ଆଜି ହିନ୍ଦୋଳ ଏନ୍‌ଏସି ଫଳାଫଳ

ଢେଙ୍କାନାଳ ଅଫିସ,୫ା୪: ସରିଛି ନିର୍ବାଚନ। ନିଜ ପସନ୍ଦର ପ୍ରାର୍ଥୀଙ୍କୁ ଭୋଟ ଦେଇଛନ୍ତି ଭୋଟର। ୩ ନଗରପାଳ ପ୍ରାର୍ଥୀଙ୍କ ସମେତ ମୋଟ ୫୩ ଜଣଙ୍କ ଭାଗ୍ୟ ଇଭିଏମ୍‌ରେ କଏଦ ହୋଇଥିବାବେଳେ ବୁଧବାର ବାହାରିବ ଫଳାଫଳ। ଏହାକୁ ନେଇ ଉଷ୍ମ ହୋଇଛି ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସିର ରାଜନୈତିକ ବାତାବରଣ।
ମତଦାନ ପରେ ହିନ୍ଦୋଳ ଏନ୍‌ଏସି କାର୍ଯ୍ୟାଳୟର ଷ୍ଟ୍ରଙ୍ଗ୍‌ରୁମ୍‌ରେ ଇଭିଏମ୍‌ଗୁଡ଼ିକୁ କଡ଼ା ସୁରକ୍ଷା ବଳୟରେ ରଖାଯାଇଛି। ବୁଧବାର ପୂର୍ବାହ୍ନ ୮ଟାରେ ଭୋଟ ଗଣତି ଆରମ୍ଭ ହେବ। ନଗରପାଳ ପ୍ରାର୍ଥୀ ଏବଂ କାଉନ୍‌ସିଲର ପ୍ରାର୍ଥୀଙ୍କ ଗଣନା ପାଇଁ ପୃଥକ୍‌ ଟେବୁଲ୍‌ ରହିବ। ମୋଟ ୧୬ ବୁଥ୍‌ ଅନୁଯାୟୀ ୧୬ ରାଉଣ୍ଡ ଗଣନା ହେବ। ଏଥିଲାଗି ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ପୂର୍ବାହ୍ନ ୧୧ଟା ସୁଦ୍ଧା ଫଳାଫଳ ଜଣାପଡ଼ିବ ବୋଲି ଆଶା କରାଯାଉଥିବା ନିର୍ବାଚନ ଅଧିକାରୀ ଦାୟିତ୍ୱରେ ଥିବା ହିନ୍ଦୋଳ ଉପଜିଲାପାଳ ଶିବାନନ୍ଦ ସ୍ବାଇଁ ସୂଚନା ଦେଇଛନ୍ତି। ଭୋଟ ଗଣତି ସମୟରେ ରାଜନୈତିକ ଦଳ ପକ୍ଷରୁ ମନୋନୀତ ଏଜେଣ୍ଟ ଉପସ୍ଥିତ ରହିବେ। ଗଣତି ଲାଗି କର୍ମଚାରୀ ଏବଂ ପରିଚାଳନା ଅଧିକାରୀଙ୍କୁ ମଧ୍ୟ ନିୟୋଜିତ କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ୨ ଅତିରିକ୍ତ ଏସ୍‌ପି, ୪ ଡିଏସ୍‌ପି, ୫ ଇନ୍ସପେକ୍ଟର, ୨୨ ଏସ୍‌ଆଇ ଏବଂ ଏଏସ୍‌ଆଇଙ୍କ ସହିତ ୨ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଥିବା ଏସ୍‌ପି ଜ୍ଞାନରଞ୍ଜନ ମହାପାତ୍ର ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଭୁବନ ଏନ୍‌ଏସି ନିର୍ବାଚନରେ ନଗରପାଳ ପଦବୀରେ ୩ ଏବଂ କାଉନ୍‌ସିଲର ପଦବୀରେ ୫୦ ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି। ମୋଟ ୯,୮୬୩ ଭୋଟରଙ୍କ ମଧ୍ୟରୁ ୮,୬୪୧ ଜଣ ମତଦାନ ସାବ୍ୟସ୍ତ କରିଛନ୍ତି। ବୁଧବାର ଫଳାଫଳ ହିନ୍ଦୋଳ ଏନ୍‌ଏସିର ଭାଗ୍ୟ ନିର୍ଦ୍ଧାରଣ କରିବାକୁ ଥିବାବେଳେ ଏହାକୁ ନେଇ ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଇତିହାସ ରଚିଲେ ରବୀନ୍ଦ୍ର ଜାଡେଜା, ଏପରି କରିବାରେ ହେଲେ ଦ୍ୱିତୀୟ ଭାରତୀୟ

ନୂଆଦିଲ୍ଲୀ, ୧୭।୮: ଶ୍ରୀଲଙ୍କା ବିପକ୍ଷରେ ଗଲ୍‌ରେ ଖେଳାଯାଉଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ଭାରତୀୟ ସ୍ପିନ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜ ନାମରେ ଏକ ବଡ଼ ରେକର୍ଡ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri