୯ରେ ଖୋଲିବ ହୀରାକୁଦ ଗେଟ୍‌

ସମ୍ବଲପୁର,୬।୭(ପ୍ରମୋଦ ବହିଦାର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ହୀରାକୁଦ ଡ୍ୟାମ୍‌ର ଜଳସ୍ତର ବଢ଼ିବାରେ ଲାଗିଛି। ଜଳଭଣ୍ଡାର ଉତ୍ତମ ପରିଚାଳନା ପାଇଁ ଆସନ୍ତା ଜୁଲାଇ ୯ ତାରିଖ ପୂର୍ବାହ୍ନ ୧୧ଟାରେ ଚଳିତ ମୌସୁମୀ ଋତୁର ପ୍ରଥମ ବନ୍ୟାଜଳ ମହାନଦୀକୁ ଛଡ଼ାଯିବ ବୋଲି ବୁର୍ଲା ହୀରାକୁଦ ବନ୍ଧ ମଣ୍ଡଳର ଅତିରିକ୍ତ ମୁଖ୍ୟ ଯନ୍ତ୍ରୀ ସୂଚନା ଦେଇଛନ୍ତି। ଏନେଇ ମହାନଦୀର ତଳମୁଣ୍ଡରେ ଥିବା ସମ୍ବଲପୁର ସମେତ ସମସ୍ତ ଜିଲାର ପ୍ରଶାସନ ଓ ଜନସାଧାରଣଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ବନ୍ୟାଜଳ ନିଷ୍କାସନ ଯୋଗୁ ନଦୀର ଜଳସ୍ତର ବଢ଼ିବାକୁ ଥିବାରୁ ସୁରକ୍ଷା ଦୃଷ୍ଟିରୁ ଜନସାଧାରଣ ଓ ଛାତ୍ରଛାତ୍ରୀମାନଙ୍କୁ ମହାନଦୀ ଗର୍ଭକୁ ନ ଯିବା ପାଇଁ ଏବଂ ବିଶେଷ ସତର୍କତା ଅବଲମ୍ବନ କରିବା ପାଇଁ ଅଧିକାରୀଙ୍କୁ ଅନୁରୋଧ କରାଯାଇଛି। ସେହିପରି ଅପରାହ୍ନ ୩ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୦୩.୮୯ ଫୁଟ୍‌ ବୃଦ୍ଧି ପାଇଛି। ବର୍ତ୍ତମାନ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୯୩,୩୨୦ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବା ବେଳେ ବିଭିନ୍ନ କେନାଲ, ପାୱାର ଚ୍ୟାନେଲ ଓ ଶିଳ୍ପସଂସ୍ଥା ଜରିଆରେ ମୋଟ ୨୩,୩୦୯ ଘନଫୁଟ ଜଳ ନିଷ୍କାସିତ ହେଉଛି। ବର୍ତ୍ତମାନ ସୁଦ୍ଧା ଜଳଭଣ୍ଡାରର କୌଣସି ବି ଗେଟ୍‌ ଖୋଲାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଭୁଶୁଡ଼ିଲା ଜଳସେଚନ ଉପଖଣ୍ଡ କାର୍ଯ୍ୟାଳୟ ପାଚେରୀ, ଅଳ୍ପକେ….

ପିପିଲି, ୬।୭: ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳ ବଡ଼ ଅଂଶ ହଠାତ୍ ଭୁଶୁଡ଼ି ପଡ଼ିଛି। ଘଟଣାରେ କୌଣସି ଜୀବନହାନି ଘଟି ନ ଥିବା ବେଳେ ଅଳ୍ପକେ କିଛି…

Puri Koraput Expressର ଶୁଭାରମ୍ଭ, ମୁଖ୍ୟମନ୍ତ୍ରୀ, କେନ୍ଦ୍ର ରେଳମନ୍ତ୍ରୀ କଲେ ଉଦ୍‌ଘାଟନ

ପୁରୀ,୬।୭: ନୂତନ ପୁରୀ-କୋରାପୁଟ ଏକ୍ସପ୍ରେସ ଏବଂ ବ୍ରହ୍ମପୁର-ଉଧନା(ସୁରଟ) ଅମୃତ ଭାରତ ଏକ୍ସପ୍ରେସର ନିୟମିତ ସେବାର ସୋମବାର ଶୁଭାରମ୍ଭ ହେଉଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ରେଳ…

W, W, W, W..ଡବଲ୍‌ ହ୍ୟାଟ୍ରିକ ନେଇ ଇତିହାସ ରଚିଲେ ଏହି ବୋଲର୍‌

ନୂଆଦିଲ୍ଲୀ,୬।୭: ଶ୍ରୀଲଙ୍କାର ପେସ-ବୋଲିଂ ଅଲରାଉଣ୍ଡର ଦାସୁନ ଶାନାକା ଡବଲ ହ୍ୟାଟ୍ରିକ କରି ଇତିହାସ ରଚିଛନ୍ତି। ଆମେରିକାରେ ଚାଲିଥିବା ମେଜର ଲିଗ କ୍ରିକେଟ ଟୁର୍ନାମେଣ୍ଟ ସମୟରେ ଶ୍ରୀଲଙ୍କାର ଏହି…

ବନ୍ୟା ପାଣିରେ ଭାସିଯାଇଥିଲେ ସୁରେଶ: ୧୮ ଘଣ୍ଟା ପରେ ମିଳିଲା…

ସମ୍ବଲପୁର,୬।୬(ପ୍ରମୋଦ ବହିଦାର): ସମ୍ବଲପୁର ଅଇଁଠାପାଲି ଥାନା ଅନ୍ତର୍ଗତ ବାଗଡ଼ିଆପଡ଼ାରେ ବନ୍ୟା ପାଣିରେ ଭାସିଯାଇ ନିଖୋଜ ଥିବା ବ୍ୟକ୍ତିଙ୍କ ମୃତଦେହକୁ ଦୀର୍ଘ ୧୮ ଘଣ୍ଟାର ଅକ୍ଳାନ୍ତ ପରିଶ୍ରମ ପରେ…

ଏନ୍‌ଏଚ୍–୫୫ ନିର୍ମାଣରେ ଅନିୟମିତତା: ଅଧୀକ୍ଷଣ ଯନ୍ତ୍ରୀ, ଏସଡିଓ ଓ ପ୍ରୋଜେକ୍ଟ ମ୍ୟାନେଜରଙ୍କ ନାଁରେ ଏଫ୍‌ଆଇଆର୍

ଜଗତସିଂହପୁର, ୬।୭: ଜାତୀୟ ରାଜପଥ–୫୫ (ଏନ୍‌ଏଚ୍–୫୫)ର ନିର୍ମାଣ କାର୍ଯ୍ୟରେ ମନ୍ଥର ଗତି ଏବଂ ନିମ୍ନମାନର କାମକୁ ନେଇ ପ୍ରଶାସନ କଠୋର ପଦକ୍ଷେପ ଗ୍ରହଣ କରିଛି। ଏହି ଘଟଣାରେ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀଙ୍କ ବିଭିନ୍ନ ସ୍କୁଲ ପରିଦର୍ଶନ

କର୍ଲାମୁଣ୍ଡା,୬।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ନୂତନ ଭାବେ କର୍ଲାମୁଣ୍ଡା ବ୍ଲକରେ ଶୁକ୍ରବାର ଯୋଗଦେବା ପରେ ସେ ପ୍ରଥମ…

ନାବାଳିକାଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ପରିବାର

ପାତ୍ରପୁର, ୬।୭(ଉମା ଚରଣ ନେପାକ): ଜରଡ଼ା ଥାନା ଖାରିଆଗୁଡ଼ା ଫାଣ୍ଡି ଅନ୍ତର୍ଗତ ଏସ. ନୂଆଗାଁ ଗ୍ରାମ ହରିଜନ ସାହିରୁ ଜଣେ ନାବାଳିକାଙ୍କ ମୃତଦେହ ଜରଡ଼ା ପୋଲିସ ଦ୍ୱାରା…

ଭୋଜି ଖାଇ ଫେରୁଥିଲେ,ଗଛରେ ପିଟିହେଲା କାର୍‌: ଆଉ ତା’ପରେ ଘଟିଲା…

ଭଞ୍ଜନଗର,୬।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ଷଡ଼ଙ୍ଗୀପଲ୍ଲୀ ନିକଟରେ ସୋମବାର ଏକ ମାରୁତି କାର ଗାଡି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଗାଡିରେ ବସିଥିବା ଡ୍ରାଇଭର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri