ଖୋଲିଲା ହୀରାକୁଦ ଜଳଭଣ୍ଡାର: ୪ଟି ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୨।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର କ୍ୟାଚମେଣ୍ଟ ଅଞ୍ଚଳରେ ପ୍ରବଳ ବର୍ଷା ଯୋଗୁ ଜଳଭଣ୍ଡାରକୁ ଅତିରିକ୍ତ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ପାଇଛି। ଫଳରେ ଜଳଭଣ୍ଡାରର ଜଳପତ୍ତନ ମଧ୍ୟ କ୍ରମଶଃ ବୃଦ୍ଧି ପାଇଛି। ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ୬୩୦ ଫୁଟ ରହିଥିବା ବେଳେ ଜଳଧାରଣର ସଠିକ ପରିଚାଳନା ସ୍ବରୂପ ଅତିରିକ୍ତ ବନ୍ୟାଜଳ ନିଷ୍କାସନ ପାଇଁ ଶନିବାର ପୁଣିଥରେ ହୀରାକୁଦ ଜଳଭଣ୍ଡାରର ସ୍ଲୁଇସ ଗେଟ ଖୋଲାଯାଇଛି। ବାମ ପାଶର୍‌ବର ୩ ଓ ଦକ୍ଷିଣ ପାର୍ଶର ଗୋଟିଏ ମିଶି ମୋଟ ୪ଟି ସ୍ଲୁଇସ ଗେଟ୍‌କୁ ଶନିବାର ପୂର୍ବାହ୍ନ ୧୦ଟାରେ ଖୋଲାଯାଇ ଜଳଭଣ୍ଡାରରୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ ଆରମ୍ଭ କରାଯାଇଛି। ଏହା ପୂର୍ବରୁ ମହାନଦୀ ଅବବାହିକାରେ ଥିବା ଗ୍ରାମ ଗୁଡ଼ିକରେ ବସବାସ କରୁଥିବା ଲୋକଙ୍କୁ ମହାନଦୀରେ ବନ୍ୟାଜଳ ନିଷ୍କାସନ ନେଇ ଡାକବାଜି ଯନ୍ତ୍ରରେ ସମୃକ୍ତ ପ୍ରଶାସନ ପକ୍ଷରୁ ସତର୍କ କରାଯାଇଥିଲା।
ଗତ ଜୁଲାଇ ୬ ତାରିଖରେ ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ ପାଇଁ ଏକକାଳୀନ ୨୦ ଟି ସ୍ଲୁଇସ ଗେଟ ଖୋଲାଯାଇ ଅତିରିକ୍ତ ବନ୍ୟାଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ପରେ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ କ୍ରମଶଃ ହ୍ରାସ ପାଇବାରୁ ପର୍‌ୟଯାୟକ୍ରମେ ଗତ ଅଗଷ୍ଟ ୩ ତାରିଖରେ ଜଳଭଣ୍ଡାରର ସମସ୍ତ ସ୍କୁଇସ ଗେଟକୁ ବନ୍ଦ କରି ଦିଆଯାଇଥିଲା। ଜଳ ପ୍ରବେଶ ପରିମାଣ ବୃଦ୍ଧି ପାଇବାରୁ ଆଜି ଜଳଭଣ୍ଡାରରୁ ପୁଣିଥରେ ଦ୍ବିତୀୟ ପର୍ଯାୟ ବନ୍ୟାଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ତେବେ ମିଳିଥିବା ଶେଷ ସୂଚନା ଅନୁସାରେ ଜଳଭଣ୍ଡାରର ଜଳ ପତ୍ତନ ୬୨୦.୫୦ ଫୁଟ ରହିଥିଲା। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରହାରି ୨ ଲକ୍ଷ ୫୨ ହାଜର ୪୫୫ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ପ୍ରତି ସେକେଣ୍ଡରେ ହାରାହାରି ୧ ଲକ୍ଷ ଘନଫୁଟ ଅତିରିକ୍ତ ବନ୍ୟାଜଳ ନିଷ୍କାସିତ ହେଉଉଛି। ଜଳଭଣ୍ଡାର ପାଣିପାଗ ନିମନ୍ତ୍ରଣ କକ୍ଷ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଜଳଭଣ୍ଡାର ଉପରମୁଣ୍ଡରେ ୨୧.୬୩ ମିଲିମିଟର ଓ ତଳମୁଣ୍ଡରେ ୨୭.୬୮ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

ଶନିଙ୍କ ଚଳନରେ ମାଲାମାଲ ହେବେ ୪ ରାଶି: ଅଚାନକ ବଦଳିଯିବ ଭାଗ୍ୟ, ହେବ ଧନବର୍ଷା

ବୈଦିକ ଜ୍ୟୋତିଷରେ ଶନିଦେବଙ୍କ ଚଳନ ଓ ନକ୍ଷତ୍ର ପରିବର୍ତ୍ତନକୁ ବିଶେଷ ମହତ୍ତ୍ୱ ଦିଆଯାଏ। ଶନି ରାଶି କିମ୍ବା ନକ୍ଷତ୍ର ପରିବର୍ତ୍ତନ କଲେ ଏହାର ପ୍ରଭାବ ସମସ୍ତ ୧୨ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri