ଚମକିଲେ ନିଆରା ହୀରା

ପୁରୀ ଅଫିସ,୧।୩:ବାପା ଦିନମଜୁରିଆ। ମୁଣ୍ଡ ଗୁଞ୍ଜିବାକୁ ପକ୍କା ଘରଟିଏ ନାହିଁ। ଫନୀ ମହାବାତ୍ୟା ପରଠାରୁ ପଲିଥିନ ତଳେ ବିତିଛି ଜୀବନ। ହେଲେ ରାଜନୀତି ପ୍ରତି ଥିବା ଆଗ୍ରହ ଓ ନିଷ୍ଠା ପାଇଁ ସେ ଆଜି ସାରା ଜିଲାରେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି। ନାଁ ତାଙ୍କର ହୀରା ନାୟକ। ପୁରୀ ପ୍ରତାପ ପୁରୁଷୋତ୍ତମପୁର ପଞ୍ଚାୟତରୁ ସମିତି ସଭ୍ୟା ପ୍ରାର୍ଥିନୀ ଭାବେ ନିର୍ବାଚିତ ହୋଇଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀଙ୍କଠାରୁ ମାତ୍ର ୪ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି। ସେ ଯୁକ୍ତ ୩ ଶ୍ରେଣୀ ୩ୟ ବର୍ଷର ଛାତ୍ରୀ। ଫନୀ ବାତ୍ୟା ପରେ ସେ ରହୁଥିବା ଘରଟି ସମ୍ପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିଲା। ବାତ୍ୟା ପରେ ନିଜ ଘର ଓ ଗାଁର ଜରାଜୀର୍ଣ୍ଣ ଅବସ୍ଥାକୁ ଦେଖି ବ୍ୟସ୍ତ ହୋଇପଡ଼ିଥିଲେ ହୀରା। ଏହାପରେ ନିର୍ବାଚନ ଲଢ଼ିବା ପାଇଁ ନିଷ୍ପତ୍ତି ନେଇଥିଲେ। ହୀରା କହିଛନ୍ତି, ନିର୍ବାଚନ ଲଢ଼ିବା ବେଳେ ବିଜୟକୁ ନେଇ ଆଶଙ୍କାରେ ଥିଲି। ଶାସକ ଦଳର ଅର୍ଥବଳ ଆଗରେ ତିଷ୍ଠିବାର ଆଶଙ୍କା ଘାରିଥିଲା। ହେଲେ ଶେଷରେ ଗରିବ ଓ ଅସହାୟଙ୍କର ବିଜୟ ହୋଇଛି। ପାର୍ଟି ପଛ, ଗରିବଙ୍କ ସେବା ଆଗ। ଗାଁର ରାସ୍ତାଘାଟ ଓ ପାନୀୟଜଳ ଭଳି ମୌଳିକ ସମସ୍ୟାର ସମାଧାନ କରିବା ଦିଗରେ ସେ କାର୍ଯ୍ୟ କରିବେ ବୋଲି ହୀରା କହିଛନ୍ତି। ସେହିଭଳି ଅଞ୍ଚଳରେ ହୀରାଙ୍କ ବିଜୟକୁ ନେଇ ଅନେକ ଚର୍ଚ୍ଚା। ପ୍ରତାପ ପୁରୁଷୋତ୍ତମପୁର ଗ୍ରାମର ବୁଦ୍ଧିଜୀବୀ ଦିବାକର ମିଶ୍ର କହିଛନ୍ତି, ତୃଣମୂଳ ସ୍ତରର ଜଣେ ପାଠୁଆ ଝିଅ ରାଜନୀତିକୁ ଆସି ଅଞ୍ଚଳ ପାଇଁ କାମ କରିବ ଏହି ଭରସାରେ ଲୋକେ ମତଦାନ କରିଛନ୍ତି। ହୀରା ଦୁଆର ଦୁଆର ବୁଲି ଭୋଟ ମାଗିବା ବେଳେ ଲୋକେ ତାଙ୍କୁ ସ୍ବାଗତ ଜଣାଇବା ସହ ସ୍ନେହ ଦେଉଥିଲେ। ତେବେ ନିର୍ବାଚନରେ ଅର୍ଥବଳ ଓ ବାହୁବଳ ଆଗରେ ହୀରା ତିଷ୍ଠିଯିବା ପ୍ରମାଣ କରୁଛି ଯେ, ଗଣତନ୍ତ୍ରରେ ପ୍ରକୃତ ପ୍ରାର୍ଥୀଙ୍କୁ ସୁଯୋଗ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀରେ କୂଳ ଖାଇ ଚାଲିଛି ସମୁଦ୍ର, ପ୍ରତିଶ୍ରୁତି ଦେଇ ରକ୍ଷଣାବେକ୍ଷଣ ଦାୟିତ୍ୱ ଭୁଲିଗଲା କମ୍ପାନୀ

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ସମୁଦ୍ର ଜଳସ୍ତର ବୃଦ୍ଧି ପାଉଥିବା ବେଳେ ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ତୀବ୍ର ସମୁଦ୍ର କୂଳ…

ଅବସର ନେଇ ଚକିତ କରାଇଲେ ଏହି ୩୮ ବର୍ଷୀୟ ଖେଳାଳି, କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ,୧୭।୯: ଅଷ୍ଟ୍ରେଲିଆର ଅଭିଜ୍ଞ ୱିକେଟ୍‌କିପର-ବ୍ୟାଟର ମାଥ୍ୟୁ ୱେଡ୍ ବିଗ୍‌ ବାଶ୍‌ ଲିଗ୍‌ (BBL)ରୁ ଅବସର ଘୋଷଣା କରିଛନ୍ତି । ଏହା ପୂର୍ବରୁ ସେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ମଧ୍ୟ…

ସେମିକନ୍ ଇଣ୍ଡିଆରେ ବଡ଼ ଘୋଷଣା କଲେ ଅଶ୍ୱିନୀ ବୈଷ୍ଣବ, ଓଡ଼ିଶାରେ ହେବ…

ନୂଆଦିଲ୍ଲୀ,୧୭।୯: ସେମିକଣ୍ଡକ୍ଟର କ୍ଷେତ୍ରରେ ଭାରତର ପରବର୍ତ୍ତୀ ପର୍ଯ୍ୟାୟର ଅଭିଯାନ ଅଧିକ ବ୍ୟାପକ ହେବ। ଦେଶରେ ଅତିକମ୍‌ରେ ୨୦୦ଟି ଷ୍ଟାର୍ଟଅପ୍‌ ଓ କମ୍ପାନୀକୁ ଚିପ୍‌ ଡିଜାଇନ କାର୍ଯ୍ୟରେ ସାମିଲ…

ଆଉ ୨ ଦିନ ପରେ ୩ ରାଶିଙ୍କ ଉପରୁ କଟିଯିବ ଶନିଦଶା! ଅପାର ଧନ ଲାଭ ସହ ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ଗୋଚର ଓ ଗତି ପରିବର୍ତ୍ତନକୁ ବେଶ ଗୁରୁତ୍ୱ ଦିଆଯାଏ। ଅନ୍ୟ ଗ୍ରହମାନଙ୍କ ତୁଳନାରେ ଶନି ଧୀରେ ଗତି କରୁଥିବାରୁ ତାଙ୍କ ରାଶି ପରିବର୍ତ୍ତନର…

ଗୋଟିଏ ଯୁବତୀଙ୍କୁ ଭଲପାଉଥିଲେ, ଈର୍ଷାରେ ପାଣିଟାଙ୍କି ଉପରୁ ଠେଲି ନେଇଗଲେ ବନ୍ଧୁଙ୍କ ଜୀବନ; ତଦନ୍ତ ପରେ…

ରାଉରକେଲା,୧୭।୯(ସଙ୍ଗୀତା ଜେନା): ସୁନ୍ଦରଗଡ଼ ଜିଲା ଲାଠିକଟା ଅଞ୍ଚଳରେ ଜଣେ ଯୁବକଙ୍କୁ ତାଙ୍କ ନିଜ ବନ୍ଧୁ ନିର୍ମାଣାଧୀନ ପାଣିଟାଙ୍କି ଉପରୁ ଠେଲି ହତ୍ୟା କରିଥିବା ଭଳି ଏକ ସାଂଘାତିକ…

୭୬ ବର୍ଷରେ ବି ଫିଟ୍‌ ଅଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆଜି ଜନ୍ମଦିନରେ ଜାଣନ୍ତୁ ତାଙ୍କ ବିଷୟରେ କିଛି ଅଜଣା କଥା…

ନୂଆଦିଲ୍ଲୀ,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୧୭ ସେପ୍ଟେମ୍ବର ୧୯୫୦ରେ ଗୁଜରାଟରେ ଜନ୍ମଗ୍ରହଣ କରିଥିଲେ। ଆଜି ତାଙ୍କ ଜନ୍ମଦିନରେ ସାରା ଦେଶରେ ତାଙ୍କ ଜୀବନର ବିଭିନ୍ନ ଦିଗ ଉପରେ…

ଚାରିଆଡେ ଚର୍ଚ୍ଚା; ମୋଦିଙ୍କୁ ଏଭଳି ଜନ୍ମଦିନ ଶୁଭେଚ୍ଛା ଜଣାଇଲେ ବନ୍ଧୁ ପୁଟିନ୍, ବିଶ୍ବରେ ଆପଣଙ୍କ….

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ରୁଷିଆରୁ ଆସିଛି ଶୁଭେଚ୍ଛା ବାର୍ତ୍ତା। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବା ସହ…

ବ୍ୟାଗରେ କୁକୁର ଧରି ଅଫିସରେ ପହଞ୍ଚିଲେ ଯୁବନେତା, ଅଫିସରଙ୍କ ଟେବୁଲ ଉପରେ ଛାଡି…

ମୁମ୍ବାଇ,୧୭।୯: ମହାରାଷ୍ଟ୍ରର ନାଶିକ ଜିଲା ନିଫାଡ଼ରେ ବୁଲା କୁକୁରଙ୍କ ସମସ୍ୟାକୁ ନେଇ ଏକ ଅଭିନବ ଢଙ୍ଗରେ ପ୍ରତିବାଦ କରାଯାଇଛି । UBT ଶିବସେନାର ଯୁବ ନେତା ବିକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?