ସରିଲା ହିନ୍ଦୋଳ, ଅତାବିରା ଏନ୍‌ଏସି ନିର୍ବାଚନ

ଭୁବନେଶ୍ୱର,୪ା୪(ବ୍ୟୁରୋ): ବରଗଡ଼ ଜିଲାର ଅତାବିରା ଓ ଢେଙ୍କାନାଳ ଜିଲାର ହିନ୍ଦୋଳ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍‌ଏସି)ରେ ସୋମବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି ା ହିନ୍ଦୋଳ ଏନ୍‌ଏସିରେ ୮୮ ପ୍ରତିଶତ ମତଦାନ ହୋଇଥିବା ବେଳେ ଅତାବିରାରେ ୭୪% ମତଦାନ ହୋଇଥିବା ରାଜ୍ୟ ନିର୍ବାଚନ ଆୟୋଗ ପକ୍ଷରୁ ସୂଚନା ଦିଆଯାଇଛି। ଉକ୍ତ ଦୁଇ ଏନ୍‌ଏସିର ସମୁଦାୟ ୨୮ ୱାର୍ଡରେ ନିର୍ବାଚନ ଅନୁଷ୍ଠିତ ହୋଇଛି ା ଅତାବିରା ଏନ୍‌ଏସିର ୧୨ଟି ଓ୍ବାର୍ଡର କାଉନ୍‌ସିଲର ପଦବୀ ପାଇଁ ୩୯ ଜଣ ପ୍ରାର୍ଥୀ ଓ ଅଧ୍ୟକ୍ଷ ପଦ ଲାଗି ୪ ପ୍ରାର୍ଥୀ ନିର୍ବାଚନରେ ଅଂଶଗ୍ରହଣ କରିଥିଲେ ା ସେହିପରି ହିନ୍ଦୋଳ ଏନ୍‌ଏସିର ୧୬ଗୋଟି ୱାର୍ଡର କାଉନ୍‌ସିଲର ପଦବୀ ନିମନ୍ତେ ସମୁଦାୟ ୫୦ ଜଣ ପ୍ରାର୍ଥୀ ଓ ଅଧ୍ୟକ୍ଷ ପଦ ପାଇଁ ୩ ପ୍ରାର୍ଥୀ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ। ସକାଳ ୮ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ଉଭୟ ଏନ୍‌ଏସିରେ ମତଦାନ ଅନୁଷ୍ଠିତ ହୋଇଥିଲା ା ନିର୍ବାଚନ ଶାନ୍ତିଶୃଙ୍ଖଳାରେ ଶେଷ ହୋଇଥିବା କମିଶନଙ୍କ ପକ୍ଷରୁ କୁହାଯାଇଛି। ଆସନ୍ତା ୫ ତାରିଖରେ ଉଭୟ ଏନ୍‌ଏସିରେ ଭୋଟ ଗଣତି ହୋଇ ଫଳାଫଳ ପ୍ରକାଶ ପାଇବ। ଅନ୍ୟପକ୍ଷେ ଏପ୍ରିଲ ୧୯ରେ ଉପାଧ୍ୟକ୍ଷ ପଦ ଲାଗି ନିର୍ବାଚନ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ନେସଲେ, ପେପ୍ସିକୋରୁ ଡୋମିନୋଜ୍… ଭ୍ରାମକ ବିଜ୍ଞାପନ ପାଇଁ ୧୫୦ରୁ ଅଧିକ କମ୍ପାନୀକୁ ନୋଟିସ୍!

ନୂଆଦିଲ୍ଲୀ,୨୩ା୮: ଭାରତର ଖାଦ୍ୟ ସୁରକ୍ଷା ନିୟାମକ ସଂସ୍ଥା ‘ଭାରତୀୟ ଖାଦ୍ୟ ସୁରକ୍ଷା ଏବଂ ମାନକ ପ୍ରାଧିକରଣ’ (FSSAI) ଦେଶର କେତେକ ପ୍ରମୁଖ ଖାଦ୍ୟ ଏବଂ ପାନୀୟ (Food…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri