ହିଙ୍ଗୁଳାକ୍ଷେତ୍ର ଶ୍ରଦ୍ଧାଳୁମୟ

ତାଳଚେର,୧୬।୪(ନି.ପ୍ର.) ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ପ୍ରସିଦ୍ଧ ନବଦିନାତ୍ମକ ଯାତ୍ରା ଓ ୧୮ ତମ ଲୋକ ମହୋତ୍ସବ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ପୀଠ ପରିସର ଶ୍ରଦ୍ଧାଳୁମୟ ହୋଇଉଠିଛି। ପ୍ରଥମ ଦିନରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ଭକ୍ତ ମା’ଙ୍କ ସ୍ବତନ୍ତ୍ର ପୂଜା ଓ ଦର୍ଶନ ପାଇ ଆନନ୍ଦିତ ହୋଇଛନ୍ତି।
କୋଭିଡ୍‌ ଯୋଗୁ ଗତ ୨ ବର୍ଷ ହେଲା ମା’ଙ୍କ ବାର୍ଷିକ ଯାତ୍ରାରେ ସାମିଲ ହୋଇପାରୁ ନ ଥିବା ଶ୍ରଦ୍ଧାଳୁମାନଙ୍କ ସୁଅ ଭୋର୍‌ ସମୟରୁ ଉଭାସ୍ଥଳୀରେ ଦେଖିବାକୁ ମିଳିଥିଲା। ଅନୁଗୋଳ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏଥିରୁ ବାଦ୍‌ ପଡ଼ି ନ ଥିଲେ। ସକାଳୁ କେନ୍ଦ୍ରମନ୍ତ୍ରୀ ମା’ଙ୍କ ଉଭାସ୍ଥଳୀ ଓ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ। ପ୍ରତ୍ୟୁଷରୁ ପାରମ୍ପରିକ ରୀତିନୀତି ଅନୁଯାୟୀ ମା’ଙ୍କ ପୀଠରେ ମଙ୍ଗଳ ଆଳତି, ବାଳ ଭୋଗ ଆଦି ନୀତି କରାଯାଇଥିଲା। ଅପରାହ୍ନରେ ମା’ଙ୍କ ଆଲମକୁ ଏକ ଭବ୍ୟ ଶୋଭାଯାତ୍ରାରେ ଦିଅଁ ଘରୁ ବଡ଼ ମଣ୍ଡପକୁ ଅଣାଯାଇଥିଲା। ସେଠାରେ ମା’ ହିଙ୍ଗୁଳାଙ୍କ ଚଳନ୍ତି ପ୍ରତିମା ଆଲମକୁ ମୁଖ୍ୟ ପୂଜକ ହୃଦାନନ୍ଦ ଦେହୁରୀ, କିଶୋର ଦେହୁରୀ ଓ ଟଙ୍କଧର ଦେହୁରୀ ପ୍ରମୁଖ ଶାବରୀ ମନ୍ତ୍ରରେ ପୂଜା କରିଥିଲେ। ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଉଭାସ୍ଥଳୀ ଏବଂ ମନ୍ଦିର ଚତୁଃପାର୍ଶ୍ୱକୁ କପଡା ଦ୍ୱାରା ସିଲିଂ କରାଯାଇଛି। ମା’ଙ୍କ ଦର୍ଶନ ସହ ଭୋଗ ଅର୍ପଣ ପାଇଁ ଭକ୍ତଙ୍କ ନିମନ୍ତେ ସ୍ବତନ୍ତ୍ର ବ୍ୟାରିକେଡ୍‌ ବ୍ୟବସ୍ଥା ହୋଇଛି। ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପୋଲିସ ଓ ଟ୍ରାଫିକ ବନ୍ଦୋବସ୍ତ କରାଯାଇଛି। ସେହିପରି ଗ୍ରୀଷ୍ମ ପ୍ରବାହରୁ ଭକ୍ତମାନଙ୍କୁ ସୁରକ୍ଷା ଦେବାକୁ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ପାନୀୟ ଜଳ, ଦହି, ସରବତ, ତରୁଭୁଜ ଆଦି ବଣ୍ଟନ କରାଯାଉଛି। ତାଳଚେର ଏବଂ କଣିହାଁ ବ୍ଲକ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଶିକ୍ଷକ ସଂଘ, ଆଞ୍ଚଳିକ ଠିକା ମଜଦୁର ସଂଘ, ମହାନଦୀ କୋଲ୍‌ ଫିଲ୍ଡସ୍‌ ଠିକାଦାର ସଂଘ, ମା’ ହିଙ୍ଗୁଳା ଅନ୍ନବସ୍ତ୍ର କମିଟି ପକ୍ଷରୁ ଅନ୍ନପ୍ରସାଦ ଯୋଗାଇ ଦିଆଯାଉଛି। ଭକ୍ତଙ୍କ ଉପରେ ପ୍ରଶାସନ ପକ୍ଷରୁ ଜଳ ସିଞ୍ଚନ କରାଯାଉଥିବା ବେଳେ ଅଂଶୁଘାତ ଚିକିତ୍ସା କେନ୍ଦ୍ର, ଆଶୁ ଚିକିତ୍ସା ପାଇଁ ପ୍ରାଥମିକ ଚିକିତ୍ସା କେନ୍ଦ୍ର, ବିଶ୍ରାମ ଗୃହ ଆଦି ଖୋଲାଯାଇଛି। ହିଙ୍ଗୁଳା ସାଂସ୍କୃତିକ ମଞ୍ଚର କଳାକାରମାନଙ୍କ ଦ୍ୱାରା ଭଜନ ପରିବେଷଣ ହେଉଛି। ସନ୍ଧ୍ୟାରେ ଲୋକ ମହୋତ୍ସବ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଛି। ଏଥିରେ ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ପ୍ରତିଭାବାନ କଳାକାର ଯୋଗଦେଇ ନିଜର ପ୍ରତିଭା ପ୍ରଦର୍ଶନ କରୁଥିବା ଟ୍ରଷ୍ଟ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଉଦ୍‌ଘାଟନୀ ମଞ୍ଚରେ କେନ୍ଦ୍ରମନ୍ତ୍ରୀଙ୍କ ସମେତ ବିଧାୟକ ବ୍ରଜ କିଶୋର ପ୍ରଧାନ, ଜଗନ୍ନାଥ ଏରିଆ ଜେନେରାଲ ମ୍ୟାନେଜର ପି.ବି. ରେଡ୍ଡୀ, ହିଙ୍ଗୁଳା ଟ୍ରଷ୍ଟର ଟ୍ରଷ୍ଟି ତଥା ଉପଜିଲାପାଳ ବିଶ୍ୱରଞ୍ଜନ ରଥ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ଭିଜିଲାନ୍ସ ଜାଲରେ ଯନ୍ତ୍ରୀ: ବାବୁଙ୍କ କୋଠା ସଉକ, ଚଢ଼ାଉରେ ମିଳିଲା…

ମାଲକାନଗିରି,୨୭।୯(ଦୁର୍ଯ୍ୟୋଧନ ପାତ୍ର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମାଲକାନଗିରି ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ଅଧୀନ ମାଥିଲି ବ୍ଲକରେ କାର୍ଯ୍ୟରତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ହେଲା ସାଂଘାତିକ ଖୁଲାସା: ଓଡ଼ିଶାର ସ୍କୁଲ ପାଠ୍ୟପୁସ୍ତକରେ ୧,୭୪୧ ତ୍ରୁଟି, ଖର୍ଚ୍ଚ ହୋଇଛି ଏତେ କୋଟି, ଜାଣିଲେ…

ଭୁବନେଶ୍ୱର, ୨୭।୯: ଓଡ଼ିଶାର ସରକାରୀ ସ୍କୁଲରେ ପଢ଼ୁଥିବା ପିଲାଙ୍କ ପାଠ୍ୟପୁସ୍ତକକୁ ନେଇ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି। ରାଜ୍ୟର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ…

ପ୍ରସବ ବେଦନାରେ ଛଟପଟ ମହିଳାଙ୍କୁ ୬ କିଲୋମିଟର ଭାରରେ ବୋହିଲେ ପରିବାର ଲୋକେ, ହସ୍ପିଟାଲରେ ପହଞ୍ଚିବା ପରେ…

ମୋହନା,୨୭ା୯(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକରେ କେଉଁଠି ବିକାଶର ଚିତ୍ର ତ ଆଉ କେଉଁଠି ଜନନୀ ଯନ୍ତ୍ରଣା। ଆମ୍ବୁଲାନ୍ସ ଅଛି ହେଲେ ରାସ୍ତା ନଥିବା ହେତୁ…

ରବିବାର ଖୋଲିଲା ବ୍ୟାଙ୍କ, କଳା ପୋଷାକ ପିନ୍ଧି କାର୍ଯ୍ୟରେ ଯୋଗଦେଲେ କର୍ମଚାରୀ

ଛତ୍ରପୁର,୨୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଧର୍ମଘଟ ଯୋଗୁ ଲଗାତର ଛୁଟିରେ ବ୍ୟାଙ୍କିଂ ସେବା ପ୍ରଭାବିତ ହେବାର ଆଶଙ୍କା ଥିବାରୁ ଗ୍ରାହକଙ୍କ ସୁବିଧା ପାଇଁ ଆଜି ରବିବାର ଛୁଟିଦିନ ହୋଇଥିଲେ…

ପୂର୍ତ୍ତ ବିଭାଗ ସଚିବଙ୍କ ସମୀକ୍ଷା: କଳିଙ୍ଗା ଘାଟି ରାସ୍ତା ଖୋଲିବାରେ ହେବ ବିଳମ୍ବ

ଭଞ୍ଜନଗର,୨୭ା୯(ବାବୁଲା ପ୍ରଧାନ): ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟି ରାସ୍ତା ସ୍ବାଭାବିକ ହେବାକୁ ଆହୁରି ମାସ ମାସ ଧରି ସମୟ ଲାଗିପାରେ। ଫଳରେ ଗଞ୍ଜାମ ସହ…

ମା ବିରଜାଙ୍କ ପୀଠରେ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ: ରାଜ୍ୟ ବାହାରୁ ଆସୁଛନ୍ତି ଶ୍ରଦ୍ଧାଳୁ

କଳିଙ୍ଗନଗର, ୨୭।୯ (ଶୁଭାଶିଷ ରାଉତ): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ପୀଠରେ ରବିବାରଠାରୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ପିଣ୍ଡଦାନ ଆରମ୍ଭ ହୋଇଛି। ପ୍ରତିପଦାଠାରୁ ମହାଳୟା ପର୍ଯ୍ୟନ୍ତ ଦୀର୍ଘ…

ଶୌଚ ହେବାକୁ ଯାଇ ନଦୀରେ ଖସିଗଲା କ୍ରିଷ୍ଣାରାଣୀଙ୍କ ଗୋଡ଼, ଭାଇ ଥାନାରେ ଅଭିଯୋଗ କରି…

ଧାମନଗର,୨୭ା୯(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଅନ୍ତର୍ଗତ ଦଳାଙ୍ଗ ପଞ୍ଚାୟତର ଜାହାଙ୍ଗୀର ଗ୍ରାମ (ଭୋଇ ସାହି)ର ପ୍ରଦୀପ ଜେନାଙ୍କ ଝିଅ କ୍ରିଷ୍ଣା ଜେନା (୨୧) ରବିବାର ସକାଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?