ ହୃଦୟ ଜିତଥିବା ହିମେଶ ଜୁଲାଇ ୨୩, ୧୯୭୩ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ସଂଗୀତ ବ୍ୟତୀତ ହିମେଶ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଚର୍ଚ୍ଚାରେ ରହିଆସିଛନ୍ତି।
ହିମେଶ ୧୯୯୫ରେ କୋମଲ ନାମକ ଜଣେ ଯୁବତୀଙ୍କ ବିବାହ କରିଥିଲେ। ୨୨ ବର୍ଷର ବୈବାହିକ ଜୀବନ ବିତାଇବା ପରେ ୨୦୧୭ରେ ଦୁହେଁ ଛାଡପତ୍ର ନେଇଥିଲେ। ଉଭୟଙ୍କର ଏକ ପୁଅ ମଧ୍ୟ ଅଛି । ଏହା ପରେ ହିମେଶ ରେଶମିଆ ସୋନିଆ କପୁରଙ୍କୁ ବିବାହ କରିଥିଲେ। ହିମେଶଙ୍କ ଜୀବନରେ ସୋନିଆଙ୍କ ପ୍ରବେଶ ତାଙ୍କର ପ୍ରଥମ ପତ୍ନୀ କୋମଲଙ୍କ କାରଣରୁ ହୋଇଥିଲା। କୋମଲ ସୋନିଆଙ୍କ ସାଙ୍ଗ ଥିଲେ।
ସୋନିଆ ଏବଂ ହିମେଶଙ୍କ ପରିବାର ଗୋଟିଏ ଅଟ୍ଟାଳିକାରେ ରହୁଥିଲେ। ସେତେବେଳକୁ ସୋନିଆ ଅନେକ ଟିଭି ଶୋ’ରେ କାମ କରି ହିମେଶଙ୍କ ଘରକୁ ଯାଉଥିଲେ। କୋମଲ ହିଁ ହିମେଶ ଏବଂ ସୋନିଆଙ୍କୁ ଭେଟିବାକୁ ଦେଇଥିଲେ। ୨୦୦୬ରେ ହିମେଶ ଏବଂ ସୋନିଆ ପରସ୍ପରକୁ ଡେଟିଂ ଆରମ୍ଭ କରିଥିଲେ। ଉଭୟଙ୍କ ପ୍ରେମ ପ୍ରାୟ ୧୧ ବର୍ଷ ପର୍ଯ୍ୟନ୍ତ ଚାଲିଥିଲା, ଯାହା କୋମଲ ଜାଣିପାରି ନ ଥିଲେ। ୨୦୧୭ ଉଭୟଙ୍କ ସମ୍ପର୍କ ବିଷୟରେ ଜାଣିବା ପରେ ତାଙ୍କ ପାଦ ତଳୁ ମାଟି ଖସି ପଡିଥିଲା। ତଥାପି ସେ ପରସ୍ପର ବୁଝମଣା କରି ସ୍ବାମୀଙ୍କୁ ଛାଡପତ୍ର ଦେବାକୁ ରାଜି ହୋଇଥିଲେ। ପରେ ହିମେଶ ସୋନିଆଙ୍କୁ ବିାହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri