ବାଂଲାଦେଶରେ ହିନ୍ଦୁ କର୍ମଚାରୀଙ୍କୁ ଇସ୍ତଫା ଦେବାକୁ ବାଧ୍ୟ କରାଯାଉଛି

କୋଲକାତା,୨୭ା୧୦: ବାଂଲାଦେଶରେ ଶେଖ୍‌ ହାସିନାଙ୍କ ସରକାରର ପତନ ପରେ ମୌଳବାଦୀ ସଂଗଠନଗୁଡ଼ିକର ଶକ୍ତି ବୃଦ୍ଧି ପାଇବା ସହ ସଂଖ୍ୟାଲଘୁ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାର ବଢ଼ିଛି। ସରକାରୀ ଚାକିରିରୁ ହିନ୍ଦୁମାନଙ୍କୁ ଇସ୍ତଫା ଦେବା ପାଇଁ ବାଧ୍ୟ କରାଯାଉଛି। ସେମାନେ ମୁସଲମାନ ମହିଳାଙ୍କୁ ପ୍ରେମ ଜାଲରେ ଫସାଉଥିବା ନେଇ ମିଥ୍ୟା ଅଭିଯୋଗ ଅଣାଯାଉଛି।

ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ପ୍ରତ୍ୟକ୍ଷ ଆକ୍ରମଣ କମିଥିଲେ ମଧ୍ୟ ଧମକ ଦେବା ଏବଂ ପକ୍ଷପାତ ଆଚରଣ ଜାରି ରହିଛି। କଠୋରପନ୍ଥୀ ସଂଗଠନଗୁଡ଼ିକ ସଂଖ୍ୟାଲଘୁମାନଙ୍କୁ ବିଭିନ୍ନ କୌଶଳରେ ଟାର୍ଗେଟ କରୁଛନ୍ତି। ସେମାନଙ୍କୁ ମାଡ଼ ମାରିବା ସହ ସାମାଜିକ ବାସନ୍ଦ ଏବଂ ବଦନାମ କରାଉଛନ୍ତି। ବିଭିନ୍ନ ବିଶ୍ୱବିଦ୍ୟାଳୟର ହିନ୍ଦୁ ଶିକ୍ଷକ ଓ ପ୍ରଫେସରମାନଙ୍କୁ ଇସ୍ତଫା ଦେବା ପାଇଁ ଚାପ ପକାଯାଉଛି।

ଅନ୍ୟାନ୍ୟ ସରକାରୀ ଚାକିରିରୁ ହିନ୍ଦୁ କର୍ମଚାରୀଙ୍କୁ ବରଖାସ୍ତ କରାଯାଉଛି କିମ୍ବା ଇସ୍ତଫା ଦେବାକୁ ବାଧ୍ୟ କରାଯାଉଥିବା ଜଣାପଡ଼ିଛି। ଚିଟ୍ଟାଗଙ୍ଗ ୟୁନିଭର୍ସିଟିର ଆସିଷ୍ଟାଣ୍ଟ ପ୍ରଫେସର ରୋଣ୍ଟୁ ଦାସ୍‌ଙ୍କୁ ଇସ୍ତଫା ଦେବାକୁ ବାଧ୍ୟ କରାଯିବା ସହ ତାଙ୍କୁ ହତ୍ୟା ଧମକ ଦିଆଯାଇଥିଲା। ଉକ୍ତ ଇସ୍ତଫାପତ୍ର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଶାରଦା ପୋଲିସ ଏକାଡେମୀରେ ତାଲିମ ଶେଷ କରିଥିବା ୨୫୨ ଜଣ ସବ୍‌ଇନ୍ସପେକ୍ଟରଙ୍କୁ ବିଶୃଙ୍ଖଳିତ ଆଚରଣ ଏବଂ ଅନିୟମିତତା ଅଭିଯୋଗରେ ଚାକିରିରୁ ବହିଷ୍କାର କରାଯାଇଛି। ସେମାନଙ୍କ ମଧ୍ୟରୁ ୯୧ ଜଣ ହିନ୍ଦୁ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଶୁଟିଂରେ ଭରତର ଆଧିପତ୍ୟ ଜାରି: ସୁରୁଚି-ରାଣାଙ୍କୁ ମିଳିଲା ରୌପ୍ୟ

ନୂଆଦିଲ୍ଲୀ,୫ା୨: ଭାରତ ନୂଆଦିଲ୍ଲୀଠାରେ ଚାଲିଥିବା ଏସିଆନ ଶୁଟିଂ ଚାମ୍ପିୟନଶିପ୍‌ରେ ନିଜ ଆଧିପତ୍ୟ ଜାରି ରଖିଛି। ବିଶ୍ୱ ଚାମ୍ପିୟନ ସମ୍ରାଟ ରାଣା ଓ ବିଶ୍ୱ କପ୍‌ ଫାଇନାଲ ବିଜେତା…

ଘରେ କେହି ନଥିବାର ସୁଯୋଗ ନେଇ ଘରେ କଳାକନା ବୁଲାଇଲେ ଚୋର, ନେଇଗଲେ ୧୦ ଭରି ସୁନା ଗହଣା ସହ…

କୋକସରା,୫।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଆମପାଣି ଗ୍ରାମର ବ୍ୟବସାୟୀ ସନ୍ତୋଷ କୁମାର ସାହୁ ତାଙ୍କ ପରିବାର ଲୋକଙ୍କ ସହିତ ବୁଧବାର ଘରେ ନ…

ବିବାହ ଚର୍ଚ୍ଚା ଭିତରେ ବେବି ବମ୍ପ ସହ ନଜର ଆସିଲେ ଅଭିନେତ୍ରୀ, ସାଥିରେ ଥିଲେ ବିବାହିତ ଅଭିନେତା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ମୃଣାଲ ଠାକୁର ବର୍ତ୍ତମାନ ଅଭିନେତା ଧନୁଷଙ୍କ ସହ ତାଙ୍କ ସମ୍ପର୍କ ଏବଂ ତାଙ୍କ ବିବାହ ଯୋଜନା ପାଇଁ ଖବରରେ ଅଛନ୍ତି। ଅଭିନେତ୍ରୀ ସମ୍ପ୍ରତି…

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri