ପୁଣି ଖୋଲିଲା ହୀରାକୁଦ ଗେଟ୍: ୬୧୧ ଫୁଟ୍ ଟପିଲା…. 

ସମ୍ବଲପୁର, ୨୦।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁ  ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରୁଛି। ଫଳରେ ଜଳଭଣ୍ଡାରର ଜଳସ୍ତର କ୍ରମାଗତ ଭାବେ ବୃଦ୍ଧି ପାଉଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ବନ୍ୟାଜଳ ନିଷ୍କାସନ ଉଦ୍ଦେଶ୍ୟରେ ୪ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ଜଳଭଣ୍ଡାରର ବାମ ପାର୍ଶ୍ୱରୁ ୩ଟି ଏବଂ ଡାହାଣ ପାର୍ଶ୍ୱରୁ ୧ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଉଛି।

ରବିବାର ପୂର୍ବାହ୍ନ ସାଢ଼େ ୯ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୧୧.୫୦ ଫୁଟ୍‌ରେ ପହଞ୍ଚିଥିବା ବେଳେ ପ୍ରତି ସେକେଣ୍ଡରେ ହାରାହାରି ୧ ଲକ୍ଷ ୫୭ ହଜାର ୪୪୨ ଘନଫୁଟ୍ ବନ୍ୟାଜଳ ପ୍ରବେଶ କରୁଛି। ଅପରପକ୍ଷରେ ଜଳଭଣ୍ଡାରରୁ ମୋଟ ୯୩ ହଜାର ୪୦୬ ଘନଫୁଟ୍ ଜଳ ନିଷ୍କାସିତ ହେଉଛି। ସେଥିମଧ୍ୟରୁ ୪ଟି ସ୍ଲୁଇସ୍ ଗେଟ୍ ମାଧ୍ୟମରେ ୬୦ ହଜାର ୫୨ ଘନଫୁଟ୍ ଏବଂ ବିଭିନ୍ନ କେନାଲ, ପାୱାର ଚ୍ୟାନେଲ୍ ଓ ଶିଳ୍ପ ପ୍ରତିଷ୍ଠାନର ବ୍ୟବହାର ପାଇଁ ୩୩ ହଜାର ୩୫୪ ଘନଫୁଟ୍ ଜଳ ନିଷ୍କାସନ କରାଯାଉଛି।

୪ଟି ସ୍ଲୁଇସ୍ ଗେଟ୍ ଖୋଲାଯିବା ପରେ ମହାନଦୀ ଶଯ୍ୟାରେ ଜଳସ୍ତର ହଠାତ୍ ବୃଦ୍ଧି ପାଇବାର ସମ୍ଭାବନା ଥିବାରୁ ସମ୍ବଲପୁର ଜିଲା ପ୍ରଶାସନ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଡାକବାଜି ଯନ୍ତ୍ର ମାଧ୍ୟମରେ ନଦୀକୂଳିଆ ଅଞ୍ଚଳର ବାସିନ୍ଦାଙ୍କୁ ନଦୀ ଭିତରକୁ ନ ଯିବାକୁ ପରାମର୍ଶ ଦିଆଯାଉଛି।

ସୂଚନାଯୋଗ୍ୟ, ଚଳିତ ବର୍ଷ ଜୁଲାଇ ୯ ତାରିଖରେ ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ପର୍ଯ୍ୟାୟରେ ବନ୍ୟାଜଳ ନିଷ୍କାସନ ଆରମ୍ଭ ହୋଇଥିଲା ଏବଂ ସେତେବେଳେ ୧୦ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଥିଲା। ପରେ ଜୁଲାଇ ୧୪ ତାରିଖରେ ସମସ୍ତ ଗେଟ୍ ବନ୍ଦ କରାଯାଇଥିଲା। ବର୍ତ୍ତମାନ ପୁଣିଥରେ ଜଳପ୍ରବାହ ବୃଦ୍ଧି ପାଇବାରୁ ୪ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟଙ୍କ ଗୁରୁତ୍ବପୂର୍ଣ୍ଣ ରାୟ, ଅପଶବ୍ଦ କହିବା ଅଶ୍ଳୀଳତା ନୁହେଁ

ନୂଆଦିଲ୍ଲୀ,୧୯ା୭: କାହାକୁ ଗାଳିଗୁଲଜ କରିବା ଓ ଅପଶବ୍ଦ ପ୍ରୟୋଗ ଅସଭ୍ୟ ଏବଂ ଆପତ୍ତିଜନକ ହୋଇଥିଲେ ମଧ୍ୟ ଏହା ଅଶ୍ଳୀଳତା ନୁହେଁ । ଏଭଳି ଆଜି ରାୟ ଦେଇଛନ୍ତି…

ହିରାଧାରବାଟି କେନାଲରେ ପାଣି ଛାଡିଲା ଜଳସେଚନ ବିଭାଗ, ଚାଷୀଙ୍କ ମୁହଁରେ ଫୁଟିଲା ହସ

ଗଞ୍ଜାମ,୧୯ା୭(ବିଦ୍ୟାଧର ସାହୁ ): ଖରିଫ ଚାଷ ପାଇଁ ଜଳସେଚନ ବିଭାଗ ହିରାଧାରବାଟି କେନଲରେ ପାଣି ଛାଡିଥିବା ଦେଖିବାକୁ ମିଳିଛି । ସଂକ୍ରାନ୍ତି ଦିନ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା…

ଗୋ ହତ୍ୟା ସହ ମାଂସ ଚାଲାଣ: ୨ ଗିରଫ, ୧୫ ଅଟକ

କୋରାପୁଟ,୧୯।୭(ଅମିତାଭ ବେହେରା): କୋରାପୁଟ ସହରରେ ଗୋ ହତ୍ୟା ସହ ମାଂସ ଚାଲାଣ ହେଉଥିବା ଖବରପାଇ ଟାଉନ ଥାନା ପୋଲିସ ପକ୍ଷରୁ ଚଢ଼ାଉ କରାଯାଇ ୨ ଅଭିଯୁକ୍ତଙ୍କୁ ଗିରଫ…

୬ ମାସ ହେଲା ଅଚଳ ଘୁଟିଗୁଡ଼ା ଜିଓ ଟାୱାର, ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଗ୍ରାମବାସୀଙ୍କ ଦାବି

ଥୁଆମୂଳ ରାମପୁର,୧୯ା୭(ଦୁର୍ଗା କୀର୍ତ୍ତି): ରାଜ୍ୟ ସରକାର ଦୁର୍ଗମ ଅଞ୍ଚଳରେ ଡିଜିଟାଲ ଯୋଗାଯୋଗର ବିକାଶ ପାଇଁ ବିଭିନ୍ନ ସଂସ୍ଥାକୁ ଅନୁମତି ଦେଉଥିବା ବେଳେ ବାସ୍ତବ କ୍ଷେତ୍ରରେ କମ୍ପାନୀଗୁଡ଼ିକର ଚରମ…

ଚଞ୍ଚକତା କରି ଭାରପ୍ରଧାନ ଶିକ୍ଷକଙ୍କୁ ବଦଳି ଅଭିଯୋଗ, ଅଭିଭାବକ ମହଲରେ ଅସନ୍ତୋଷ

ହାଟଡିହୀ,୧୯ା୭(ଶୁଭକାନ୍ତ ନାୟକ): ଚଳିତ ଜୁଲାଇ ମାସ ଗତ ୧୦ ତାରିଖରେ ଡ଼ିଏଲଟିସି ବୈଠକ ବସିଥିଲା । ଏହି ବୈଠକ ଜିଲା ସ୍ତରରେ ଅନୁଷ୍ଠିତ ହୋଇଥାଏ । ବୈଠକରେ…

ଫିଫା ବିଶ୍ୱକପ୍‌: ଫ୍ରାନ୍ସକୁ ୬-୪ରେ ହରାଇଲା ଇଂଲଣ୍ଡ

ମାୟାମି ଗାର୍ଡେନ୍ସ,୧୯ା୭: ବୁକାୟୋ ସାକାଙ୍କ ହ୍ୟାଟ୍ରିକ ଗୋଲ ବଳରେ ରବିବାର ଚଳିତ ଫିଫା ବିଶ୍ୱକପ୍‌ରେ ଅନୁଷ୍ଠିତ ପ୍ଲେ-ଅଫ୍‌ ମ୍ୟାଚ୍‌ରେ ଇଂଲଣ୍ଡ ୬-୪ ଗୋଲରେ ଫ୍ରାନ୍ସକୁ ପରାସ୍ତ କରି…

ଶ୍ରୀକ୍ଷେତ୍ରରୁ ଭଟଲି ଆସିଲା ତିନି ରଥର ଚକ; ପାଛୋଟି ଆଣିଲେ ହଜାର ହଜାର ଭକ୍ତ, ବିଧାୟକ କହିଲେ…

ବରଗଡ଼,୨୦।୭(ପ୍ରେମାନନ୍ଦ ଖମାରୀ): ପୁରୀ ଧାମରୁ ଭଟଲି ଦଧିବାମନ ଧାମକୁ ରବିବାର ତିନି ରଥର ଚକ ପହଞ୍ଚିଛି । ଶ୍ରୀକ୍ଷେତ୍ର ପୁରୀର ଏହି ତିନି ରଥର ଚକକୁ ଭବ୍ୟ…

ଇରାନ ରିଭଲ୍ୟୁଶନାରି ଗାର୍ଡ ଉପରେ ଆମେରିକାର ବଡ଼ ଆକ୍ରମଣ

ଦୁବାଇ,୧୯ା୭: ଜୋର୍ଡାନରେ ଇରାନର ମିଶାଇଲ ଆକ୍ରମଣରେ ୨ ଜଣ ଆମେରିକୀୟ ସୈନ୍ୟ ନିହତ ହେବା ପରେ ଏହାର ଜବାବରେ ଓ୍ବାଶିଂଟନ ରବିବାର ଇରାନ ଅର୍ଦ୍ଧସାମରିକ ବାହିନୀ ରିଭଲ୍ୟୁଶନାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri