Odisha Floods: ଆଉ ୧୨ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୩୧।୭ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ସାଙ୍ଗକୁ ଜଳସ୍ତର ମଧ୍ୟ ବଢ଼ିବାରେ ଲାଗିଛି। ଫଳରେ ଶୁକ୍ରବାର ଜଳଭଣ୍ଡାରରୁ ପୁଣିଥରେ ଦୁଇଟି ପର୍ଯ୍ୟାୟରେ ଆହୁରି ୧୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇ ବର୍ତ୍ତମାନ ସମୁଦାୟ ୧୪ଟି  ଗେଟ୍ ଜରିଆରେ ଜଳଭଣ୍ଡାରରୁ ମହାନଦୀକୁ ବନ୍ୟାଜଳ ନିଷ୍କାସନ କରାଯାଉଛି।

ଜଳଭଣ୍ଡାର ନିୟନ୍ତ୍ରଣ କକ୍ଷର ସୂଚନା ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ୬.୨୬ ମି.ମି. ଓ ତଳମୁଣ୍ଡରେ ୩.୨୩ ମି.ମି. ବର୍ଷା ରେକର୍ଡ କରାଯାଇଛି।

ଅପରାହ୍ନ ସାଢ଼େ ୧୨ଟାରେ ହସ୍ତଗତ ସବିଶେଷ ସୂଚନା ଅନୁଯାୟୀ, ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇ ୬୨୪.୬୦ ଫୁଟରେ ପହଞ୍ଚିଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୩ ଲକ୍ଷ ୯୪ ହଜାର ୭୩୧ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ଜଳଭଣ୍ଡାରରରୁ ମୋଟ ହାରାହାରି ୨ ଲକ୍ଷ ୫୧ ହଜାର ୬୯ ଘନଫୁଟ ଅତିରିକ୍ତ ବନ୍ୟାଜଳ ନିଷ୍କାସନ ହେଉଛି। ସେଥିମଧ୍ୟରୁ ବାମପାର୍ଶ୍ଵର ୯ ଓ ଦକ୍ଷିଣ ପାର୍ଶ୍ଵର ୫ ମିଶି ମୋଟ ୧୪ ସ୍ଲୁଇସ୍‌ ଗେଟ୍ ଜରିଆରେ ୨ ଲକ୍ଷ ୩୨ ହଜାର ୮୬୦ ଘନଫୁଟ ବନ୍ୟାଜଳ ମହାନଦୀକୁ ନିଷ୍କାସିତ ହେଉଥ‌ିବାବେଳେ ପାୱାର ଚ୍ୟାନେଲରେ ୨୪,୯୬୦ ଘନଫୁଟ, ବରଗଡ଼ କେନାଲରେ ୨,୯୯୦ ଘନଫୁଟ, ଶାସନ କେନାଲରେ ୫୦୦ ତଥା ସମ୍ବଲପୁଲ କେନାଲରେ ୮୮ ଘନଫୁଟ ଏବଂ ଶିଳ୍ପଭିତ୍ତିକ ବ୍ୟବହାର ପାଇଁ ୨୪୭ ଘନଫୁଟ ଜଳ ନିଷ୍କାସନ ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

ଆଉ ମାଗଣା ନୁହେଁ UPI! ₹୨୦୦୦ ରୁ ଅଧିକ ଦେଣନେଣ ଉପରେ ଲାଗିବ ଚାର୍ଜ, ନୂଆ ନିୟମ ଜାରି କଲେ ସରକାର…

ନୂଆଦିଲ୍ଲୀ,୧୫।୯: ୟୁପିଆଇ (UPI) ଦେଣନେଣକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଉପରେ ସରକାର ପୂର୍ଣ୍ଣଚ୍ଛେଦ ପକାଇଛନ୍ତି। ସରକାରଙ୍କ ଦ୍ୱାରା ଜାରି ନୂଆ ବିଜ୍ଞପ୍ତି ଅନୁଯାୟୀ, ଅକ୍ଟୋବର ୧୫ରୁ…

ବ୍ୟାଙ୍କରେ ପଶି ଡକାୟତି, ଧରାପଡ଼ିଲେ ୭ ଡ଼କାୟତ

ବୈଶିଙ୍ଗା,୧୫।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରରେ ଥିବା ୟୂନିୟନ ବ୍ୟାଙ୍କରେ ସୋମବାର ରାତିରେ ଏକ ଡକାୟତି ଯୋଜନାକୁ ପଣ୍ଡ କରିଛି ବ୍ୟାଙ୍କରେ ଲାଗିଥିବା…

ଋଷିକୂଲ୍ୟାରେ ଭାସୁଛି ମୃତଦେହ

ଛତ୍ରପୁର,୧୫।୯(ଅନାଥ ତରାଇ/ଦିଲୀପ ସାମଲ): ଗଞ୍ଜାମ ବ୍ଲକ ଅଧୀନ ଗୋଖୁରୁକୁଦା ଫରେଷ୍ଟ ଅଫିସ ନିକଟସ୍ଥ ଋଷିକୂଲ୍ୟା ନଦୀରେ ମଙ୍ଗଳବାର ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି।…

ଛୁରୀ ଭୁଶି ଯୁବକଙ୍କୁ ହତ୍ୟା: ପୂର୍ବ ଶତ୍ରୁତାରୁ ଆକ୍ରମଣ, ଦୁଇ ଯୁବକ ଫେରାର

ଖଲ୍ଲିକୋଟ, ୧୫।୯ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖୋଜାପଲ୍ଲୀ ଗ୍ରାମରେ ଜଣେ ଯୁବକଙ୍କୁ ଛୁରୀ ଭୁଶି ହତ୍ୟା କରାଯାଇଛି। ମୃତକ ହେଲେ ଖୋଜାପଲ୍ଲୀ ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?