ଏପ୍ରିଲ ୫ରୁ ହିଙ୍ଗୁଳା ଯାତ୍ରା, ଲୋକ ମହୋତ୍ସବ

ତାଳଚେର, ୨୫ା୨ (ନି.ପ୍ର.): ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଓ ୧୯ ତମ ଲୋକ ମହୋତ୍ସବ ନିମନ୍ତେ ଏକ ପ୍ରାକ୍‌ ପ୍ରସ୍ତୁତି ବୈଠକ ଗୁରୁବାର ଗୋପାଳପ୍ରସାଦସ୍ଥିତ ପୀଠ ପରିସର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ତାଳଚେର ଉପଜିଲାପାଳ ତଥା ମା’ ହିଙ୍ଗୁଳା ଠାକୁରାଣୀ ଟ୍ରଷ୍ଟ ବୋର୍ଡର ମ୍ୟାନେଜିଂ ଟ୍ରଷ୍ଟି ବିଶ୍ୱରଞ୍ଜନ ରଥ ଏଥିରେ ଅଧ୍ୟକ୍ଷତା କରିବା ସହିତ ଆସନ୍ତା ଏପ୍ରିଲ ୫ଠାରୁ ଏହି ଯାତ୍ରା ଓ ଲୋକ ମହୋତ୍ସବ ଆରମ୍ଭ ହୋଇ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ସୂଚନା ଦେଇଥିଲେ।
ତାଳଚେର ତହସିଲଦାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉପଜିଲାପାଳଙ୍କ ସୁପାରିସ କ୍ରମେ ଷ୍ଟଲ ବଣ୍ଟନ କରାଯିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଥିଲା। ଚଳିତବର୍ଷ ଷ୍ଟଲଗୁଡିକର ବିଭାଗୀକରଣ କରାଯାଇ ଆବଣ୍ଟନ କରାଯିବାକୁ ସଦସ୍ୟମାନେ ପ୍ରସ୍ତାବ ଦେଇଥିଲେ। ଏଥିସହିତ ଷ୍ଟଲ ସଂଖ୍ୟାରେ ଶହେ ବୃଦ୍ଧି କରିବା, ପାର୍କିଂ ସ୍ଥାନ ବଢ଼ାଇବା ପାଇଁ ସ୍ଥିର କରାଯାଇଥିଲା। ଷ୍ଟଲ ନିର୍ମାଣ ଓ ସିସି କ୍ୟାମେରା ବ୍ୟବସ୍ଥା କରିବାକୁ ଭରତପୁର କଲିୟରୀକୁ ଦାୟିତ୍ୱ ଦିଆଯାଇଥିଲା। ସେହିପରି ବିଭିନ୍ନ ସ୍ଥାନରେ କୁଲର ଓ ପଙ୍ଖାର ବ୍ୟବସ୍ଥା ପାଇଁ ଭୁବନେଶ୍ୱରୀ ଓସିପି, ଲୋକ ମହୋତ୍ସବରେ ଅସ୍ଥାୟୀ ମଞ୍ଚ ନିର୍ମାଣ ଓ ସାଉଣ୍ଡ ବ୍ୟବସ୍ଥା ପାଇଁ କଣିହାଁ ଖଣି, ଷ୍ଟ୍ରିଟ ଲାଇଟଗୁଡିକରେ ଏଲଇଡି ଲାଇଟ ଲଗାଇବାକୁ ହିଙ୍ଗୁଳା କ୍ଷେତ୍ରକୁ ଦାୟିତ୍ୱ ଦିଆଯାଇଥିଲା। ଉଭାସ୍ଥଳ ଓ ଅନ୍ୟାନ୍ୟ ବ୍ୟାରିକେଡ ବ୍ୟବସ୍ଥା କରିବାକୁ ନନ୍ଦିରା କୋଇଲା ଖଣି କର୍ତ୍ତୃପକ୍ଷଙ୍କୁ କୁହାଯାଇଥିଲା। ୯ ଦିନିଆ ଏହି ଲୋକ ମହୋତ୍ସବରେ ଅଂଶଗ୍ରହଣ କରିବାକୁ ଦେଶର ବିଭିନ୍ନ ଅଞ୍ଚଳରୁ ଲୋକନୃତ୍ୟ ଅନୁଷ୍ଠାନଗୁଡିକୁ ନିମନ୍ତ୍ରଣ କରାଯିବ ବୋଲି ସ୍ଥିର କରାଯାଇଥିଲା। ମା’ଙ୍କ ଯାତ୍ରା ନିମନ୍ତେ ଏକ ସଫେଇ ସବ୍‌ କମିଟି ଗଠନ ସହ ବିଡିଓଙ୍କ ତତ୍ତ୍ୱାବଧାନରେ ଏହା କାର୍ଯ୍ୟ କରିବ ବୋଲି ସ୍ଥିର କରାଯାଇଥିଲା। ଟ୍ରଷ୍ଟ ବୋର୍ଡର ମ୍ୟାନେଜିଂ ଟ୍ରଷ୍ଟି ବିଶ୍ୱରଞ୍ଜନ ରଥ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଜନଶୁଣାଣି ଶିବିରରେ ଅଭାବନୀୟ ଘଟଣା, ବାର୍ଦ୍ଧକ୍ୟ ଭତ୍ତା ନ ମିଳିବାରୁ ବରିଷ୍ଠ ନାଗରିକଙ୍କ ଆତ୍ମହତ୍ୟା ଉଦ୍ୟମ

କଟକ ସଦର,୧୮ା୮(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ୪୨ ମୌଜା ଅନ୍ତର୍ଗତ କଳପଡାଠାରେ ସୋମବାର ଅନୁଷ୍ଠିତ କଟକ ସଦର ବିଧାୟକଙ୍କ ଜନଶୁଣାଣି ଶିବିରରେ ଏକ ଅଭାବନୀୟ…

ଆଖିବୁଜା ଗୁଳି ଚଳାଇଲେ ସପ୍ତମ ଶ୍ରେଣୀର ଛାତ୍ର, ୨ ମୃତ

ମାନିଲା,୧୮।୮: ଫିଲିପାଇନ୍ସର ଏକ ସ୍କୁଲରେ ଗୁଳିକାଣ୍ଡ ହୋଇଥିବା ରିପୋର୍ଟ ସାମ୍ନାକୁ ଆସିଛି। ଏହି ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଜଣେ ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ମଙ୍ଗଳବାର…

ଶେଷ ପର୍ଯ୍ୟାୟରେ ପ୍ରତିମୂର୍ତ୍ତି ଉନ୍ମୋଚନ ଉତ୍ସବ ବାତିଲ: ପଲିଥିନରେ ଘୋଡ଼ାହୋଇ ରହିଛି ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀଙ୍କ ପ୍ରତିମୂର୍ତ୍ତି

ଲୋଇସିଂହା,୧୮।୮(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଏନଏସି ଅନ୍ତର୍ଗତ ଲୋଇସିଂହାସ୍ଥିତ ହରେକୃଷ୍ଣ ମହତାବ ହାଇସ୍କୁଲ ପରିସରରେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। ୮୦…

ଦେବୋତ୍ତର ଜମି ଧାନବିକ୍ରି ପଞ୍ଜୀକରଣକୁ ନା: ଚିନ୍ତାରେ ଦେବଦେବୀଙ୍କ ସେବାୟତ

ବରଗଡ଼,୧୮।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପଞ୍ଜୀକରଣରେ ଏଥର ନୂଆଁ କଟକଣାଗୁଡ଼ିକ ଚାଷୀଙ୍କ ପାଇଁ ଅଡୁଆ ସାଜିଛି।…

୩୨୬ ଏମ୍‌ପି, ୧୪ ମୁଖ୍ୟମନ୍ତ୍ରୀଙ୍କ ନାମରେ ଆପରାଧିକ ମାମଲା

ନୂଆଦିଲ୍ଲୀ,୧୮ା୮(ପି.ଟି.): ଲୋକ ସଭାର ୫୪୩ ସଦସ୍ୟଙ୍କ ମଧ୍ୟରୁ ୨୫୧ ଜଣ ଏବଂ ରାଜ୍ୟ ସଭାର ୨୩୩ ସଦସ୍ୟଙ୍କ ମଧ୍ୟରୁ ୭୫ ଜଣଙ୍କ ନାମରେ ଆପରାଧିକ ମାମଲା ରହିଥିବା…

ଯୋବ୍ରା ଆନିକଟ ବ୍ରିଜ୍‌ରେ ଭାସୁଛି ମହିଳାଙ୍କ ମୃତଦେହ, ପୋଲିସ…

କଟକ,୧୮।୮(ପ୍ରଭୁକଲ୍ୟାଣ ପାଲ): କଟକ ଯୋବ୍ରା ଆନିକଟ ବ୍ୟାରେଜରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ମଙ୍ଗଳବାର ସକାଳୁ ଗେଟ ନମ୍ବର ୪୧/୪୨ ରେ ଅଜଣା ମହିଳାଙ୍କ ମୃତଦେହ…

ଓଡ଼ିଶାର ନୂଆ DGP ଚୟନ ପ୍ରକ୍ରିୟା ମାମଲା, ଆଜି ସୁପ୍ରିମକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି

ଭୁବନେଶ୍ୱର,୧୮।୮(ସୁନିତ୍‌ ମିଶ୍ର): ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହେବାକୁ ଅଛି। ଏନେଇ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଗତ ୧୪ ତାରିଖରେ ଶୁଣାଣି ହୋଇଥିଲା।…

ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ଆକ୍ରମଣ: ୨ ମୃତ

ଲଣ୍ଡନ, ୧୮।୮: ୟୁକ୍ରେନ୍‌ସ୍ଥିତ ଆର୍ସେଲର ମିତ୍ତଲ ପ୍ଲାଣ୍ଟରେ ରୁଷିଆର ମିଶାଇଲ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୧୩ଜଣ ଆହତ ହୋଇଛନ୍ତି। ଭାରତୀୟ ଶିଳ୍ପପତି ଲକ୍ଷ୍ମୀ ମିତ୍ତଲଙ୍କ ମାଲିକାନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri