ହିନ୍ଦୀ ଶିକ୍ଷକ ନିଯୁକ୍ତିରେ ଲାଗିଲା ରହିତାଦେଶ: ହାଇକୋର୍ଟଙ୍କ ବିନା ଅନୁମତିରେ ପ୍ରକାଶ କରାଯିବ ନାହିଁ ଚୁଡାନ୍ତ ମେଧା ତାଲିକା

କଟକ,୧୦୯ା୨ (କାର୍ତ୍ତିକ ସାହୁ) ସର୍ଭିସ ସିଲେକସନ୍‌ ବୋର୍ଡ ଦ୍ୱାରା ଚାଲିଥିବା ହିନ୍ଦୀ ଶିକ୍ଷକ ନିଯୁକ୍ତି ଉପରେ ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଲଗାଇଛନ୍ତି। ବିଚାରପତି ବିରଜା ପ୍ରସନ୍ନ ଶତପଥୀ ଏ ସଂକ୍ରାନ୍ତୀୟ ମାମଲାର ଶୁକ୍ରବାର ଶୁଣାଣି କରି ଅଦାଲତଙ୍କ ବିନା ଅନୁମତିରେ ଚୁଡାନ୍ତ ମେଧା ତାଲିକା ପ୍ରକାଶ ନକରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ ଏ ନେଇ ଜବାବ ଦାଖଲ ପାଇଁ ରାଜ୍ୟ ସରକାର ଓ ବୋର୍ଡକୁ ନୋଟିସ ଜାରି କରିଛନ୍ତି। ମାମଲାର ପରବର୍ତ୍ତି ଶୁଣାଣି ନିମନ୍ତେ ଆସନ୍ତା ୨୬କୁ ଧାର୍ଯ୍ୟ କରାଯାଇଛି।
ମାମଲାର ବିବରଣୀ ଅନୁସାରେ, ହିନ୍ଦୀ ଶିକ୍ଷକ ନିଯୁକ୍ତି ନିମନ୍ତେ ଗଣଶିକ୍ଷା ବିଭାଗ ପକ୍ଷରୁ ୨୦୨୦ ନଭେମ୍ବର ୧୮ରେ ପ୍ରସ୍ତାବ ପାରିତ ହୋଇଥିଲା। ସରକାରଙ୍କ ତରଫରୁ ପାରିତ ଏହି ପ୍ରସ୍ତାବରେ ହିନ୍ଦୀ ଶିକ୍ଷକଙ୍କ ଯୋଗ୍ୟତା ନିମନ୍ତେ ସାଧାରଣ ବିଏଡ୍‌ ନଥିଲା।  ପୁଣି ୪ମାସ ପରେ ଆର୍ଥାତ୍‌ ୨୦୨୩ ଡିସେମ୍ବର ୧୩ରେ ରାଜ୍ୟର ସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ସ୍ନାତକ ତାଲିମପ୍ରାପ୍ତ ଶିକ୍ଷକ ନିଯୁକ୍ତି ଲାଗି ବୋର୍ଡ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଏଥିରେ ହିନ୍ଦୀ ଶିକ୍ଷକଙ୍କ ନିମନ୍ତେ ସାଧାରଣ ବିଏଡ୍‌କୁ ଯୋଗ୍ୟତା ଭାବେ ସାମିଲ କରାଯାଇଥିଲା। ଏନେଇ ନେତ୍ରାନନ୍ଦ ବାଗ ଓ ଅନ୍ୟମାନଙ୍କ ପକ୍ଷରୁ ହାଇକୋର୍ଟରେ ଏକ ମାମଲା ଦାୟର ହୋଇଥିଲା। କାହିଁକି ଏହି ବିଏଡ୍‌ ଯୋଗ୍ୟତାକୁ ଯୋଡ଼ାଗଲା ବହୁବାର ଅଭିଯୋଗ ପରେ ମଧ୍ୟ ସରକାର ସ୍ପଷ୍ଟ କରିନଥିଲେ। ଫଳରେ ଆବେଦନକାରୀମାନେ ହାଇକୋର୍ଟଙ୍କ ଦ୍ବାରସ୍ଥ ହେବା ସହ ସାଧାରଣ ବିଇଡିକୁ ହିନ୍ଦୀ ଶିକ୍ଷକ ଯୋଗ୍ୟତାରୁ ବାଦ ଦେବାକୁ ପ୍ରାର୍ଥନା କରିଛନ୍ତିି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ କୁନାଲ କୁମାର ସ୍ବାଇଁ ମାମଲା ପରିଚାଳନା କରୁଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ମହାପ୍ରଭୁଙ୍କ ଶରଣରେ ପଶିଲେ ପିୟୂଷ: ଯାତ୍ରା ମଞ୍ଚ ପାଇଁ ଫିଟିଗଲା ବାଟ

ଭୁବନେଶ୍ୱର,୨୦।୧: ଯାତ୍ରା ଜଗତର ଚର୍ଚ୍ଚିତ ଖଳନାୟକ ପିୟୂଷ ତ୍ରିପାଠୀଙ୍କ ପାଇଁ ଖୋଲିଛି ମଞ୍ଚକୁ ଫେରିବାର ବାଟ। ଅପେରା ସୂର୍ଯ୍ୟମନ୍ଦିର ମାଲିକ ପ୍ରମୋଦ ସ୍ୱାଇଁଙ୍କ ସହ ଚାଲିଥିବା...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ମହିଳାଙ୍କ ହାତରେ ‘ଆମ ବସ୍’ ଷ୍ଟିୟରିଂ: ଏହି ଦିନରୁ ମିଳିବ ଦାୟିତ୍ୱ

ଭୁବନେଶ୍ୱର,୨୦।୧: ରାଜ୍ୟ ପରିବହନ ସେବାରେ ଏକ ବଡ଼ ପରିବର୍ତ୍ତନ ଆସିବାକୁ ଯାଉଛି। ଏଣିକି ପୁରୁଷଙ୍କ ସହ ମହିଳାମାନେ ମଧ୍ୟ ‘ଆମ ବସ୍’ ଚଲାଇବେ। ବିଶେଷ କରି...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri