ବିଏସ୍‌ଏନ୍‌ଏଲ୍‌ ଓଡ଼ିଶା ପରିମଣ୍ଡଳରେ ହିନ୍ଦୀ ପକ୍ଷ

ଭୁବନେଶ୍ୱର, ୧୫।୯:ଭାରତ ସଞ୍ଚାର ନିଗମ ଲିମିଟେଡ୍‌ (ବିଏସ୍‌ଏନ୍‌ଏଲ୍‌)ର ଓଡ଼ିଶା ପରିମଣ୍ଡଳ ପକ୍ଷରୁ ହିନ୍ଦୀ ପକ୍ଷ-୨୦୨୩ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବିଏସ୍‌ଏନ୍‌ଏଲ୍‌ ଭବନ ସମ୍ମିଳନୀ କକ୍ଷରେ ଗୁରୁବାର ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି ଅବସରରେ ଓଡ଼ିଶା ଦୂରସଞ୍ଚାର ପରିମଣ୍ଡଳ ମୁଖ୍ୟ ମହାପ୍ରବନ୍ଧକ ରୁଦ୍ରନାରାୟଣ ପଲାଇ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଉକ୍ତ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପ୍ରଧାନ ମହାପ୍ରବନ୍ଧକ ଦୁଷ୍ମନ୍ତ କୁମାର ବେହେରା, ଶଶିଦେବ ଦୁର୍ଗା, ବରିଷ୍ଠ ମହାପ୍ରବନ୍ଧକ ପ୍ରଶାନ୍ତ କୁମାର ମହାପାତ୍ର, ସଞ୍ଜୟ କୁମାର ଗୁପ୍ତା, ଗୁରୁଦାସ ମେହେର, ବିଜୟ କୁମାର ବେହେରା, ମୁଖ୍ୟ ଯନ୍ତ୍ରୀ (ବୈଦ୍ୟୁତିକ) ଗଜେନ୍ଦ୍ର କୁମାର ଯାଦବ, ମୁଖ୍ୟଯନ୍ତ୍ରୀ (ସିଭିଲ) ପ୍ରଦୀପ କୁମାର ମଲ୍ଲିକ, ଅନ୍ତରୀଣ ଅର୍ଥ ପରାମର୍ଶଦାତା ହମ୍ବେ ହେମ୍ବ୍ରମ, ଉପମହାପ୍ରବନ୍ଧକ (ଭିଜିଲାନ୍ସ) କେ.ସି. ପତି ଏବଂ ଓଡ଼ିଶା ଦୂରସଞ୍ଚାର ପରିମଣ୍ଡଳର ସମସ୍ତ ଅନୁଭାଗ ଅଧିକାରୀ ଏବଂ କର୍ମଚାରୀମାନେ ଉପସ୍ଥିତ ଥିଲେ। ଉଲ୍ଲେଖଯୋଗ୍ୟ, ହିନ୍ଦୀ ଅନୁବାଦକ ହିନ୍ଦୀ ପକ୍ଷ ଅବସରରେ ହେବାକୁ ଥିବା ବିଭିନ୍ନ ହିନ୍ଦୀ ପ୍ରତିଯୋଗିତା ବିଷୟରେ ବିସ୍ତୃତ ସୂଚନା ଦିଆଯାଇଥିଲା। ଏ ନେଇ ମୁଖ୍ୟ ମହାପ୍ରବନ୍ଧକ ପଲାଇ ଉପସ୍ଥିତ ଥିବା ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ହିନ୍ଦୀ ପକ୍ଷ ଅବସରରେ ହେବାକୁ ଥିବା ସମସ୍ତ ପ୍ରତିଯୋଗିତାରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ପରାମର୍ଶ ଦେଇଥିଲେ। ସେହିଭଳି ସେମାନଙ୍କ ପିଲାମାନଙ୍କୁ ମଧ୍ୟ ହିନ୍ଦୀ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାର ସୁଯୋଗ ଦେବାକୁ ପଲାଇ କହିଥିଲେ। ବିଶେଷକରି ହିନ୍ଦୀ ପକ୍ଷ ସମାରୋହକୁ ସଫଳ କରିବା ସହ ରାଜଭାଷା ହିନ୍ଦୀର ପ୍ରଗତି ପାଇଁ ଯୋଗଦାନ ଦେବାକୁ ସେ ଆହ୍ବାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ସାବଧାନ! ୧ ଏପ୍ରିଲରୁ ବଦଳିଲା UPIର ପ୍ରକ୍ରିୟା, ପେମେଣ୍ଟ ଉପରେ ଲାଗିଲା…

ନୂଆଦିଲ୍ଲୀ,୧।୪: ଯଦି ଆପଣ ଚା ଦୋକାନ ଠାରୁ ଆରମ୍ଭ କରି ସପିଂ ମଲ ପର୍ଯ୍ୟନ୍ତ ସବୁଠି ପେମେଣ୍ଟ ପାଇଁ PhonePe, Google Pay, କିମ୍ବା Paytm ଭଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

୧ ଏପ୍ରିଲରୁ ATM ରୁ ଟଙ୍କା ଉଠାଇବା ହେବ ମହଙ୍ଗା! HDFC ରୁ PNB ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୩୧।୩: ୧ ଏପ୍ରିଲ, ୨୦୨୬ ଠାରୁ, HDFC ବ୍ୟାଙ୍କ, ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏବଂ ବନ୍ଧନ ବ୍ୟାଙ୍କ ସେମାନଙ୍କର ATM ନିୟମରେ ପରିବର୍ତ୍ତନ କରିବେ। ଏଥିରେ ମାଗଣା…

ଆଜି ରାତି ୧୨ଟା ସୁଦ୍ଧା ଶେଷ କରନ୍ତୁ ଏହି ୩ କାମ, ନଚେତ୍‌ ଆସନ୍ତାକାଲିଠୁ ବନ୍ଦ ହୋଇଯିବ ଆପଣଙ୍କର…

ନୂଆଦିଲ୍ଲୀ,୩୧।୩: ଆଜି ମାର୍ଚ୍ଚ ୩୧, ୨୦୨୬ ଆର୍ଥିକ ବର୍ଷର ଶେଷ ଦିନ। ଯଦି ଆପଣଙ୍କର ଏକ ବ୍ୟାଙ୍କ ଆକାଉଣ୍ଟ ଅଛି କିମ୍ବା ଆପଣ ଷ୍ଟକ ବଜାରରେ ନିବେଶ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri