ହିନ୍ଦୁ ସମ୍ମିଳନୀ: ରାଷ୍ଟ୍ରର ସୁରକ୍ଷା ପାଇଁ ଏକତ୍ରିତ ହେବାକୁ ଆହ୍ୱାନ

ଖଡ଼ିଆଳ,୨୯ା୧(ସୁଜିତ କୁମାର ପ୍ରଧାନ): ସନାତନ ଧର୍ମ, ସଂସ୍କୃତି ଓ ସାମାଜିକ ଏକତାର ପ୍ରତୀକ ହିନ୍ଦୁ ସମ୍ମିଳନୀ ଖଡ଼ିଆଳ ଖଣ୍ଡର ଡୁଆଝର ମଣ୍ଡଳରେ ଅନୁଷ୍ଠିତ ହୋଇଯାଇଛି। ସମିତି କୋଷାଧ୍ୟକ୍ଷ ହେରମ ମେହେରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସମ୍ମିଳନୀରେ ବିଶ୍ୱହିନ୍ଦୁ ପରିଷଦ ଖଣ୍ଡ ସମରସତ୍ତା ସଂଯୋଜକ ଅକିଞ୍ଚନ ବାରିକ ମୁଖ୍ୟବକ୍ତା ଓ କଳାହାଣ୍ଡି ବିଭାଗ ସେବା ପ୍ରମୁଖ ସଜ୍ଜନ କୁମାର ଅଗ୍ରୱାଲ, ଅବସରପ୍ରାପ୍ତ ଶିକ୍ଷକ ଗୌର ଚନ୍ଦ୍ର ଦଣ୍ଡସେନା ସମ୍ମାନିତ ଅତିଥି ଭାବେ ଯୋଗଦେଇ ରାଷ୍ଟ୍ରର ସୁରକ୍ଷା ପାଇଁ ସମସ୍ତ ଭେଦଭାବ ଭୁଲି ଏକତ୍ରିତ ହେବା ପାଇଁ ଆହ୍ୱାନ ଦେଇଥିଲେ।

ସଂଘର କଳାହାଣ୍ଡି ବିଭାଗ ସମ୍ପର୍କ ପ୍ରମୁଖ ଗରୁ ଗହୀର ହିନ୍ଦୁ ସମାଜରେ ପଞ୍ଚ ପରିବର୍ତ୍ତନର ଆବଶ୍ୟକତା ସମ୍ପର୍କରେ ଆଲୋକପାତ କରିଥିଲେ। ପ୍ରାରମ୍ଭରେ ପୂଜକ ଗୋପାଳ ମହାନ୍ତିଙ୍କ ଦ୍ୱାରା ହୋମଯଜ୍ଞ କରାଯାଇଥିଲା। ବିଭୁତି ଭୂଷଣ ବିଶି ମଞ୍ଚ ପରିଚାଳନା କରିଥିବା ବେଳେ ହେରମ ମେହେର ଧନ୍ୟବାଦ ଅର୍ପଣ କରିଥିଲେ।

କାର୍ଯ୍ୟକ୍ରମରେ ମଣ୍ଡଳ ସମିତି ଅଧ୍ୟକ୍ଷ ଯୁବରାଜ ଜଗତ, ଉପସଭାପତି ଗୋବର୍ଦ୍ଧନ ମେହେର, ସମ୍ପାଦକ ଗିରିଧାରି ପଟେଲ, ଗଣେଶ ଗହୀର, ନୃପରାଜ ଶବର, ହରିହର ମେହେରଙ୍କ ସମେତ ଡୁଆଝର, ନେହେନା ଓ ଶରଧାପୁର ପଞ୍ଚାୟତର ଶତାଧିକ ବ୍ୟକ୍ତି ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

୩-୦ରେ ଭାରତର କ୍ଲିନ ସୁଇପ

ଚେନ୍ନାଇ,୨୦ା୬: ପ୍ରସିଦ୍ଧ କ୍ରିଷ୍ଣାଙ୍କ ୫ ଉଇକେଟ ସଫଳତା ଏବଂ ଯଶସ୍ବୀ ଜୟସ୍ବାଲଙ୍କ ଅପରାଜିତ ଶତକ ବଳରେ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ ୯ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri