ଆଜିଠାରୁ ହିଙ୍ଗୁଳାଯାତ୍ରା

ତାଳଚେର,୧୫ା୪(ନି.ପ୍ର.): ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ପ୍ରସିଦ୍ଧ ବାର୍ଷିକ ଯାତ୍ରା ୧୫ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହେବ। ମହାମାରୀ କରୋନା ଯୋଗୁ ଗତ ୨ ବର୍ଷ ହେଲା ମା’ଙ୍କ ବାର୍ଷିକ ଯାତ୍ରା କେବଳ ରୀତିନୀତି ମଧ୍ୟରେ ସୀମିତ ରହିଥିଲା। ହେଲେ ଚଳିତ ବର୍ଷ ପ୍ରଶାସନ ପକ୍ଷରୁ ଯାତ୍ରା ଓ ଶ୍ରଦ୍ଧାଳୁଙ୍କ ଉପସ୍ଥିତିକୁ ସବୁଜ ସଙ୍କେତ ଦିଆଯାଇଥିବାରୁ ରାଜ୍ୟ ଓ ରାଜ୍ୟ ବାହାରୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି।
୨୩ ତାରିଖ ପର୍ଯ୍ୟନ୍ତ ଧୁମ୍‌ଧାମରେ ହେବାକୁ ଯାଉଥିବା ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଓ ଲୋକ ମହୋତ୍ସବ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଶେଷ କରାଯାଇଛି। ମନ୍ଦିର ଓ ଉଭାସ୍ଥଳୀ ଚତୁଃପାର୍ଶ୍ୱ ସହ ବିଭିନ୍ନ ଛକରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ୧୮ତମ ଲୋକ ମହୋତ୍ସବର ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଶୁକ୍ରବାର ସା ୬ଟା ୩୦ରେ ଅନୁଷ୍ଠିତ ହେବ। ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ଶ୍ରଦ୍ଧାଳୁଙ୍କ ପାଇଁ ପାନୀୟ ଜଳ, ସର୍ବତ, ଆଖୁରସ, ଆଇସକ୍ରିମ, ତରଭୁଜ, ପଣା ଆଦି ବିତରଣ ବ୍ୟବସ୍ଥା ହୋଇଛି। ଉଭାସ୍ଥଳୀ ପାଖରେ ଏକ ବିଶ୍ରାମସ୍ଥଳୀ ନିର୍ମାଣ କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ମନ୍ଦିର ଚତୁଃପାର୍ଶ୍ୱ ଓ ଉଭାସ୍ଥଳୀ ନିକଟରେ ସିସିଟିଭି କ୍ୟାମେରା ଲଗାଯାଇଛି। ମା’ ହିଙ୍ଗୁଳା ଟ୍ରଷ୍ଟ ବୋର୍ଡ ମ୍ୟାନେଜିଂ ଟ୍ରଷ୍ଟି ତଥା ତାଳଚେର ଉପଜିଲାପାଳ ବିଶ୍ୱରଞ୍ଜନ ରଥ ବିଭିନ୍ନ ପର୍ଯ୍ୟାୟରେ ଟ୍ରଷ୍ଟ ବୋର୍ଡ ସଦସ୍ୟ, ସ୍ଥାନୀୟ ପ୍ରଶାସନିକ ଅଧିକାରୀ ଓ ଏମ୍‌ସିଏଲ୍‌ ଅଧିକାରୀମାନଙ୍କ ସହିତ ବିସ୍ତୃତ ଆଲୋଚନା କରିଛନ୍ତି। ଆସନ୍ତା ୨୩ ତାରିଖରେ ମା’ ଅଗ୍ନିରୂପାଙ୍କ ଶୀତୁଳା ପର୍ବ ସହ ସାରେ ଲୋକ ମହୋତ୍ସବ ଉଦ୍‌ଯାପିତ ହେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri