ଖୋଲିଲା ହୀରାକୁଦ ଗେଟ୍‌, ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର,୬ା୭: ଆଜି ଅର୍ଥାତ୍‌ ରବିବାର ହୀରାକୁଦ ଡ୍ୟାମ୍‌ର ଗେଟ୍‌ ଖୋଲାଯାଇଛି। ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନଂ ଗେଟ୍‌ ଖୋଲାଯାଇଥିବାବେଳେ ପର୍ଯ୍ୟାୟକ୍ରମେ ୧୨ଟି ଗେଟ୍‌ ଖୋଲାଯିବ। ଆଜି ଚଳିତବର୍ଷର ପ୍ରଥମ ବନ୍ୟାଜଳ ଛଡ଼ା ଯାଇଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ହେବାରୁ ଏହି ଗେଟ୍‌ ଖୋଲାଯାଇଛି।

ସେହିପରି ଅନୁଗୋଳ ଜିଲା କଣିହାଁ ବ୍ଲକ ରେଙ୍ଗାଳି ଡ୍ୟାମ୍‌ର ଗୋଟିଏ ଗେଟ୍‌ ଖୋଲାଯାଇ ଶନିବାର ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି। ଉପରେ ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଡ୍ୟାମ୍‌ରେ ବ୍ରାହ୍ମଣୀ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଅଧୀକ୍ଷଣ ଯନ୍ତ୍ରୀ ସୌମେନ୍ଦ୍ର ବେହେରା କହିଛନ୍ତି, ଡ୍ୟାମ୍‌ର ପୂର୍ଣ୍ଣ ଜଳଧାରଣ କ୍ଷମତା ୧୨୩.୫୦ ମିଟର ହୋଇଥିବାବେଳେ ଶନିବାର ଅପରାହ୍ନ ୫ଟା ସୁଦ୍ଧା ଜଳସ୍ତର ୧୨୦.୯୮ ମିଟରରେ ପହଞ୍ଚିଥିଲା। ଫଳରେ ସନ୍ଧ୍ୟା ୬ଟା ୨୦ରେ ଡ୍ୟାମ୍‌ର ୮ନଂ. ଗେଟ୍‌ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଉଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୨୪୮୯.୯୭ ଘନ ମିଟର ବନ୍ୟା ଜଳ ପ୍ରବେଶ କରୁଥିବା ବେଳେ ଖୋଲାଯାଇଥିବା ଗୋଟିଏ ଗେଟ୍‌ ଓ ପାୱାର ଚ୍ୟାନେଲ ଦେଇ ୧୭୦୦ ଘନ ମିଟର ଜଳ ନିଷ୍କାସନ କରାଯାଉଛି। ଡ୍ୟାମ୍‌ ଗେଟ ଖୋଲିବା ସମୟରେ ମୁଖ୍ୟଯନ୍ତ୍ରୀ ହୃଦାନନ୍ଦ ମଲ୍ଲିକ, ଅତିରିକ୍ତ ମୁଖ୍ୟଯନ୍ତ୍ରୀ ଭଗବାନ ଚନ୍ଦ୍ର ଦାସ, ଅଧୀକ୍ଷଣ ଯନ୍ତ୍ରୀ ବେହେରା, ଉପଖଣ୍ଡ ଅଧିକାରୀ ଶଙ୍କରା ନନ୍ଦ ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି ସମଲ ବ୍ୟାରେଜର ମଧ୍ୟ ୫ଟି ଗେଟ୍‌ ଖୋଲା ଯାଇଥିବା ବ୍ୟାରେଜ କର୍ତ୍ତୃପକ୍ଷଙ୍କ ନିକଟରୁ ସୂଚନା ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ଧୋନୀଙ୍କ ଟିମକୁ ଯିବା କଥା ଶୁଣି ବହିଲା ଲୁହର ଧାର, ୧୪.୨ କୋଟି ଟଙ୍କାରେ ନିଲାମ ଖବର…

ନୂଆଦିଲ୍ଲୀ,୧୬।୧୨: ଆଇପିଏଲ୍ ୨୦୨୬ ନିଲାମିରେ ମହେନ୍ଦ୍ର ସିଂ ଧୋନିଙ୍କର ଜଣେ ବଡ଼ ଫ୍ୟାନ୍ ତଥା ୱିକେଟକିପର-ବ୍ୟାଟର୍ କାର୍ତ୍ତିକ ଶର୍ମାଙ୍କ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK)...

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

IPL ନିଲାମ: ଫିଟିଲା ଭାଗ୍ୟ, ତୃତୀୟ ରାଉଣ୍ଡରେ ପୃଥ୍ୱୀ ଶ’ଙ୍କୁ କିଣିଲା ଏହି ଟିମ୍

ଆବୁଧାବି,୧୬।୧୨: କ୍ୟାରିଅରରେ ବଡ଼ ଧରଣର ଅବନତି ଦେଇ ଗତି କରୁଥିବା ୨୬ ବର୍ଷୀୟ ମହାରାଷ୍ଟ୍ରର ଓପନିଂ ବ୍ୟାଟ୍ସମ୍ୟାନ୍ ପୃଥ୍ୱୀ ଶ’ଙ୍କୁ ଆଇପିଏଲ୍ ୨୦୨୬ ମିନି-ନିଲାମରେ ପୁଣି...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri