ବଢୁଛି ହୀରାକୁଦ ଜଳଭଣ୍ଡାର ଜଳପତ୍ତନ: ୨୦ଟି ସ୍ଲୁଇସ୍‌ ଗେଟ୍‌ ଜରିଆରେ ଜଳ ନିଷ୍କାସନ ଜାରି

ସମ୍ବଲପୁର,୨୮ା୭(ପ୍ରମୋଦ ବହିଦାର):ଉପରମୁଣ୍ଡରେ ପ୍ରବଳ ବର୍ଷାଯୋଗୁ ହୀରାକୁଦ ଜଳଭଣ୍ଡାରର ଜଳପତ୍ତନ ବୃଦ୍ଧି ପାଉଛି। ୨୦ଟି ସୁଇସ୍‌ ଗେଟ୍‌ ଜରିଆରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ ପ୍ରକ୍ରିୟା ଜାରି ରହିଛି। ଶନିବାର ରାତି ସାଢ଼େ ୯ଟା ସୁଦ୍ଧା ହସ୍ତଗତ ହୋଇଥିବା ଖବର ଅନୁସାରେ ଜଳଭଣ୍ଡାରର ଜଳପତ୍ତନ ବୃଦ୍ଧି ପାଇ ୬୧୫.୧୦ ଫୁଟ୍‌ରେ ପହଞ୍ଚତ୍ଛି। ଏହି ସମୟରେ ଜଳଭଣ୍ଡାରକୁ ସେକେଣ୍ଡ ପ୍ରତି ହାରାହାରି ୪ ଲକ୍ଷ ୧୧ ହଜାର ୪୫୨ ଘନଫୁଟ୍‌ ଜଳ ପ୍ରବେଶ କରୁଥିବା ବେଳେ ପ୍ରତି ସେକେଣ୍ଡରେ ମୋଟ ୩ ଲକ୍ଷ ୪୩ ହଜାର ୭୨୦ ଘନଫୁଟ୍‌ ଅତିରିକ୍ତ ବନ୍ୟାଜଳ ନିଷ୍କାସିତ ହେଉଛି। ସେଥିମଧ୍ୟରୁ ବାମ ପାର୍ଶ୍ୱସ୍ଥ ୧୩, ଦକ୍ଷିଣ ପାର୍ଶ୍ୱସ୍ଥ ୭ଟି ମିଶି ମୋଟ୍‌ ୨୦ଟି ଗେଟ୍‌ ମାଧ୍ୟମରେ ମହାନଦୀକୁ ପ୍ରତି ସେକେଣ୍ଡରେ ମୋଟ୍‌ ୩ ଲକ୍ଷ ୦୫ ହଜାର ୪୪୦ ଘନଫୁଟ୍‌ ଜଳ ନିଷ୍କାସିତ ହେଉଛି। ସେହିପରି ଶକ୍ତି ଉତ୍ପାଦନ ପାଇଁ ପାୱାର ଚ୍ୟାନେଲରେ ୩୪,୨୭୦ ଘନଫୁଟ୍‌, ଶିଳ୍ପସଂସ୍ଥା ପାଇଁ ୨୩୪ ଘନଫୁଟ୍‌ ଏବଂ ଜଳ ସେଚନ ପାଇଁ ବରଗଡ଼ କେନାଲରେ ୩୦୫୮, ଶାସନ କେନାଲରେ ୬୩୦ ଓ ସମ୍ବଲପୁର କେନାଲରେ ୮୮ ଘନଫୁଟ୍‌ ଜଳ ମିଶି ମୋଟ୍‌ ୩୭୭୬ ଘନଫୁଟ୍‌ ଜଳ ନିଷ୍କାସନ କରାଯାଉଛି।
ଜଳଭଣ୍ଡାର ପାଣିପାଗ ନିମନ୍ତ୍ରଣ କକ୍ଷ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ଜଳଭଣ୍ଡାର ଉପରମୁଣ୍ଡରେ ୬.୯୯ ମିଲିମିଟର ଓ ତଳମୁଣ୍ଡରେ ୬.୧୯ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri