ଆଜିଠାରୁ ହିଙ୍ଗୁଳା ଯାତ୍ରା

ତାଳଚେର,୧୫।୪(ନି.ପ୍ର.)

ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ପ୍ରସିଦ୍ଧ ବାର୍ଷିକ ଯାତ୍ରା ୧୫ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହେବ। ମହାମାରୀ କରୋନା ଯୋଗୁ ଗତ ୨ ବର୍ଷ ହେଲା ମା’ଙ୍କ ବାର୍ଷିକ ଯାତ୍ରା କେବଳ ରୀତିନୀତି ମଧ୍ୟରେ ସୀମିତ ରହିଥିଲା। ହେଲେ ଚଳିତ ବର୍ଷ ପ୍ରଶାସନ ପକ୍ଷରୁ ଯାତ୍ରା ଓ ଶ୍ରଦ୍ଧାଳୁଙ୍କ ଉପସ୍ଥିତିକୁ ସବୁଜ ସଙ୍କେତ ଦିଆଯାଇଥିବାରୁ ରାଜ୍ୟ ଓ ରାଜ୍ୟ ବାହାରୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି।
୨୩ ତାରିଖ ପର୍ଯ୍ୟନ୍ତ ଧୁମ୍‌ଧାମରେ ହେବାକୁ ଯାଉଥିବା ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଓ ଲୋକ ମହୋତ୍ସବ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଶେଷ କରାଯାଇଛି। ମନ୍ଦିର ଓ ଉଭାସ୍ଥଳୀ ଚତୁଃପାର୍ଶ୍ୱ ସହ ବିଭିନ୍ନ ଛକରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ସୁରକ୍ଷା ବ୍ୟବସ୍ଥା ଦାୟିତ୍ୱରେ ୨ ଅତିରିକ୍ତ ଏସ୍‌ପି, ୩ ଡେପୁଟି ଏସ୍‌ପି, ୨ ଇନ୍ସପେକ୍ଟର, ୨୩ ସବ୍‌ ଇନ୍ସପେକ୍ଟର, ୧୪ ଆସିଷ୍ଟାଣ୍ଟ ସବ୍‌ ଇନ୍ସପେକ୍ଟର, ୮ ହେଡ୍‌ କନଷ୍ଟେବଳ, ୮୭ କନଷ୍ଟେବଳ, ୪ ଟ୍ରାଫିକ କନଷ୍ଟେବଳ ଓ ୧୯ ସେକ୍ସନ ଫୋର୍ସ ରହିଛନ୍ତି। ୧୮ତମ ଲୋକ ମହୋତ୍ସବର ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଶୁକ୍ରବାର ସା ୬ଟା ୩୦ରେ ଅନୁଷ୍ଠିତ ହେବ। ଏଥିରେ ମୁଖ୍ୟ ଅତିଥିଭାବେ କେନ୍ଦ୍ର ଶିକ୍ଷା ଓ କୌଶଳ ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ତାଳଚେର ରାଜା ରାଜେନ୍ଦ୍ର ଚନ୍ଦ୍ର ଦେବ ବୀରବର ହରିଚନ୍ଦନ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ରାଜ୍ୟ ବାହାର କଳାକାର ଓ ସ୍ଥାନୀୟ କଳାକାରଙ୍କ ଦ୍ୱାରା ବିଭିନ୍ନ ଲୋକନୃତ୍ୟ, ଅନ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯିବ। ସେହିପରି ଉଠା ଦୋକାନ ପାଇଁ ୩ ଶହ ଷ୍ଟଲ ଟ୍ରଷ୍ଟ ବୋର୍ଡ ପକ୍ଷରୁ ନିର୍ମାଣ କରାଯାଇଛି। ମନ୍ଦିର ପରିସରରେ ଥିବା ହାଇମାଷ୍ଟ ଲାଇଟ ଗୁଡିକର ମରାମତି କାର୍ଯ୍ୟ ସହ ଉଭାସ୍ଥଳୀକୁ ଏମ୍‌ସିଏଲ୍‌ ପକ୍ଷରୁ ଆଲୋକୀକରଣ କରାଯାଇଛି। ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ଶ୍ରଦ୍ଧାଳୁଙ୍କ ପାଇଁ ପାନୀୟ ଜଳ, ସର୍ବତ, ଆଖୁରସ, ଆଇସକ୍ରିମ, ତରଭୁଜ, ପଣା ଆଦି ବିତରଣ ବ୍ୟବସ୍ଥା ହୋଇଛି। ଉଭାସ୍ଥଳୀ ପାଖରେ ଏକ ବିଶ୍ରାମସ୍ଥଳୀ ନିର୍ମାଣ କରାଯାଇଛି। ଭିଡ଼ ଉପରେ ନଜର ରଖିବା ପାଇଁ ମନ୍ଦିର ଚତୁଃପାର୍ଶ୍ୱ ଓ ଉଭାସ୍ଥଳୀ ନିକଟରେ ସିସିଟିଭି କ୍ୟାମେରା ଲଗାଯାଇଛି। ମା’ଙ୍କ ଏହି ଯାତ୍ରା କିପରି ଶୃଙ୍ଖଳାର ସହ ସମାପନ ହେବ ସେଥିପାଇଁ ମା’ ହିଙ୍ଗୁଳା ଟ୍ରଷ୍ଟ ବୋର୍ଡ ମ୍ୟାନେଜିଂ ଟ୍ରଷ୍ଟି ତଥା ଉପଜିଲାପାଳ ବିଶ୍ୱରଞ୍ଜନ ରଥ ବିଭିନ୍ନ ପର୍ଯ୍ୟାୟରେ ଟ୍ରଷ୍ଟ ବୋର୍ଡ ସଦସ୍ୟ, ସ୍ଥାନୀୟ ପ୍ରଶାସନିକ ଅଧିକାରୀ ଓ ଏମ୍‌ସିଏଲ୍‌ ଅଧିକାରୀମାନଙ୍କ ସହିତ ଆଲୋଚନା କରିଛନ୍ତି। ଆସନ୍ତା ୨୩ ତାରିଖରେ ମା’ଅଗ୍ନିରୂପାଙ୍କ ଶୀତୁଳା ପର୍ବ ସହ ସାରେ ଲୋକ ମହୋତ୍ସବ ଉଦ୍‌ଯାପିତ ହେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଣପୁରରେ ଦୁର୍ଘଟଣା: ଭାରସାମ୍ୟ ହରାଇ ବିଲ ମଝିକୁ ଓଲଟିଲା ଦ୍ରୁତଗାମୀ କାର୍, ୫ ମଦ୍ୟପ ଯୁବକ…

ବାଣପୁର, ୨୬।୬ (ଦିଲ୍ଲୀପ କୁମାର ସ୍ୱାଇଁ): ନାଚୁଣୀ ଥାନା ଅଧୀନ ଦେଓଗାଁ ଆଗୁଳଛକ ନିକଟ ବ୍ରିଜ୍‌ ପାଖରେ ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା ଘଟିଛି। ଏକ…

ଓଡ଼ିଶା କଂଗ୍ରେସର ନୂଆ ପ୍ରଭାରୀ ହେଲେ ଲାଲ୍‌ଜୀ ଦେଶାଇ: AICC ପକ୍ଷରୁ ବିଜ୍ଞପ୍ତି ଜାରି

ଭୁବନେଶ୍ୱର,୨୬।୬: ରାଜ୍ୟ କଂଗ୍ରେସ ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ୍‌ଜୀ ଦେଶାଇଙ୍କୁ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି। ସେ ପୂର୍ବତନ…

ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ: ଦୁଇ ଶିକ୍ଷକ ସମେତ ଜଣେ ଗିରଫ

ଭବାନୀପାଟଣା,୨୬।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଦୁଇ ଜଣ ଶିକ୍ଷକ ସମେତ ଜଣେ ଯୁବକ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଶୁକ୍ରବାର ବଲାଙ୍ଗୀର ଜିଲା…

ଧରିତ୍ରୀ ପୋର୍ଟାଲର ପ୍ରଭାବ: ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଏମ୍‌ଏସ୍‌ଏମ୍‌ଇ ପାର୍କର ଉଦ୍‌ଘାଟନ

କେସିଙ୍ଗା,୨୬।୬(ତୁମେଶ୍ୱର ସାହୁ): କେସିଙ୍ଗା ନିର୍ବାଚନ ମଣ୍ଡଳୀକୁ ପୁନର୍ବାର ଫେରାଇ ଆଣିବାକୁ ଜନସାଧାରଣଙ୍କ ଦାବି ଶୀର୍ଷକ ଏକ ଖବର ଗୁରୁବାର ଧରିତ୍ରୀ ପୋର୍ଟାଲରେ ପ୍ରକାଶ ପାଇଥିଲା। ଉକ୍ତ ଖବରର…

୩ ରଥରେ ଭକ୍ତ ଚଢ଼ିବା ଉପରେ କଟକଣା, ସୁଭଦ୍ରାଙ୍କ ପହଣ୍ଡି କାର୍ଯ୍ୟରେ ମହିଳାଙ୍କୁ ମନା

କୋରାପୁଟ,୨୬ା୬(ଅମିତାଭ ବେହେରା): ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ସୁପରିଚାଳନା ଓ ସୁରୁଖୁରୁରେ ଆୟୋଜନ ନେଇ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଶୁକ୍ରବାର ସ୍ଥାନୀୟ ସଦଭାବନା ସଭାଗୃହରେ…

ତାମିଲନାଡୁ ଗ୍ୟାସ୍‌ ଦୁର୍ଘଟଣା: ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଲା

କେନ୍ଦୁଝର,୨୬ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଆମୋନିଆ ଗ୍ୟାସ୍‌ ଦୁର୍ଘଟଣାରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁସଂଖ୍ୟା ୧୧ରେ ପହଞ୍ଚିଛି। ୨୪ ତାରିଖ ଦିନ ସୁବାସି ଜୁଆଙ୍ଗ (୨୪)ଙ୍କର ମୃତ୍ୟୁ ଘଟିଥିବାବେଳେ…

ଟ୍ରକ୍‌ ପଛରେ ପିଟିହେଲା ପିକ୍‌ଅପ୍‌, ୨ ଗୁରୁତର

ଛତ୍ରପୁର,୨୬ା୬(ଦିଲ୍ଲୀପ ସାମଲ): ଛତ୍ରପୁର ଅଗସ୍ତି ନୂଆଗାଁ ଛକ ନିକଟ ଜାତୀୟ ରାଜପଥରେ ଶୁକ୍ରବାର ଟ୍ରକ୍‌ ପଛରେ ଏକ ପିକ୍‌ଅପ୍‌ ପିଟି ହେବାରୁ ୨ ଗୁରୁତର ହୋଇଛନ୍ତି। ଫଳରେ…

ଅନଶନକାରୀଙ୍କ ସହ ଜିଲାପାଳ-ଏସ୍‌ପିଙ୍କ ରୁଦ୍ଧଦ୍ୱାର ବୈଠକ, ଫଳାଫଳ ଉପରେ ସମସ୍ତଙ୍କ ନଜର

ପଟ୍ଟାମୁଣ୍ଡାଇ,୨୬ା୬(କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଳଭା-୨ ଅଧୀନ ୧୬ନଂ କେନାଲ ରାସ୍ତା କାର୍ଯ୍ୟ ପାଇଁ ଆସିଥିବା ଅର୍ଥ ଆଦୌ ବିନିଯୋଗ ନ ହୋଇ ମିଥ୍ୟା ବିଲ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri