Posted inଖେଳ

କ୍ରିକେଟ ନିୟମାବଳୀର ହିନ୍ଦୀ ଅନୁବାଦ

ଇନ୍ଦୋର, ୨୬ା୭ (ପି.ଟି.)-କ୍ରିକେଟ ନିୟମାବଳୀର ହିନ୍ଦୀ ଅନୁବାଦ କରିଛନ୍ତି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ପୂର୍ବତନ ଅମ୍ପାୟର ରାଜୀବ ରିସୋଦକର। ମର୍ଯ୍ୟାଦାପୂର୍ଣ୍ଣ ମେରିଲ୍‌ବୋନ୍‌ କ୍ରିକେଟ କ୍ଲବ(ଏମ୍‌ସିସି)ର ୱେବସାଇଟ୍‌ରେ ଏହାର ଅପ୍‌ଲୋଡ୍‌ କରାଯାଇଛି। ଏମ୍‌ସିସି ହେଉଛି କ୍ରିକେଟ ଆଇନର ସଂରକ୍ଷକ। ମଧ୍ୟପ୍ରଦେଶ କ୍ରିକେଟ ଆସୋସିଏଶନ (ଏମ୍‌ପିସିଏ) ପାଇଁ ଏହା ଗର୍ବର ବିଷୟ ବୋଲି ଏହାର ସମ୍ପାଦକ ସଞ୍ଜୀବ ରାଓ ପ୍ରକାଶ କରିଛନ୍ତି। ୫୮ ବର୍ଷୀୟ ରିସୋଦକର ୧୯୯୭ରୁ ୨୦୧୬ ପର୍ଯ୍ୟନ୍ତ ବିସିସିଆଇ ସମ୍ପାଦକ ଭାବେ କାର୍ଯ୍ୟ କରି ଆସିଛନ୍ତି। ବର୍ତ୍ତମାନ ସେ ବିସିସିଆଇର ଲେଭଲ-୩ ଅମ୍ପାୟର ଏଜୁକେଟର। ଦୁଇ ଦଶନ୍ଧି ଧରି ସେ ଅନେକ ଅମ୍ପାୟରଙ୍କୁ ଟ୍ରେନିଂ ଦେଇ ସାରିଛନ୍ତି। କ୍ରିକେଟ ନିୟମାବଳୀ ଇଂଲିଶ ଭାଷାରେ ଲେଖା ହୋଇଛି। ବିସିସିଆଇର ପ୍ରସ୍ତାବ କ୍ରମେ ସେ ତାହାର ହିନ୍ଦୀ ଅନୁବାଦ କରିଛନ୍ତି। ଏହାଦ୍ୱାରା କ୍ରିକେଟ ପାଗଳ ଦେଶରେ ଅନେକ ଲୋକ ଖେଳର ନିୟମ ସମ୍ପର୍କରେ ଜାଣିପାରିବେ ବୋଲି ରିସୋଦକର କହିଛନ୍ତି। ହିନ୍ଦୀ ଭାଷୀ ଅମ୍ପାୟରମାନେ ମଧ୍ୟ ଏହାଦ୍ୱାରା ଉପକୃତ ହେବେ, ଯେଉଁମାନଙ୍କ ପକ୍ଷେ ଇଂଲିଶ ବୁଝିବା କଷ୍ଟକର ହୋଇଥାଏ। ଅନୁବାଦ କରିବା ଲାଗି ତାଙ୍କୁ ୧ ମାସ ପାଖାପାଖି ସମୟ ଲାଗିଥିଲା। ଲଡର୍‌ସସ୍ଥିତ ଏମ୍‌ସିସିର ପ୍ରତିଷ୍ଠା ୧୭୮୭ରେ ହୋଇଥିଲା। ଏହି କ୍ଲବ କ୍ରିକେଟ ଖେଳର ଆଇନ ପ୍ରଣେତା ଭାବେ କାର୍ଯ୍ୟକରିଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri