ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର ଜଳସ୍ତର ମଧ୍ୟ କ୍ରମଶଃ ବୃଦ୍ଧି ପାଇ ଏହାର ସର୍ବୋଚ୍ଚ ଜଳଧାରଣ କ୍ଷମତାର ନିକଟତର ହୋଇଛି। ତେଣୁ ରବିବାର ପୁଣିଥରେ ହୀରାକୁଦ ଜଳଭଣ୍ଡାରର ୪ଟି ସ୍ଲୁଇସ ଗେଟ୍‌ ଖୋଲାଯାଇ ବର୍ତ୍ତମାନ ମୋଟ୍‌ ୫ଟି ସ୍ଲୁଇସ୍‌ ଗେଟ ଜରିଆରେ ମହାନଦୀକୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ ଜାରି ରହିଛି। ରବିବାର ଅପରାହ୍ନ ସାଢ଼େ ୧୨ଟା ସମୟରେ ପ୍ରାପ୍ତ ସୂଚନା ଅନୁସାରେ ଜଳଭଣ୍ଡାରର ଜଳସ୍ତର ୬୨୯.୩୧ ଫୁଟ୍ରେ ପହଞ୍ଚିଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୧ ଲକ୍ଷ ୨୫ ହଜାର ୦୯୫ ଘନଫୁଟ ବନ୍ୟା ଜଳ ପ୍ରବେଶ କରୁଛି। ସେହିପରି ଜଳଭଣ୍ଡାରରୁ ପ୍ରତି ସେକେଣ୍ଡରେ ହାରାହାରି ମୋଟ ୧ ଲକ୍ଷ ୧୬ ହଜାର ୯୭୦ ଘନଫୁଟ ଜଳ ନିଷ୍କାସିତ ହେଉଛି। ସେଥିମଧ୍ୟରୁ ଜଳଭଣ୍ଡାରର ବାମ ପାର୍ଶ୍ୱର ୩ ଓ ଦକ୍ଷିଣ ପାର୍ଶର ୨ଟି ମିଶି ମୋଟ ୫ଟି ସ୍ଲୁଇସ୍‌ ଗେଟ୍‌ ଜରିଆରେ ୮୧ ହଜାର ୯୨୫ ଘନଫୁଟ, ପାଓ୍ବାର ଚ୍ୟାନେଲରେ ୩୧,୧୯୭ ଘନଫୁଟ, ବରଗଡ଼ କେନାଲରେ ୩,୦୭୨, ଶାସନ କେନାଲରେ ୪୫୦ ଓ ସମ୍ବଲପୁର କେନାଲରେ ୧୦୫ ଶିଳ୍ପଭିତ୍ତିକ ବ୍ୟବହାର ପାଇଁ ୨୨୧ ଘନଫୁଟ ଜଳ ନିଷ୍କାସିତ ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

‘ଗାଡ଼ି ଗଭୀର ଖାଲ ଆଡ଼କୁ ମାଡ଼ିଚାଲିଛି; ବ୍ରେକ ଲଗାଇବାର ସମୟ ଆସିଯାଇଛି’ AIକୁ ନେଇ ଆମେରିକୀୟ ଆଇନ ପ୍ରଣେତାଙ୍କ ଚେତାବନୀ

ଓ୍ବାଶିଂଟନ,୧୩।୯: ଆମେରିକାର ସିନେଟର ବର୍ନି ସାଣ୍ଡର୍ସ ରବିବାର କହିଛନ୍ତି ଯେ AI (କୃତ୍ରିମ ବୁଦ୍ଧିମତ୍ତା) ବିକାଶର ଗତି ମନ୍ଥର କରିବା ପାଇଁ ଡାରିଓ ଆମୋଡେଇ, ସାମ ଅଲ୍ଟମ୍ୟାନ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି

ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…

ନୂଆଁଖାଇରେ ସମ୍ବଲପୁରୀ ଲୁଗାର କ୍ରେଜ୍‌, ବଢ଼ୁଛି ବେପାର: ବଜାରରେ ଜମୁଛି ଭିଡ଼

ଅମରପାଲି, ୧୩/୯ (ପୀତାମ୍ବର ସାହୁ): ନୂଆଁଖାଇ ପର୍ବକୁ ଆଉ କିଛି ଦିନ ବାକି ଥିବାବେଳେ ପଶ୍ଚିମ ଓଡ଼ିଶାର ବଜାରରେ ଦେଖାଦେଇଛି ଉତ୍ସବର ରଙ୍ଗ। ନୂଆଁଖାଇରେ ନୂଆ ପୋଷାକ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

ଚାଲିଗଲେ ହରି ନନା, ହାଣ୍ଡିରେ ରହିଗଲା ସ୍ୱାଦ: ଆଉ ମିଳିବନି…

ବଡ଼ଗାଁ, ୧୩।୯ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଓ ଆଖପାଖ ଅଞ୍ଚଳରେ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତି ପାଇଁ ବେଶ୍‌ ପରିଚିତ ରୋଷେୟା ହରିହର ବିଶି (୬୨)ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?