Posted inଜାତୀୟ

ହନୁମାନ ଚାଳିଶା ପଢିବା ପାଇଁ ହିନ୍ଦୁମାନଙ୍କୁ ମିଳୁ ଛୁଟି: ଆସାମ ମୁଖ୍ୟମନ୍ତ୍ରୀ

ଦିସ୍‌ପୁର,୧୭।୧୧: ସ୍କୁଲ ଶୁକ୍ରବାର ଛୁଟି କରିବା ପାଇଁ ପୁଣି ମୁଣ୍ଡ ଟେକିଲା ବିବାଦ। ଝାଡଖଣ୍ଡରେ ହେମନ୍ତ ସରକାର ଶୁକ୍ରବାର ମୁସଲମାନମାନଙ୍କୁ ସ୍କୁଲରେ ନମାଜ ପାଇଁ ଛୁଟି ଦେଉଛନ୍ତି। ତାହେଲେ ମଙ୍ଗଳବାର ଦିନ ହନୁମାନ ଚାଳିଶା ପାଇଁ ହିନ୍ଦୁମାନଙ୍କୁ ମଧ୍ୟ ଛୁଟି ଦେବାକୁ ପଡିବ। ଯଦି ବିଧାନସଭା ପରିସରରେ ନମାଜ ପାଇଁ ସ୍ଥାନ ଦେବା କଥା କହୁଛୁ, ତେବେ ଆମକୁ ହନୁମାନ ଚାଳିଶା ପଢ଼ିବାକୁ ମଧ୍ୟ ଅନୁମତି ଦିଆଯିବା ଉଚିତ ବୋଲି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା କହିଛନ୍ତି।

ଧନବାଦରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରି ହିମନ୍ତ କହିଛନ୍ତି ଯେ, ଜେଏମଏମ, କଂଗ୍ରେସ ଓ ଆରଜେଡି ସରକାର ଲୋକଙ୍କୁ ବିଭାଜନ କରିବା ପାଇଁ କାମ କରୁଛନ୍ତି। ଅଯୋଧ୍ୟାରେ ରାମ ମନ୍ଦିର ର୍ନିମାଣ କରି ରାମରାଜଙ୍କୁ ଆଣିବାକୁ ଚେଷ୍ଟା କରାଯାଇଛି। କିନ୍ତୁ ଝାଡଖଣ୍ଡର ପୂର୍ବତନ ମନ୍ତ୍ରୀ ଆଲମଗିର ଆଲାମ ଏବଂ ଜାମତାରା ପ୍ରାର୍ଥୀ ଇରଫାନ ଅନସାରୀ ଲୋକଙ୍କୁ ବିଭାଜନ କରିବା ପାଇଁ ରାଜନୀତି କରୁଛନ୍ତି। ବାଂଲାଦେଶୀ ଅନୁପ୍ରବେଶ ଯୋଗୁଁ ଆଦିବାସୀ ସମାଜ କ୍ଷତିଗ୍ରସ୍ତ ହେଉଛି ବୋଲି ହିମନ୍ତ କହିଛନ୍ତି।

ହିମନ୍ତ ଆହୁରି ମଧ୍ୟ କହିଛନ୍ତି ଯେ ଝାଡ଼ଖଣ୍ଡରେ ହିନ୍ଦୁ ଓ ଆଦିବାସୀଙ୍କ ସରକାର ଗଠନ ହେବା ଦରକାର। ବର୍ତ୍ତମାନ ଏଠାରେ ଅନୁପ୍ରବେଶକାରୀ, ମାଫିଆ ଓ ଦଲାଲଙ୍କ ସରକାର ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri