ଫୁଲିଲା ହୀରାକୁଦ ଜଳଭଣ୍ଡାର, ଖୋଲିଲା ୪ ଗେଟ୍‌

ସମ୍ବଲପୁର,୧୯ା୯(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାର ଉପରମୁଣ୍ଡ ଛତିଶଗଡ଼ରେ ଆଗକୁ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୨୦ରୁ ୨୨ତାରିଖ ପର୍ଯ୍ୟନ୍ତ ବର୍ଷା ହେବ ବୋଲି ଆକଳନ କରାଯାଇଛି। ଏହି ପରିପ୍ରେକ୍ଷୀରେ ହୀରାକୁଦ ଡ୍ୟାମ୍‌ର ଜଳଧାରଣ କ୍ଷମତା ୬୩୦ଫୁଟ୍‌ ରହିଥିବା ବେଳେ ସୋମବାର ଅପରାହ୍ନ ସୁଦ୍ଧା ଜଳସ୍ତର ୬୨୯.୨୯ଫୁଟ୍‌ ରହିଛି। ତେଣୁ ଡ୍ୟାମର ସୁରକ୍ଷା ତଥା ରୁଲକର୍ଭ ନିୟମ ଅନୁସାରେ ସୋମବାର ପୁଣି ଗେଟ୍‌ ଖୋଲାଯାଇଛି। ବାମ ଓ ଡାହାଣ ପାର୍ଶ୍ୱରେ ୪ଟି ଗେଟ୍‌ ଦେଇ ଚଳିତବର୍ଷର ତୃତୀୟ ପର୍ଯ୍ୟାୟ ବନ୍ୟାଜଳ ନିଷ୍କାସିତ ହେଉଛି।

ଏ ସମ୍ପର୍କରେ ହୀରାକୁଦ ଡ୍ୟାମ୍‌ ମୁଖ୍ୟଯନ୍ତ୍ରୀ ଆନନ୍ଦ ଚନ୍ଦ୍ର ସାହୁ କହିଛନ୍ତି, ଜଳଭଣ୍ଡାରର ଜଳସ୍ତର କ୍ଷମତା ବୃଦ୍ଧି ପାଇଛି। ଏପରିକି ପାଣିପାଗ ବିଭାଗର ଆକଳନ ଆଗାମୀ ଦିନରେ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଡ୍ୟାମର ସୁରକ୍ଷା ଦୃଷ୍ଟିରୁ ଜଳ ନିଷ୍କାସନ କରାଯାଉଛି। ବର୍ଷା ଓ ଜଳ ପ୍ରବେଶ ଅନୁପାତ ଦେଖି ଆଗାମୀ ଦିନରେ ଗେଟ୍‌ ସଂଖ୍ୟା ବୃଦ୍ଧି କରାଯିବ ବୋଲି ବୋଲି ମୁଖ୍ୟଯନ୍ତ୍ରୀ କହିଛନ୍ତି। ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ୬୮ହଜାର ୮୧୨ କ୍ୟୁସେକ୍‌ ଜଳ ପ୍ରବେଶ କରୁଛି। ସେହିପରି ସ୍ପିଲୱେ, ପାୱାରଚ୍ୟାନେଲ, ଚାଷ, କମ୍ପାନୀକୁ ମୋଟ ୧ଲକ୍ଷ ୬ହଜାର ୯୩୧ କ୍ୟୁସେକ୍‌ ଜଳ ନିଷ୍କାସନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

ନାଳ ପାର ହେବା ବେଳେ ପ୍ରଖର ସ୍ରୋତରେ ଭାସିଗଲେ ଚାଷୀ, ସ୍ତ୍ରୀଙ୍କ ସାହସିକତା-ପ୍ରଶାସନର ତତ୍ପରତାରୁ ବଞ୍ଚିଲା ଜୀବନ

ପାରଳାଖେମୁଣ୍ଡି, ୨୩।୯ (ଗିରିଧାରୀ ପରିଛା): ଅବପାତଜନିତ ଲଗାଣ ବର୍ଷା ଯୋଗୁ ନାଳର ପ୍ରଖର ସ୍ରୋତରେ ଭାସିଯାଇଥିବା ଜଣେ ଚାଷୀଙ୍କୁ ପ୍ରଶାସନ ଓ ଅଗ୍ନିଶମ ବାହିନୀର ତତ୍ପରତା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?