Posted inଫୁରସତ

ଏକତାର ପ୍ରତୀକ ହିନ୍ଦୀ

କୌଣସି ଦେଶର ବିକାଶରେ ଭାଷା ହେଉଛି ଏକ ଗୁରୁତ୍ୱପୂର୍ଣ୍ଣ ଉପାଦାନ। ଦେଶର ସ୍ବତନ୍ତ୍ର ପରିଚୟ ହେଉଛି ଭାଷା। ଭାରତର ବିଭିନ୍ନ ଭାଷା ଏବଂ ଉପଭାଷା ଶକ୍ତି ଓ ଏକତାର ପ୍ରତୀକ ଭାବେ ଉଭା ହୋଇଛନ୍ତି। ଅନ୍ୟ ଭାଷା ମଧ୍ୟରେ ରାଜଭାଷା ହିନ୍ଦୀ ଭାରତୀୟ ସଂସ୍କୃତିର ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଥାଏ। ଶତାବ୍ଦୀ ଧରି ସମଗ୍ର ଦେଶକୁ ଏକୀକରଣ କରିବାରେ ହିନ୍ଦୀ ଭାଷା କାର୍ଯ୍ୟ କରିଆସୁଛି। ଏହାର ଗୁରୁତ୍ୱକୁ ଉପଲବ୍ଧି କରି ପ୍ରତିବର୍ଷ ସେପ୍ଟେମ୍ବର ୧୪କୁ ଜାତୀୟ ହିନ୍ଦୀ ଦିବସ ଭାବେ ପାଳନ କରାଯାଉଛି।

ସ୍ବାଧୀନ ହେବା ପରେ ଭାଷାକୁ ନେଇ ବଡ଼ ପ୍ରଶ୍ନ ଉଠିଥିଲା। କାରଣ ଭାରତ ଭଳି ଭିନ୍ନତା ମଧ୍ୟରେ ଏକତା ଦେଶରେ ଅନେକ ଭାଷାଭାଷୀର ଲୋକ ରହିଛନ୍ତି। ଅନେକ ବିଚାରବିମର୍ଶ ପରେ ହିନ୍ଦୀଭାଷାକୁ ରାଷ୍ଟ୍ରଭାଷାର ମାନ୍ୟତା ମିଳିଥିଲା। ସମ୍ବିଧାନ ସଭା ଦେବନାଗରୀ ଲିପିରେ ଲେଖାଯାଇଥିବା ହିନ୍ଦୀ ଭାଷାକୁ ରାଷ୍ଟ୍ରର ଭାଷା ରୂପେ ସ୍ବାକାର କରିଥିଲେ । ସମ୍ବିଧାନ ସଭାରେ ୧୪ ସେପ୍ଟେମ୍ବର ୧୯୪୯ରେ ହିନ୍ଦୀକୁ ସରକାରୀ ଭାଷା ଭାବରେ ଗ୍ରହଣ କରାଯାଇଥିଲା। ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁ ୧୪ ସେପ୍ଟେମ୍ବରକୁ ହିନ୍ଦୀ ଦିବସ ଭାବେ ପାଳନ କରିବାକୁ ଘୋଷଣା କରିଥିଲେ। ତାଙ୍କ କାର୍ଯ୍ୟକାଳ ମଧ୍ୟରେ ୧୪ ସେପ୍ଟେମ୍ବର ୧୯୫୩ରେ ଦେଶରେ ପ୍ରଥମଥର ପାଇଁ ହିନ୍ଦୀ ଦିବସ ପାଳନ କରାଯାଇଥିଲା। ଜାତିର ପିତା ମହାତ୍ମା ଗାନ୍ଧୀ ବିଶ୍ୱାସ କରୁଥିଲେ ହିନ୍ଦୀ ହେଉଛି ଜନସାଧାରଣଙ୍କ ଭାଷା। ସେ ହିନ୍ଦୀକୁ ଜାତୀୟ ଭାଷା କରିବା ସପକ୍ଷରେ ଥିଲେ। ସରକାରୀ କାର୍ଯ୍ୟରେ ହିନ୍ଦୀ ଭାଷାର ପ୍ରଗତିଶୀଳ ବ୍ୟବହାରକୁ ବୃଦ୍ଧି କରିବା ଉଦ୍ଦେଶ୍ୟରେ ସରକାରୀ ଭାଷା ବିଭାଗ, ସ୍ବରାଷ୍ଟ୍ର ମନ୍ତ୍ରଣାଳୟ, ଭାରତ ସରକାର ଅନେକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ତୁଲାଇଛନ୍ତି।

ସବୁଠାରୁ ଅଧିକ ବ୍ୟବହୃତ ହେଉଥିବା ଭାଷାମାନଙ୍କ ମଧ୍ୟରୁ ଗୋଟିଏ ହେଉଛି ହିନ୍ଦୀ। ଏହା ଭାରତର କୋଟି କୋଟି ଲୋକଙ୍କର ମାତୃଭାଷା। ହିନ୍ଦୀର ମହତ୍ତ୍ବ ବଜାୟ ରଖିବା ସହ ଏହାର ପ୍ରଚାର ପ୍ରସାର ପାଇଁ ପ୍ରତିବର୍ଷ ଏହି ଦିବସ ଅବସରରେ ଏହି ଭାଷାର ପ୍ରଚାର ଓ ପ୍ରସାର ପାଇଁ ସଚେତନତା ସୃଷ୍ଟି କରାଯାଇଥାଏ। ହିନ୍ଦୀ ଏହାର ନାମ ପାର୍ସୀ ଶବ୍ଦ ହିନ୍ଦ୍‌ରୁ ପାଇଛି, ଯାହାର ଅର୍ଥ ହେଉଛି ‘ଇନ୍ଦସ ନଦୀର ଭୂମି।’ ହିନ୍ଦୀ ଦୁନିଆର ତୃତୀୟ ସର୍ବାଧିକ ଭାଷା ଭାବରେ ପରିଗଣିତ ହୁଏ। ଭାରତ ବ୍ୟତୀତ ନେପାଳ, ପାକିସ୍ତାନ, ଶ୍ରୀଲଙ୍କା ଏବଂ ଅନ୍ୟ ପଡ଼ୋଶୀ ଦେଶରେ ହିନ୍ଦୀ ଭାଷାରେ ଅନେକ ଲୋକ କଥାବାର୍ତ୍ତା କରିଥାନ୍ତି।ହିନ୍ଦୀ ହଜାର ବର୍ଷରୁ ଊର୍ଦ୍ଧ୍ୱ ଏକ ପୁରାତନ ଭାଷା। କେହି କେହି ମତ ଦିଅନ୍ତି ସଂସ୍କୃତ ଭାଷା ସହ ଯୋଡ଼ିହେଇ ହିନ୍ଦୀ ଭାଷା ବଳିଷ୍ଠ ହୋଇଛି। ଖ୍ରୀଷ୍ଟପୂର୍ବ ୧୫୦୦ ଶତାବ୍ଦୀରେ ପ୍ରାଚୀନ ଭାରତର ବୈଦିକ ଶାସ୍ତ୍ରର ଅଧ୍ୟୟନ ନିମନ୍ତେ ସଂସ୍କୃତ ଭାଷାର ବ୍ୟବହାର ହେଉଥିଲା। ସେତେବେଳେ ଲୋକେ କଥାବାର୍ତ୍ତା ପ୍ରାକୃତ ଭାଷାରେ କରୁଥିଲେ। ପ୍ରାକୃତ ଭାଷା କାଳକ୍ରମେ ଅପଭ୍ରଂଶ ହିନ୍ଦୀ ଭାଷାର ରୂପ ନେଇଥିବା ଅନୁମାନ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri