ୟୁକୋ ବ୍ୟାଙ୍କ ପକ୍ଷରୁ ହିନ୍ଦୀ ପକ୍ଷ

ଭୁବନେଶ୍ୱର,୧୦।୧୦: ୟୁକୋ ବ୍ୟାଙ୍କର ବାଲେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ହିନ୍ଦୀ ପକ୍ଷ-୨୦୨୩ ସମାରୋହ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବାଲେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟର ଆଞ୍ଚଳିକ ମୁଖ୍ୟ ଦେବବ୍ରତ ମହାନ୍ତି ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରତ୍ୟେକ ଭାରତୀୟ ଭାଷାକୁ ସମ୍ମାନ କରିବା ସହ ରାଜଭାଷା ହିନ୍ଦୀକୁ ସମସ୍ତେ ଆପଣେଇବା ଉଚିତ ବୋଲି କହିଥିଲେ। ଏହି ଭାଷା ପ୍ରତ୍ୟେକ ଭାରତୀୟଙ୍କୁ ଗୋଟିଏ ସୂତ୍ରରେ ବାନ୍ଧି ରଖିବ ବୋଲି ସେ କହିଥିଲେ। ସରକାରୀ ସ୍କୁଲଗୁଡ଼ିକରେ ଓଡ଼ିଆ ମାଧ୍ୟମରେ ପଢୁଥିବା ବିଦ୍ୟାର୍ଥୀମାନଙ୍କୁ ହିନ୍ଦୀର ଜ୍ଞାନ ପ୍ରଦାନ କରାଯିବା ଆବଶ୍ୟକ ତଥା ସେମାନଙ୍କ ମଧ୍ୟରେ ରଚନା, ତର୍କ ଓ ସମୂହ ଚର୍ଚ୍ଚା ଆଦି ପ୍ରତିଯୋଗିତା ହିନ୍ଦୀ ଭାଷାରେ କରାଯିବା ଉଚିତ ବୋଲି ମହାନ୍ତି ପ୍ରକାଶ କରିଥିଲେ। ନିଜର ଦୈନନ୍ଦିନ କାର୍ଯ୍ୟରେ ହିନ୍ଦୀ ଭାଷାର ପ୍ରୟୋଗ ଅଧିକରୁ ଅଧିକ କରାଯିବା ଉଚିତ ବୋଲି ସେ କହିଥିଲେ। ଏହି ଅବସରରେ ବାଲେଶ୍ୱର ଅଞ୍ଚଳ କାର୍ଯ୍ୟାଳୟର ସହାୟକ ମହାପ୍ରବନ୍ଧକ ତଥା ଉପ-ଅଞ୍ଚଳ ମୁଖ୍ୟ ସୁଦୀପ ଧର ହିନ୍ଦୀ ଦିବସ ୨୦୨୩ ପାଇଁ ଗୃହ ମନ୍ତ୍ରୀଙ୍କ ଦ୍ୱାରା ପଠାଯାଇଥିବା ସନ୍ଦେଶ ପଠନ କରିଥିଲେ। ମୁଖ୍ୟ ପ୍ରବନ୍ଧକ ପ୍ରଦୀପ କୁମାର ୟୁକୋ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଅଶ୍ୱନୀ କୁମାରଙ୍କ ସନ୍ଦେଶ ପଠନ କରି ସମସ୍ତଙ୍କୁ ଅବଗତ କରାଇଥିଲେ। ରାଜଭାଷାର ବରିଷ୍ଠ ପ୍ରବନ୍ଧକ ଡ. ସୁନୀଲ କୁମାର କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri