ହିନ୍ଦୋଳ ରାଜନୀତି ଚଳଚଞ୍ଚଳ

ହିନ୍ଦୋଳ, ୧।୩(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ଏନ୍‌ଏସିରେ ଆସନ୍ତା ଏପ୍ରିଲ ୩ରେ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ମଙ୍ଗଳବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଅନ୍ୟପଟେ ନିର୍ବାଚନୀ ବିଗୁଲ୍‌ ବାଜିବା ପରେ ସହରାଞ୍ଚଳ ରାଜନୈତିକ ବାତାବରଣରେ ଉଷ୍ମତା ପରିଲକ୍ଷିତ ହୋଇଛି।
୧୬ ଓ୍ବାର୍ଡ ବିଶିଷ୍ଟ ହିନ୍ଦୋଳ ଏନ୍‌ଏସିର କାର୍ଯ୍ୟକାଳ ଆସନ୍ତା ଏପ୍ରିଲ ୧୨ରେ ଶେଷ ହେଉଛି। ଏଥିପୂର୍ବରୁ ୩ ତାରିଖରେ ପୌରାଞ୍ଚଳବାସୀ ସେମାନଙ୍କ ଜନପ୍ରତିନିଧିଙ୍କୁ ବାଛିବେ। ନିର୍ବାଚନ ଲାଗି ମଙ୍ଗଳବାରଠାରୁ ଏପ୍ରିଲ ୫ ଯାଏ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ, ଆସନ୍ତା ମାର୍ଚ୍ଚ ୩ରୁ ୧୫ ଯାଏ ଆଶାୟୀମାନେ ନାମାଙ୍କନ ପତ୍ର ଦାଖଲ କରିବେ। ୧୭ ତାରିଖରେ ଏହାର ଯାଞ୍ଚ କରାଯିବ। ୨୦ ତାରିଖ ମଧ୍ୟରେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର ପରେ ଚୂଡ଼ାନ୍ତ ତାଲିକା ପ୍ରକାଶ ପାଇବ। ଏପ୍ରିଲ୍‌ ୩ରେ ଭୋଟଗ୍ରହଣ ଦିନଧାର୍ଯ୍ୟ କରାଯାଇଥିବାବେଳେ ୫ ତାରିଖରେ ଗଣତି ସହ ଫଳାଫଳ ଘୋଷଣା କରାଯିବ। ୧୯ ତାରିଖରେ ଉପାଧ୍ୟକ୍ଷ ପଦବୀରେ ନିର୍ବାଚନ ହେବ।
ହିନ୍ଦୋଳ ଏନ୍‌ଏସି ନିର୍ବାଚନ ଲାଗି ଡିସେମ୍ବର ୫ରେ ୱାର୍ଡଗୁଡିକର ସୀମା ନିର୍ଦ୍ଧାରଣ କରାଯାଇଥିଲା। ଏଥିସହ କାଉନ୍‌ସିଲର ଏବଂ ନଗରପାଳ ପଦବୀ ଲାଗି ଆସନ ସଂରକ୍ଷଣ ଚୂଡ଼ାନ୍ତ ପ୍ରକ୍ରିୟା ଶେଷ ହୋଇଥିଲା। ସେହିପରି ଗତ ଫେବୃୟାରୀ ୨୧ରେ ଚୂଡାନ୍ତ ଭୋଟର ତାଲିକା ପ୍ରସ୍ତୁତ ହୋଇଥିଲା। ଚଳିତ ନିର୍ବାଚନରେ ଅଧ୍ୟକ୍ଷ ପଦବୀ ଅନୁସୂଚିତ ଜନଜାତି (ଏସ୍‌ଟି) ବର୍ଗ ଲାଗି ସଂରକ୍ଷିତ ରହିଥିବାବେଳେ ନୂତନ ନିୟମ ଅନୁଯାୟୀ ଏଥିଲାଗି ସିଧାସଳଖ ମତଦାନ ହେବ। ଭୋଟରମାନେ ନଗରପାଳ ଓ କାଉନସିଲର ପଦବୀ ଲାଗି ଦୁଇଟି ଭୋଟ ଦେବେ।
ସୂଚନାଯୋଗ୍ୟ, ଗତ ନିର୍ବାଚନରେ ହିନ୍ଦୋଳ ଏନ୍‌ଏସି ବିଜେଡି କବ୍‌ଜାରେ ଥିଲା। ତେବେ ଦଳୀୟ କାଉନ୍‌ସିଲରଙ୍କ ଅନାସ୍ଥାରେ ନଗରପାଳ ରୀନାରାଣୀ ବେହେରା ହାରିବା ଏବଂ ଏହି ମାମଲା ହାଇକୋର୍ଟ ଯାଏ ଯିବା ରାଜ୍ୟ ରାଜନୀତିରେ ଚର୍ଚ୍ଚିତ ପ୍ରସଙ୍ଗ ପାଲଟିଥିଲା। ଏହାପରଠାରୁ ଉପନଗରପାଳ ଟିମା ବେହେରା ନଗରପାଳ ଦାୟିତ୍ୱ ତୁଲାଉଛନ୍ତି। ଏନ୍‌ଏସିରେ ରାଜନୈତିକ ଗୋଷ୍ଠୀକନ୍ଦଳ ବିକାଶରେ ବାଧକ ସାଜିଥିବା ଅଭିଯୋଗ ହେଉଥିବାବେଳେ ଏହି ନିର୍ବାଚନ ଆଶାୟୀଙ୍କ ପାଇଁ ସମ୍ମାନର ପ୍ରଶ୍ନ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୨ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri