Posted inଜାତୀୟ

‘ହିନ୍ଦୀକୁ ଇଂଲିଶର ବିକଳ୍ପ କରାଯାଉ’

ନୂଆଦିଲ୍ଲୀ,୯।୪: କେନ୍ଦ୍ର କ୍ୟାବିନେଟ କାର୍ଯ୍ୟସୂଚୀର ୭୦ ପ୍ରତିଶତ ଏବେ ହିନ୍ଦୀରେ ପ୍ରସ୍ତୁତ ହେଉଛି। ସ୍ଥାନୀୟ ଭାଷା ନୁହେଁ, ହିନ୍ଦୀକୁ ଇଂଲିଶର ବିକଳ୍ପ ଭାବେ ଗ୍ରହଣ କରାଯିବା ଆବଶ୍ୟକ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି। ନୂଆଦିଲ୍ଲୀରେ ୩୭ତମ ସଂସଦୀୟ ଆନୁଷ୍ଠାନିକ ଭାଷା କମିଟି ବୈଠକରେ ଉଦ୍‌ବୋଧନ ଦେବା ଅବସରରେ ସେ ଉପରୋକ୍ତ ମତ ରଖିଥିଲେ। ହିନ୍ଦୀ ଶବ୍ଦକୋଷର ପୁନଃ ଅବଲୋକନ କରାଯିବାର ସମୟ ଆସିଛି ବୋଲି ଶାହା କମିଟିକୁ ପ୍ରସ୍ତାବ ଦେଇଛନ୍ତି। ସେହିପରି ନବମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ପ୍ରାରମ୍ଭିକ ଜ୍ଞାନ ଭାବେ ହିନ୍ଦୀ ଶିକ୍ଷା ଦିଆଯିବା ଉପରେ ସ୍ବରାଷ୍ଟ୍ରମନ୍ତ୍ରୀ ଗୁରୁତ୍ୱ ଦେଇଥିଲେ।

ଶାହାଙ୍କ ମନ୍ତବ୍ୟ ଉପରେ ପ୍ରତିକ୍ରିୟା ପ୍ରକାଶ କରି କଂଗ୍ରେସ ନେତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ହିନ୍ଦୀ ରାଷ୍ଟ୍ରଭାଷା ନୁହେଁ। ଭାଜପା ଏହାକୁ ଅଣହିନ୍ଦୀ ଭାଷାଭାଷୀ ରାଜ୍ୟ ଉପରେ ଜବରଦସ୍ତ ଲଦିଦେବାକୁ ଉଦ୍ୟମ କରୁଛି ବୋଲି ସେ କହିଛନ୍ତି। ଆମେ ହିନ୍ଦୀକୁ ସମ୍ମାନ ଦେଉଛୁ, କିନ୍ତୁ ଏହା ଲଦିଦିଆଯିବାକୁ ବିରୋଧ କରୁଛୁ ବୋଲି ଟିଏମ୍‌ସି ମୁଖପାତ୍ର କୁନାଲ ଘୋଷ କହିଛନ୍ତି। ବିଭିନ୍ନ ରାଜ୍ୟରେ ଭିନ୍ନ ଭିନ୍ନ ଭାଷା ରହିଛି। କେନ୍ଦ୍ର ସରକାର ହିନ୍ଦୀକୁ ଜାତୀୟ ଭାଷା କରିବା ପରିବର୍ତ୍ତେ ପେଟ୍ରୋଲ ଡିଜେଲ ଦର କମାଇବା ପାଇଁ ପଦକ୍ଷେପ ନିଅନ୍ତୁ ବୋଲି ସେ କହିଛନ୍ତି। ଶାହା ଯାହା କହୁଛନ୍ତି, ତାହା ଆଞ୍ଚଳିକ ଭାଷା ଓ ଦଳଗୁଡ଼ିକର ଗୁରୁତ୍ୱ କମାଇବା ଏଜେଣ୍ଡା ଭଳି ଲାଗୁଥିବା ଶିବସେନା ନେତା ମନିଷା କାୟେନ୍ଦେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri