ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର ଜଳସ୍ତର ମଧ୍ୟ କ୍ରମଶଃ ବୃଦ୍ଧି ପାଇ ଏହାର ସର୍ବୋଚ୍ଚ ଜଳଧାରଣ କ୍ଷମତାର ନିକଟତର ହୋଇଛି। ତେଣୁ ରବିବାର ପୁଣିଥରେ ହୀରାକୁଦ ଜଳଭଣ୍ଡାରର ୪ଟି ସ୍ଲୁଇସ ଗେଟ୍‌ ଖୋଲାଯାଇ ବର୍ତ୍ତମାନ ମୋଟ୍‌ ୫ଟି ସ୍ଲୁଇସ୍‌ ଗେଟ ଜରିଆରେ ମହାନଦୀକୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ରବିବାର ଅପରାହ୍ନ ସାଢ଼େ ୧୨ଟା ସମୟରେ ପ୍ରାପ୍ତ ସୂଚନା ଅନୁସାରେ ଜଳଭଣ୍ଡାରର ଜଳସ୍ତର ୬୨୯.୩୧ ଫୁଟ୍ରେ ପହଞ୍ଚିଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୧ ଲକ୍ଷ ୨୫ ହଜାର ୦୯୫ ଘନଫୁଟ ବନ୍ୟା ଜଳ ପ୍ରବେଶ କରୁଛି। ସେହିପରି ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ହାରାହାରି ମୋଟ ୧ ଲକ୍ଷ ୧୬ ହଜାର ୯୭୦ ଘନଫୁଟ ଜଳ ନିଷ୍କାସିତ ହେଉଛି। ସେଥିମଧ୍ୟରୁ ଜଳଭଣ୍ଡାରର ବାମ ପାର୍ଶ୍ୱର ୩ ଓ ଦକ୍ଷିଣ ପାର୍ଶର ୨ଟି ମିଶି ମୋଟ ୫ଟି ସ୍ଲୁଇସ୍‌ ଗେଟ୍‌ ଜରିଆରେ ୮୧ ହଜାର ୯୨୫ ଘନଫୁଟ, ପାଓ୍ବାର ଚ୍ୟାନେଲରେ ୩୧,୧୯୭ ଘନଫୁଟ, ବରଗଡ଼ କେନାଲରେ ୩,୦୭୨, ଶାସନ କେନାଲରେ ୪୫୦ ଓ ସମ୍ବଲପୁର କେନାଲରେ ୧୦୫ ଶିଳ୍ପଭିତ୍ତିକ ବ୍ୟବହାର ପାଇଁ ୨୨୧ ଘନଫୁଟ ଜଳ ନିଷ୍କାସିତ ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ବୁଲିଲେ ଭାଜପା ମଣ୍ଡଳ କର୍ମକର୍ତ୍ତା: ଭୁଶୁଡ଼ିଛି ଅନେକ ଘରର କାନ୍ଥ,

ଦାରିଙ୍ଗବାଡ଼ି, ୩୦।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଏହାର ଆକଳନ ଓ ସ୍ଥିତି…

ବାରରୁ ହେଉଥିଲା ମଦ ଚାଲାଣ: ୯୩.୦୮ ଲିଟର ବିଦେଶୀ ମଦ ଜବତ, ୨ ଗିରଫ

କୋରାପୁଟ,୩୦।୧୦(ଅମିତାଭ ବେହେରା): ମଦ ଚୋରା ଚାଲାଣ ବିରୋଧରେ କୋରାପୁଟ ଜିଲା ନାରାୟଣପାଟଣା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବନ୍ଧୁଗାଁ ଅଞ୍ଚଳର ଏକ ବାରରୁ ନାରାୟଣପାଟଣା…

ଭୂସ୍ଖଳନରେ ମା‘-ବାପାଙ୍କ ସହ ଚାଲିଗଲା ୭ ମାସ ଶିଶୁପୁତ୍ରର ଜୀବନ

ରାଇକିଆ, ୩୦।୧୦ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ ମାଣିକେଶ୍ୱର ପଞ୍ଚାୟତ ଅନ୍ତର୍ଗତ ଡାଙ୍ଗେସି ଗ୍ରାମରେ ଘଟିଥିବା ଭୂସ୍ଖଳନରେ ନିଖୋଜ ଥିବା ଗୋଟିଏ ପରିବାରର ତିନିଜଣଙ୍କ…

ଶୋଇଥିବା ଅବସ୍ଥାରେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା: ଭୁଲିଗଲେ ୧୫ ବର୍ଷର ବୈବାହିକ ସମ୍ପର୍କ

କୋରାପୁଟ, ୩୦।୧୦ (ଅମିତାଭ ବେହେରା): ସାମାନ୍ୟ ତରକାରୀକୁ ନେଇ ଘରୋଇ କଳହର କରୁଣ ପରିଣତି। ରାଗରେ ଅନ୍ଧ ହୋଇ ୧୫ ବର୍ଷର ବୈବାହିକ ସମ୍ପର୍କକୁ ଭୁଲିଗଲେ ସ୍ୱାମୀ।…

ବିପନ୍ନଙ୍କ ନିକଟରେ ପହଞ୍ଚିନି ପ୍ରଶାସନ, ଭୋକ ଉପାସରେ ଛଟପଟ ହୋଇ ରାଜରାସ୍ତାକୁ ଓହ୍ଲାଇଲେ ଲୋକେ

ପୁରୁଷୋତ୍ତମପୁର,୩୦ା୧୦(ସବିତା ମିଶ୍ର): ବାତ୍ୟା ଅର୍ଣ୍ଣବର ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଋଷିକୂଲ୍ୟା ନଦୀରେ ଭୟଙ୍କର ବନ୍ୟାରେ କୂଳ ଲଂଘି ଗାଁଠୁ ସହର ସବୁଠି ପଶିଛି ବନ୍ୟାଜଳ। ଭାଙ୍ଗିଛି…

୬, ୬, ୬, ୬, ୬, ୱିକେଟ… ନୀତୀଶ ରେଡ୍ଡୀଙ୍କ ବୋଲିଂରେ କ୍ରମାଗତ ପାଞ୍ଚଟି ଛକା, ଆଉ ଷଷ୍ଠ ବଲରେ ହେଲା ଏମିତି; ପ୍ରତିଶୋଧ ପୂରଣ ହେଲା

ନୂଆଦିଲ୍ଲୀ,୩୦।୧୦: ନ୍ୟୁଜିଲ୍ୟାଣ୍ଡର ଷ୍ଟାର୍‌ ଅଲରାଉଣ୍ଡର ଗ୍ଲେନ ଫିଲିପ୍ସ ଶୁକ୍ରବାର (ଅକ୍ଟୋବର ୩୦) ଅକ୍ଲାଣ୍ଡରେ ଭାରତ ବିପକ୍ଷ ଚତୁର୍ଥ ଟି-୨୦ ମ୍ୟାଚରେ ଏକ ଚମତ୍କାର ଇନିଂସ ଖେଳି ଶତକ…

୨ କଲରାପତରିଆ ବାଘଛାଲ ସହ ଜୀବନ୍ତ ବାର୍‌ହା ଜବତ, ୭ ଜଣଙ୍କୁ ଗିରଫ କରି…

ଭବାନୀପାଟଣା,୩୦ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଦକ୍ଷିଣ ବନଖଣ୍ଡକୁ ମିଳିଛି ଏକ ବଡ଼ ସଫଳତା। ଜିଲାର ଥୁଆମୂଲ ରାମପୁର ବନାଞ୍ଚଳର ସାଇସୁରନି ରେଞ୍ଜରେ ଏକ ବନ୍ୟପ୍ରାଣୀ ଚୋରା ଚାଲାଣ…

ମୁମ୍ବାଇ ଇଣ୍ଡିଆନ୍ସ ଛାଡ଼ିବେ ନାହିଁ ହାର୍ଦ୍ଦିକ ପାଣ୍ଡ୍ୟା! IPL 2027 ନିଲାମ ପୂର୍ବରୁ ଆସିଲା ଏକ ଆଶ୍ଚର୍ଯ୍ୟଜନକ ଖବର

ନୂଆଦିଲ୍ଲୀ,୩୦।୧୦: IPL 2027 ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ସହିତ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଭବିଷ୍ୟତକୁ ନେଇ ଆଲୋଚନା ଜୋର ଧରିଛି। ଗତ ତିନି ସିଜିନ ଧରି ଦଳର ଅଧିନାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?