ପୁଣି ହିନ୍ଦୁ ମନ୍ଦିରକୁ ଟାର୍ଗେଟ: କାନାଡ଼ାରେ ଭଙ୍ଗାରୁଜା…

ଅଟଓ୍ବା,୬।୪ : କାନାଡ଼ାରେ ପୁଣି ଥରେ ହିନ୍ଦୁ ମନ୍ଦିରଗୁଡିକ ଟାର୍ଗେଟ କରାଯାଇଛି। ଏଠାରେ ୱିଣ୍ଡସରରେ ଏକ ହିନ୍ଦୁ ମନ୍ଦିରକୁ କିଛି ମାସ୍କେଡ ଆକ୍ରମଣକାରୀ ଆକ୍ରମଣ କରିଥିଲେ। ମନ୍ଦିରକୁ ଭଙ୍ଗାରୁଜା କରି କାନ୍ଥରେ ହିନ୍ଦୁ ବିରୋଧୀ ଏବଂ ଭାରତ ବିରୋଧୀ ସ୍ଲୋଗାନ ଲେଖିଥିଲେ।

ଘଟଣା ସମ୍ପର୍କରେ ସ୍ଥାନୀୟ ପୋଲିସ ସୂଚନା ଦେଇଥିଲା। ପୁରା ଘଟଣା ମଧ୍ୟ ସିସିଟିଭି କ୍ୟାମେରାରେ କଏଦ ହୋଇଛି। ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଖୋଜୁଛି।

ୱିଣ୍ଡସର ପୋଲିସ ଅଧିକାରୀଙ୍କ ଅନୁଯାୟୀ, ମାସ୍କ ପିନ୍ଧିଥିବା ଅଜଣା ବ୍ୟକ୍ତିମାନେ ଶ୍ରୀ ସ୍ବାମୀନାରାୟଣ ମନ୍ଦିର ବାହାରେ କାନ୍ଥରେ କଳା ରଙ୍ଗରେ ହିନ୍ଦୁ ବିରୋଧୀ ତଥା ଭାରତ ବିରୋଧୀ ସ୍ଲୋଗାନ ଲେଖିଥିଲେ। ପୋଲିସ କହିଛି, ହିନ୍ଦୁ ମନ୍ଦିରରେ ହୋଇଥିବା ଭଙ୍ଗାରୁଜା ଘଟଣାର ଘୃଣ୍ୟ ଘଟଣାର ତଦନ୍ତ କରାଯାଉଛି।

ପ୍ରାରମ୍ଭିକ ଅନୁସନ୍ଧାନରେ, ଅଧିକାରୀମାନେ ଏକ ଭିଡିଓ ପାଇଛନ୍ତି ଯେଉଁଥିରେ ରାତି ପ୍ରାୟ ୧୨ଟା ପରେ ଦୁଇଜଣ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଦେଖିବାକୁ ମିଳୁଛି। ଭିଡିଓରେ ଜଣେ ସନ୍ଦିଗ୍ଧ ବିଲଡିଂର କାନ୍ଥକୁ ଭଙ୍ଗାରୁଜା କରୁଥିବା ବେଳେ ଅନ୍ୟ ଜଣେ ତାଙ୍କ ପାଖରେ ଠିଆ ହୋଇଥିବା ଦେଖିବାକୁ ମିଳିଛି। ପୋଲିସ କହିଛି ଯେ ଘଟଣା ସମୟରେ ଜଣେ ସନ୍ଦିଗ୍ଧ ବ୍ୟକ୍ତି କଳା ସ୍ବେଟର, ବାମ ଗୋଡରେ ଛୋଟ ଧଳା ଲୋଗୋ ଥିବା କଳା ପ୍ୟାଣ୍ଟ, କଳା ଏବଂ ଧଳା ହାଇ ଟପ ଜୋତା ପିନ୍ଧିଥିଲେ। ଦ୍ୱିତୀୟ ସନ୍ଦିଗ୍ଧ ବ୍ୟକ୍ତି କଳା ପ୍ୟାଣ୍ଟ,ସ୍ବେଟ ଶର୍ଟ, କଳା ଜୋତା ଏବଂ ଧଳା ମୋଜା ପିନ୍ଧିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଳିମିଶି କାମ କରିବାରୁ ସଫଳତା: ରାଜ୍ୟସ୍ତରରେ ଗଞ୍ଜାମ ପୁରସ୍କୃତ

ଗଞ୍ଜାମ,୩୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ବାୟତ୍ତ ଶାସନ ଦିବସ ମହା ସମାରୋହରେ ସୋମବାର ପାଳିତ ହୋଇଯାଇଛି l ମୁଖ୍ୟ ଅତିଥି ବ୍ରହ୍ମପୁର ଲୋକସଭା…

ICUରେ ଆନ୍ନା ହଜାରେ: ଗୁରୁତର ଭାଇରାଲ ସଂକ୍ରମଣ ପରେ…

ନୂଆଦିଲ୍ଲୀ,୩୧।୮: ସାମାଜିକ କର୍ମୀ ଆନ୍ନା ହଜାରେଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ମୁମ୍ବାଇର ବମ୍ବେ ହସ୍ପିଟାଲର ଆଇସିୟୁରେ ଭର୍ତ୍ତି କରାଯାଇଛି। ଗୁରୁତର ଭାଇରାଲ ସଂକ୍ରମଣ ଏବଂ…

ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣା: ମନ୍ଥର ଗତିରେ ଚାଲିଛି କାର୍ଯ୍ୟ, ତାଗିଦ କଲେ ଉପଜିଲାପାଳ

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଲଙ୍ଘନ ଘଟଣାର ସୋମବାର ସମୀକ୍ଷା କରିଛନ୍ତି ଛତ୍ରପୁର ଉପଜିଲାପାଳ…

ଚାଷୀଙ୍କ ରଣହୁଙ୍କାର: ୮ଦଫା ଦାବିରେ ତାତିଲେ ଚାଷୀ

ବରଗଡ଼,୩୧।୮(ପ୍ରେମାନନ୍ଦ ଖମାରୀ)-:ବରଗଡ଼ ଜିଲାରେ ସର୍ବାଧିକ ଧାନ ଉତ୍ପାଦନ ଯୋଗୁ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଓ ଚାଷୀଙ୍କ ସମସ୍ୟା ମଧ୍ୟ ଅଧିକ ଏବଂ…

ବିଧାୟକ ସିଦ୍ଧାନ୍ତ ମହାପାତ୍ର ଦେଲେ ବଡ଼ ପ୍ରତିଶ୍ରୁତି: ଦିଗପହଣ୍ଡିକୁ ମ୍ୟୁନିସିପାଲଟିର ମାନ୍ୟତା ପାଇଁ…

ଦିଗପହଣ୍ଡି,୩୧।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଏନଏସି ପକ୍ଷରୁ ୫୩ତମ ପବିତ୍ର ନିଖିଳ ଭାରତ ସ୍ବାୟତ୍ତ ଶାସନ ସପ୍ତାହ ପାଳନ ସମାରୋହ ସୋମବାର ବିଳମ୍ବିତ ସନ୍ଧ୍ୟାରେ ଉଦଯାପିତ ହୋଇଯାଇଛି।…

ଅମରନାଥଙ୍କୁ ପିଟିଲା କାର୍‌, ଚାଲିଗଲା ଜୀବନ

ଗୁଣପୁର,୩୧।୮ ( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ସହର ବଳରାମ ନଗର ପୋଲାକି ଅମରନାଥ ପାତ୍ର(୨୭) (ପିତା- ମୋହନ ରାଓ ପାତ୍ର)ଙ୍କ ଏକ ମର୍ମନ୍ତୁଦ ସଡ଼କ…

ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କଲେ ଲିଓନେଲ ମେସି: କହିଲେ- ଏହି କାରଣ ପାଇଁ…

ନୂଆଦିଲ୍ଲୀ, ୩୧।୮: ଫୁଟବଲ ଜଗତର ପ୍ରଶଂସକଙ୍କ ପାଇଁ ଆସିଛି ବଡ଼ ଖବର। ଆର୍ଜେଣ୍ଟିନାର ମହାନ ଫୁଟବଲର୍‌ ଲିଓନେଲ ମେସି ଅନ୍ତର୍ଜାତୀୟ ଫୁଟବଲ୍‌ରୁ ଅବସର ଘୋଷଣା କରିଛନ୍ତି। ଏଣିକି…

ପୁଷ୍ଟିହୀନ ଶିଶୁଙ୍କ ସନ୍ଧାନରେ ଯିବେ ୬୦୦୦ ଏନଏସଏସ ଛାତ୍ରୀ: ଦୁଇଜଣିଆ ଟିମ କରିବେ ସର୍ଭେ

ଭଞ୍ଜନଗର,୩୧।୮(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ଅଧୀନରେ ପୁଷ୍ଟିହୀନ ଶିଶୁଙ୍କ ସର୍ଭେ କାର୍ଯ୍ୟରେ ସାମିଲ ହେବାକୁ ଥିବା ଜାତୀୟ ସେବା ଯୋଜନା (ଏନଏସଏସ) ସ୍ବେଚ୍ଛାସେବୀଙ୍କୁ ନେଇ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri