Posted inଜାତୀୟ

ନିଜ ସମ୍ପତ୍ତି ବାପାଙ୍କ ପରିବାରକୁ ଦେଇପାରିବେ ହିନ୍ଦୁ ମହିଳା

ନୂଆଦିଲ୍ଲୀ, ୨୫।୨: ମହିଳାଙ୍କ ସମ୍ପତ୍ତି ମାମଲାରେ ସୁପ୍ରିମକୋର୍ଟ ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଜଣେ ହିନ୍ଦୁ ମହିଳାଙ୍କ ବାପଘର ପରିବାର ସଦସ୍ୟଙ୍କୁ ତାଙ୍କ ସମ୍ପତ୍ତିର ଉତ୍ତରାଧିକାରୀ ଭାବେ ବିବେଚନା କରାଯାଇପାରିବ। ସେମାନଙ୍କୁ ବାହାର ଲୋକ ଭାବେ ଦେଖାଯାଇପାରିବ ନାହିଁ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି। ହିନ୍ଦୁ ଉତ୍ତରାଧିକାର ଆଇନ, ୧୯୫୬ର ଧାରା ୧୫.୧.ଡି ଅନୁଯାୟୀ ମହିଳାଙ୍କ ସମ୍ପତ୍ତିର ଉତ୍ତରାଧିକାରୀ ତାଙ୍କ ବାପାଙ୍କ ପରିବାର ସଦସ୍ୟ ହୋଇପାରିବେ ବୋଲି ଜଷ୍ଟିସ୍‌ ଅଶୋକ ଭୂଷଣ ଏବଂ ଆର୍‌. ସୁଭାଷ ରେଡ୍ଡୀଙ୍କ ଖଣ୍ଡପୀଠ କହିଛନ୍ତି। ଏହି ଆଇନର ଧାରା ୧୩.୧.ଡିରେ ସ୍ପଷ୍ଟ ଭାବେ ଉଲ୍ଲେଖ କରାଯାଇଛି, ମହିଳାଙ୍କ ବାପାଙ୍କ ଉତ୍ତରାଧିକାରୀ ତାଙ୍କ ଉତ୍ତରାଧିକାରୀ ବିବେଚିତ ହୋଇପାରିବେ ଓ ସମ୍ପତ୍ତି ନେଇପାରିବେ। ଜଗ୍‌ନୋ ନାମ୍ନୀ ମହିଳାଙ୍କ ସ୍ବାମୀ ଶେର୍‌ ସିଂଙ୍କର ୧୯୫୩ରେ ମୃତ୍ୟୁ ହୋଇଥିଲା। ଜଗ୍‌ନୋଙ୍କର କେହି ପିଲା ନ ଥିଲେ। ତେଣୁ ଉତ୍ତରାଧିକାର ଆଇନର ଧାରା ୧୪ ଅନୁଯାୟୀ ସେ ସ୍ବାମୀଙ୍କ ସମ୍ପତ୍ତିର ଉତ୍ତରାଧିକାରୀ ହୋଇଥିଲେ। ଜଗ୍‌ନୋ ଉକ୍ତ ସମ୍ପତ୍ତିକୁ ତାଙ୍କ ଭାଇଙ୍କ ପୁଅ ନାଁରେ କରିଦେଇଥିଲେ। ୧୯୯୧ରେ ଭାଇଙ୍କ ପୁଅ ଗୁରଗାଁଓ ସବ୍‌ଜଜ୍‌ଙ୍କ କୋର୍ଟରେ ସିଭିଲ୍‌ ସୁଟ୍‌ କରି ଉକ୍ତ ସମ୍ପତ୍ତି ଉପରେ ଡିକ୍ରି ହାସଲ କରିଥିଲେ। ତେବେ ଶେର୍‌ ସିଂଙ୍କ ଭାଇମାନେ ଏହାର ପ୍ରତିବାଦ କରିବା ସହ କୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ତଳକୋର୍ଟ, ଜିଲା ଅଦାଲତ ଓ ହାଇକୋର୍ଟ ଆବେଦନ ଖାରଜ କରିଦେବା ପରେ ସେମାନେ ସୁପ୍ରିିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ବାପାଙ୍କ ପରିବାର ମହିଳାଙ୍କ ଅପରିଚିତ ନୁହନ୍ତି। ସେମାନେ ମଧ୍ୟ ପରିବାରର ଅଂଶ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri