ହିନ୍ଦୋଳ ଏନ୍‌ଏସି ନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ ୩ ପ୍ରମୁଖ ଦଳର ପ୍ରାର୍ଥୀ

ଢେଙ୍କାନାଳ ଅଫିସ, ୧୪।୩: ଢେଙ୍କାନାଳ ଜିଲା ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ନିର୍ବାଚନ ପାଇଁ ମଙ୍ଗଳବାର ବିଜେଡି, ଭାଜପା, ଓ କଂଗ୍ରେସ ଏବଂ ସାଧୀନ ପ୍ରାର୍ଥୀମାନେ ଅଧ୍ୟକ୍ଷ, ଓ କାଉନ୍‌ସିଲର ପଦବୀ ପାଇଁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ବୁଧବାର ପ୍ରାର୍ଥିପତ୍ର ଦାଖଲର ଅନ୍ତିମଦିନ। ୩ ଦଳ ପକ୍ଷରୁ ପ୍ରାର୍ଥୀମାନେ ଦଳୀୟ ନେତୃବୃନ୍ଦଙ୍କ ସହ ଶୋଭାଯାତ୍ରାରେ ଯାଇ ହିନ୍ଦୋଳ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ପ୍ରାର୍ଥିପତ୍ର ଦାଖଲ କରିଥିଲେ ।
ବିଜେଡିର ଅଧ୍ୟକ୍ଷ ପ୍ରାର୍ଥୀ କେଶବ ଚନ୍ଦ୍ର ପ୍ରଧାନ ଓ ୧୬ଟି ୱାର୍ଡର ଦଳୀୟ ପ୍ରାର୍ଥୀମାନେ ହିନ୍ଦୋଳ ବିଧାୟିକା ସିମାରାଣୀ ନାୟକ, ଢେଙ୍କାନାଳ ବିଧାୟକ ସୁଧୀର କୁମାର ସାମଲ, ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ, ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ଜିଲା ପରିଷଦ ଅଧ୍ୟକ୍ଷା ଅର୍ଚ୍ଚନା ପୁହାଣଙ୍କ ନେତୃତ୍ୱରେ ହିନ୍ଦୋଳ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ।
ଭାଜପାର ଅଧ୍ୟକ୍ଷା ପ୍ରାର୍ଥୀ ସୌଭାଗିନୀ ପ୍ରଧାନ ଓ ଦଳିୟ କାଉନ୍‌ସିଲର ପ୍ରାର୍ଥୀମାନେ ଦଳର ବରିଷ୍ଠ ନେତା ରୁଦ୍ରନାରାୟଣ ପାଣି, ପ୍ରେମାନନ୍ଦ ଜେନା, ଜିଲା ସଭାପତି ନରେଶ ମହାପାତ୍ର, ସମ୍ପାଦକ ସୁନିଲ ଶର୍ମା, ପୂର୍ବତନ ମନ୍ତ୍ରୀ ଅଞ୍ଜଳି ବେହେରା, ରାମଚନ୍ଦ୍ର ପାତ୍ର, ଢେଙ୍କାନାଳ ପୌରାଧକ୍ଷା ଜୟନ୍ତି ପାତ୍ରଙ୍କ ନେତୃତ୍ୱରେ ଯାଇ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ।
ସେହିପରି କଂଗ୍ରେସ ପକ୍ଷରୁ ଅଧ୍ୟକ୍ଷା ପ୍ରାର୍ଥୀ ରିତା ପଲେଇ ଦଳୀୟ କାଉନସିଲର ପ୍ରାର୍ଥୀ ମିଶି ଜିଲା ସଭାପତି ସରୋଜ ପଟ୍ଟନାୟକ, ପୁର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ, ପିସିସି ସଦସ୍ୟ ସୁବାସ ଚନ୍ଦ୍ର ପାଳ, ତ୍ରିନାଥ ନାୟକ, ପ୍ରେମଶଙ୍କର ମିଶ୍ର ପ୍ରମୁଖଙ୍କ ନେତୃତ୍ୱରେ ହିନ୍ଦୋଳ ଉପଜିଲାପାଳ ଶିବାନନ୍ଦ ସ୍ବାଇଁଙ୍କ ନିକଟରେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri