ଆଜିଠାରୁ ହିଙ୍ଗୁଳାଯାତ୍ରା

ତାଳଚେର,୧୫ା୪(ନି.ପ୍ର.): ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ପ୍ରସିଦ୍ଧ ବାର୍ଷିକ ଯାତ୍ରା ୧୫ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହେବ। ମହାମାରୀ କରୋନା ଯୋଗୁ ଗତ ୨ ବର୍ଷ ହେଲା ମା’ଙ୍କ ବାର୍ଷିକ ଯାତ୍ରା କେବଳ ରୀତିନୀତି ମଧ୍ୟରେ ସୀମିତ ରହିଥିଲା। ହେଲେ ଚଳିତ ବର୍ଷ ପ୍ରଶାସନ ପକ୍ଷରୁ ଯାତ୍ରା ଓ ଶ୍ରଦ୍ଧାଳୁଙ୍କ ଉପସ୍ଥିତିକୁ ସବୁଜ ସଙ୍କେତ ଦିଆଯାଇଥିବାରୁ ରାଜ୍ୟ ଓ ରାଜ୍ୟ ବାହାରୁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବାର ସମ୍ଭାବନା ରହିଛି।
୨୩ ତାରିଖ ପର୍ଯ୍ୟନ୍ତ ଧୁମ୍‌ଧାମରେ ହେବାକୁ ଯାଉଥିବା ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଓ ଲୋକ ମହୋତ୍ସବ ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଶେଷ କରାଯାଇଛି। ମନ୍ଦିର ଓ ଉଭାସ୍ଥଳୀ ଚତୁଃପାର୍ଶ୍ୱ ସହ ବିଭିନ୍ନ ଛକରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ୧୮ତମ ଲୋକ ମହୋତ୍ସବର ଉଦ୍‌ଘାଟନୀ କାର୍ଯ୍ୟକ୍ରମ ଶୁକ୍ରବାର ସା ୬ଟା ୩୦ରେ ଅନୁଷ୍ଠିତ ହେବ। ବିଭିନ୍ନ ସ୍ବେଚ୍ଛାସେବୀ ଅନୁଷ୍ଠାନ ପକ୍ଷରୁ ଶ୍ରଦ୍ଧାଳୁଙ୍କ ପାଇଁ ପାନୀୟ ଜଳ, ସର୍ବତ, ଆଖୁରସ, ଆଇସକ୍ରିମ, ତରଭୁଜ, ପଣା ଆଦି ବିତରଣ ବ୍ୟବସ୍ଥା ହୋଇଛି। ଉଭାସ୍ଥଳୀ ପାଖରେ ଏକ ବିଶ୍ରାମସ୍ଥଳୀ ନିର୍ମାଣ କରାଯାଇଛି। ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ମନ୍ଦିର ଚତୁଃପାର୍ଶ୍ୱ ଓ ଉଭାସ୍ଥଳୀ ନିକଟରେ ସିସିଟିଭି କ୍ୟାମେରା ଲଗାଯାଇଛି। ମା’ ହିଙ୍ଗୁଳା ଟ୍ରଷ୍ଟ ବୋର୍ଡ ମ୍ୟାନେଜିଂ ଟ୍ରଷ୍ଟି ତଥା ତାଳଚେର ଉପଜିଲାପାଳ ବିଶ୍ୱରଞ୍ଜନ ରଥ ବିଭିନ୍ନ ପର୍ଯ୍ୟାୟରେ ଟ୍ରଷ୍ଟ ବୋର୍ଡ ସଦସ୍ୟ, ସ୍ଥାନୀୟ ପ୍ରଶାସନିକ ଅଧିକାରୀ ଓ ଏମ୍‌ସିଏଲ୍‌ ଅଧିକାରୀମାନଙ୍କ ସହିତ ବିସ୍ତୃତ ଆଲୋଚନା କରିଛନ୍ତି। ଆସନ୍ତା ୨୩ ତାରିଖରେ ମା’ ଅଗ୍ନିରୂପାଙ୍କ ଶୀତୁଳା ପର୍ବ ସହ ସାରେ ଲୋକ ମହୋତ୍ସବ ଉଦ୍‌ଯାପିତ ହେବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ନିଜର ସୁରକ୍ଷା ନେଇ ଆଗେଇ ଆସିଲେ ଛାତ୍ରୀ, ଆତ୍ମରକ୍ଷା ପାଇଁ କଲେ…

ଦିଗପହଣ୍ଡି,୨୬ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ ଡିଗ୍ରୀ କଲେଜରେ ଗୁରୁବାର ଅଧ୍ୟକ୍ଷ ନିହାର ରଞ୍ଜନ କରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ‘ଛାତ୍ରୀ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri