ଆଜି ହିନ୍ଦୋଳ ଏନ୍‌ଏସି ନିର୍ବାଚନ

ଢେଙ୍କାନାଳ ଅଫିସ, ୩।୪: ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସି ନିର୍ବାଚନ ପାଇଁ ସୋମବାର ଭୋଟ ଗ୍ରହଣ ହେବ। ଏହା ପୂର୍ବାହ୍ନ ୮ଟାରୁ ଆରମ୍ଭ ହୋଇ ଅପରାହ୍ନ ୫ଟା ଯାଏ ଚାଲିବ। ମତଦାନ ଶୃଙ୍ଖଳିତ କରିବା ଲାଗି ପ୍ରଶାସନିକ ପ୍ରସ୍ତୁତି ଶେଷ ହୋଇଥିବାବେଳେ ରବିବାର ପୋଲିଂ ପାର୍ଟି ଇଭିଏମ୍‌ ଏବଂ ଅନ୍ୟାନ୍ୟ ନିର୍ବାଚନ ସରଞ୍ଜାମ ଧରି ବୁଥ୍‌ରେ ପହଞ୍ଚତ୍ଛନ୍ତି।
ହିନ୍ଦୋଳ ଏନ୍‌ଏସିର ୧୬ ଓ୍ବାର୍ଡରେ ୧୬ଟି ବୁଥ୍‌ କରାଯାଇଛି। ଉତ୍ତେଜନାପ୍ରବଣ ଚିହ୍ନଟ ୫ନଂ. ଓ ୯ନଂ. ୱାର୍ଡ ବୁଥ୍‌ରେ ଭିଡିଓଗ୍ରାଫ ବ୍ୟବସ୍ଥା ହୋଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୩ ପ୍ଲାଟୁନ୍‌ ଫୋର୍ସ ମୁତୟନ ହୋଇଛନ୍ତି। ମୋବାଇଲ ପାଟ୍ରୋଲିଂ ବ୍ୟବସ୍ଥା ମଧ୍ୟ କରାଯାଇଛି। ନଗରପାଳ ପଦବୀ ଅନୁସୂଚିତ ଜାତି ବର୍ଗ ପାଇଁ ସଂରକ୍ଷିତ ଥିବାବେଳେ ତ୍ରିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେଉଛି। ବିଜେଡିରୁ କେଶବ ଚନ୍ଦ୍ର ପ୍ରଧାନ, ଭାଜପାରୁ ସୌଭାଗିନୀ ପ୍ରଧାନ ଏବଂ କଂଗ୍ରେସରୁ ରୀତା ପଲେଇ ନିର୍ବାଚନ ଲଢୁଛନ୍ତି। ସେହିପରି ୧୬ଟି କାଉନ୍‌ସିଲର ପଦବୀ ପାଇଁ ସ୍ବାଧୀନ ପ୍ରାର୍ଥୀଙ୍କୁ ମିଶାଇ ୫୦ ଜଣ ଦାବିଦାର ରହିଛନ୍ତି। ମୋଟ ୯,୮୬୩ (୪,୮୧୭ ମହିଳା ଏବଂ ୫,୦୪୬ ପୁରୁଷ) ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ। ଏ ସଂକ୍ରାନ୍ତରେ ନିର୍ବାଚନ ଅଧକାରୀ ତଥା ହିନ୍ଦୋଳ ଉପଜିଲାପାଳ ଶିବାନନ୍ଦ ସ୍ବାଇଁ କୁହନ୍ତି, ଏନ୍‌ଏସି ନିର୍ବାଚନ ପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଭୋଟରଙ୍କ ସୁବିଧା ପାଇଁ ମତଦାନ କେନ୍ଦ୍ରରେ ଆନୁଷଙ୍ଗିକ ବ୍ୟବସ୍ଥା କରାଯାଇଛି। ଆସନ୍ତା ୫ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ଘୋଷଣା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri