ହିଙ୍ଗୁଳାକ୍ଷେତ୍ର ଶ୍ରଦ୍ଧାଳୁମୟ

ତାଳଚେର,୧୬।୪(ନି.ପ୍ର.) ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ପ୍ରସିଦ୍ଧ ନବଦିନାତ୍ମକ ଯାତ୍ରା ଓ ୧୮ ତମ ଲୋକ ମହୋତ୍ସବ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ଗୋପାଳପ୍ରସାଦସ୍ଥିତ ହିଙ୍ଗୁଳା ପୀଠ ପରିସର ଶ୍ରଦ୍ଧାଳୁମୟ ହୋଇଉଠିଛି। ପ୍ରଥମ ଦିନରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ଭକ୍ତ ମା’ଙ୍କ ସ୍ବତନ୍ତ୍ର ପୂଜା ଓ ଦର୍ଶନ ପାଇ ଆନନ୍ଦିତ ହୋଇଛନ୍ତି।
କୋଭିଡ୍‌ ଯୋଗୁ ଗତ ୨ ବର୍ଷ ହେଲା ମା’ଙ୍କ ବାର୍ଷିକ ଯାତ୍ରାରେ ସାମିଲ ହୋଇପାରୁ ନ ଥିବା ଶ୍ରଦ୍ଧାଳୁମାନଙ୍କ ସୁଅ ଭୋର୍‌ ସମୟରୁ ଉଭାସ୍ଥଳୀରେ ଦେଖିବାକୁ ମିଳିଥିଲା। ଅନୁଗୋଳ ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଏଥିରୁ ବାଦ୍‌ ପଡ଼ି ନ ଥିଲେ। ସକାଳୁ କେନ୍ଦ୍ରମନ୍ତ୍ରୀ ମା’ଙ୍କ ଉଭାସ୍ଥଳୀ ଓ ମନ୍ଦିରକୁ ଯାଇ ପୂଜାର୍ଚ୍ଚନା କରିଥିଲେ। ପ୍ରତ୍ୟୁଷରୁ ପାରମ୍ପରିକ ରୀତିନୀତି ଅନୁଯାୟୀ ମା’ଙ୍କ ପୀଠରେ ମଙ୍ଗଳ ଆଳତି, ବାଳ ଭୋଗ ଆଦି ନୀତି କରାଯାଇଥିଲା। ଅପରାହ୍ନରେ ମା’ଙ୍କ ଆଲମକୁ ଏକ ଭବ୍ୟ ଶୋଭାଯାତ୍ରାରେ ଦିଅଁ ଘରୁ ବଡ଼ ମଣ୍ଡପକୁ ଅଣାଯାଇଥିଲା। ସେଠାରେ ମା’ ହିଙ୍ଗୁଳାଙ୍କ ଚଳନ୍ତି ପ୍ରତିମା ଆଲମକୁ ମୁଖ୍ୟ ପୂଜକ ହୃଦାନନ୍ଦ ଦେହୁରୀ, କିଶୋର ଦେହୁରୀ ଓ ଟଙ୍କଧର ଦେହୁରୀ ପ୍ରମୁଖ ଶାବରୀ ମନ୍ତ୍ରରେ ପୂଜା କରିଥିଲେ। ପ୍ରବଳ ଗ୍ରୀଷ୍ମ ପ୍ରବାହ ଓ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଉଭାସ୍ଥଳୀ ଏବଂ ମନ୍ଦିର ଚତୁଃପାର୍ଶ୍ୱକୁ କପଡା ଦ୍ୱାରା ସିଲିଂ କରାଯାଇଛି। ମା’ଙ୍କ ଦର୍ଶନ ସହ ଭୋଗ ଅର୍ପଣ ପାଇଁ ଭକ୍ତଙ୍କ ନିମନ୍ତେ ସ୍ବତନ୍ତ୍ର ବ୍ୟାରିକେଡ୍‌ ବ୍ୟବସ୍ଥା ହୋଇଛି। ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପୋଲିସ ଓ ଟ୍ରାଫିକ ବନ୍ଦୋବସ୍ତ କରାଯାଇଛି। ସେହିପରି ଗ୍ରୀଷ୍ମ ପ୍ରବାହରୁ ଭକ୍ତମାନଙ୍କୁ ସୁରକ୍ଷା ଦେବାକୁ ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ପାନୀୟ ଜଳ, ଦହି, ସରବତ, ତରୁଭୁଜ ଆଦି ବଣ୍ଟନ କରାଯାଉଛି। ତାଳଚେର ଏବଂ କଣିହାଁ ବ୍ଲକ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ଶିକ୍ଷକ ସଂଘ, ଆଞ୍ଚଳିକ ଠିକା ମଜଦୁର ସଂଘ, ମହାନଦୀ କୋଲ୍‌ ଫିଲ୍ଡସ୍‌ ଠିକାଦାର ସଂଘ, ମା’ ହିଙ୍ଗୁଳା ଅନ୍ନବସ୍ତ୍ର କମିଟି ପକ୍ଷରୁ ଅନ୍ନପ୍ରସାଦ ଯୋଗାଇ ଦିଆଯାଉଛି। ଭକ୍ତଙ୍କ ଉପରେ ପ୍ରଶାସନ ପକ୍ଷରୁ ଜଳ ସିଞ୍ଚନ କରାଯାଉଥିବା ବେଳେ ଅଂଶୁଘାତ ଚିକିତ୍ସା କେନ୍ଦ୍ର, ଆଶୁ ଚିକିତ୍ସା ପାଇଁ ପ୍ରାଥମିକ ଚିକିତ୍ସା କେନ୍ଦ୍ର, ବିଶ୍ରାମ ଗୃହ ଆଦି ଖୋଲାଯାଇଛି। ହିଙ୍ଗୁଳା ସାଂସ୍କୃତିକ ମଞ୍ଚର କଳାକାରମାନଙ୍କ ଦ୍ୱାରା ଭଜନ ପରିବେଷଣ ହେଉଛି। ସନ୍ଧ୍ୟାରେ ଲୋକ ମହୋତ୍ସବ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଛି। ଏଥିରେ ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ପ୍ରତିଭାବାନ କଳାକାର ଯୋଗଦେଇ ନିଜର ପ୍ରତିଭା ପ୍ରଦର୍ଶନ କରୁଥିବା ଟ୍ରଷ୍ଟ ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ଉଦ୍‌ଘାଟନୀ ମଞ୍ଚରେ କେନ୍ଦ୍ରମନ୍ତ୍ରୀଙ୍କ ସମେତ ବିଧାୟକ ବ୍ରଜ କିଶୋର ପ୍ରଧାନ, ଜଗନ୍ନାଥ ଏରିଆ ଜେନେରାଲ ମ୍ୟାନେଜର ପି.ବି. ରେଡ୍ଡୀ, ହିଙ୍ଗୁଳା ଟ୍ରଷ୍ଟର ଟ୍ରଷ୍ଟି ତଥା ଉପଜିଲାପାଳ ବିଶ୍ୱରଞ୍ଜନ ରଥ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri