ସୌଦି ଆରବରେ ଭାରତୀୟ ହିନ୍ଦୁଙ୍କ ମୃତଦେହକୁ ପୋତା ଯାଇଥିବା ଅଭିଯୋଗ

ନୂଆଦିଲ୍ଲୀ,୧୬।୩ : ଦିଲ୍ଲୀ ହାଇକୋର୍ଟଙ୍କ ସାମ୍ନାକୁ ଆସିଛି ଏକ ବିଚିତ୍ର ମାମଲା। ସୌଦି ଆରବରେ ଜଣେ ଭାରତୀୟ ହିନ୍ଦୁଙ୍କୁ ଭୁଲ ବଶତଃ ମୁସଲିମ ପରମ୍ପରା ରୀତିନୀତିରେ ପୋତି ଦିଆଯାଇଛି। ମୃତ୍ୟୁ ପ୍ରମାଣପତ୍ରରେ ଧର୍ମ ପାଇଁ ନିର୍ଦ୍ଧାରିତ ସ୍ଥାନରେ ହିନ୍ଦୁ ବଦଳରେ ମୁସଲିମ ଲେଖାଯିବାରୁ ଏଭଳି ତ୍ରୁଟି ହୋଇଛି।

ମୃତକଙ୍କ ପତ୍ନୀ ଶବର ଅବଶିଷ୍ଟାଂଶକୁ ତୁରନ୍ତ ବାହାର କରି ଫେରାଇ ଆଣିବା ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏ ଦିଗରେ ବୈଦେଶିକ ମନ୍ତ୍ରଣାଳୟ କେଉଁ କେଉଁ ପଦକ୍ଷେପ ନେଇଛି, ତା’ର ସମ୍ପୂର୍ଣ୍ଣ ରିପୋର୍ଟ ତଲବ କରିଛନ୍ତି ହାଇକୋର୍ଟ। ଏହାକୁ ଏକ ଦୁର୍ଭାଗ୍ୟପୂର୍ଣ୍ଣ ଘଟଣା ଉଲ୍ଲେଖ କରିବା ସହ ଜଷ୍ଟିସ ପ୍ରତିଭା ଏମ୍‌. ସିଂ କହିଛନ୍ତି, ସ୍ବାମୀଙ୍କ ମୃତ୍ୟୁ ପରେ ଶବ ପାଇଁ ପତ୍ନୀ ଗତ ଜାନୁୟାରୀରୁ ଅଧିକାରୀଙ୍କ ନିକଟକୁ ଦୌଡ଼ୁଛନ୍ତି। ହିନ୍ଦୁ ରୀତିନୀତିରେ ଶବ ସତ୍କାର କରିବା ପାଇଁ ଶବକୁ ଭାରତ ଫେରାଇ ଆଣିବା ପାଇଁ ପର୍ଯ୍ୟାପ୍ତ ପଦକ୍ଷେପ ଗ୍ରହଣ କରାଯିବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଲେ ସୋନମ ୱାଙ୍ଗଚୁକ୍, ଅନଶନ ସମାପ୍ତ କରିବାକୁ ରଖିଲେ ଏହି ସର୍ତ୍ତ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରୁ ସରକାରଙ୍କୁ ଚିଠି ଲେଖିଛନ୍ତି ସୋନମ ୱାଙ୍ଗଚୁକ୍ । ଅନଶନ ସମାପ୍ତ କରିବା ପାଇଁ କେତେକ ଦାବି ଉପସ୍ଥାପନ କରିଛନ୍ତି । ଆତ୍ମହତ୍ୟା ଦ୍ୱାରା ମୃତ୍ୟୁବରଣ…

ନକଲି ଅଦାଲତ ଆଦେଶ ଦେଖାଇ ୫୦ ହଜାର ଟଙ୍କା ଠକେଇ, ଏପରି ଧରିଲା ପୋଲିସ

ଅତାବିରା,୨୨।୭(ଯୁଧିଷ୍ଠିର ମହାପାତ୍ର): ନିଜକୁ ଆଇନଜୀବୀ ପରିଚୟ ଦେଇ ଠକେଇ ଅଭିଯୋଗରେ ଜଣେ ଗିରଫ । ନକଲି ଅଦାଲତ ଆଦେଶ ପ୍ରସ୍ତୁତ କରି ଜଣେ ମହିଳାଙ୍କ ପରିବାରଠାରୁ ୫୦…

ରାଜନୀତିରେ ହଲଚଲ୍! ସରକାରଙ୍କ ଆଗରେ ୩ ଦାବି ରଖିଲେ ରାହୁଲ, ଜାଣିଲେ….

ନୂଆଦିଲ୍ଲୀ,୨୨।୭: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପେପର ଲିକ୍ ଏବଂ ଛାତ୍ରମାନଙ୍କ ଉପରେ ଲାଠିଚାର୍ଜ ସମ୍ପର୍କରେ ଦିଲ୍ଲୀର ଇନ୍ଦିରା ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିଥିଲେ। ଏହି…

‘ମୋତେ ଘୋଷାଡି ନେଉଥିବା ପୋଲିସ କହିଲା, ଏ ସରକାରକୁ ହଟାନ୍ତୁ’, ରାହୁଲଙ୍କ ବିସ୍ଫୋରକ ବୟାନ

ନୂଆଦିଲ୍ଲୀ,୨୨।୭: ଲୋକ ସଭାର ବିରୋଧୀ ଦଳ ନେତା , କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିଟ୍ (NEET) ପରୀକ୍ଷାରେ ପେପର୍ ଲିକ୍, ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ଏବଂ ଶିକ୍ଷା…

CJP ଆନ୍ଦୋଳନରେ ପେଲେଟ୍ ଗନ୍ ଫାୟାରିଂ? ସତ କହିଲା ଦିଲ୍ଲୀ ପୋଲିସ!

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିରେ ଦିଲ୍ଲୀର ଜନ୍ତର-ମନ୍ତରରୁ ସଂସଦ ମାର୍ଚ୍ଚ ପାଇଁ ଆହ୍ୱାନ ଦିଆଯାଇଥିଲା। ଏହି ସମୟରେ ପୋଲିସ ଏବଂ ପ୍ରଦର୍ଶନକାରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri