ଫୁଲୁଛି ହୀରାକୁଦ, ଚଳିତବର୍ଷ ଖୋଲିବ ସର୍ବାଧିକ ୨୪ ଗେଟ୍‌

ସମ୍ବଲପୁର,୫ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ଶୁକ୍ରବାର ଅଧିକ ୪ଟି ସ୍ଲୁଇସ୍‌ ଖୋଲାଯାଇ ମୋଟ ୨୦ଟି ସ୍ଲୁଇସ ଗେଟ୍‌ରେ ଜଳଭଣ୍ଡାରରୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି।

ସୂଚନାଯୋଗ୍ୟ, ଗୁରୁବାର ୩ଟି ପର୍ଯ୍ୟାୟରେ ଅଧିକ ୧୦ଟି ସ୍ଲୁଇସ ଗେଟ୍‌ ଖୋଲାଯାଇ ମୋଟ୍‌ ୧୬ଟି ସ୍ଲୁଇସ୍‌ ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ ଜାରି ରହିଥିଲା। ମାତ୍ର ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ଆଶଙ୍କାକୁ ଦୃଷ୍ଟି ରଖି ହୀରାକୁଦ ନଦୀବନ୍ଧ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ କ୍ରମେ ଶୁକ୍ରବାର ସକାଳେ ପ୍ରଥମ ପର୍ଯ୍ୟାୟରେ ୪ଟି ସ୍ଲୁଇସ୍‌ ଗେଟ୍‌ ଖୋଲି ମୋଟ୍‌ ୨୦ଟି ସ୍ଲୁଇସ୍‌ ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଇଥିଲା। ପରବର୍ତ୍ତୀ କାଳରେ ଶୁକ୍ରବାର ଅପରାହ୍ନରେ ପୁଣିଥରେ ଦ୍ବିତୀୟ ପର୍ଯ୍ୟାୟରେ ଜଳଭଣ୍ଡାରର ଆହୁରି ୪ଟି ସ୍ଲୁଇସ୍‌ ଗେଟ୍‌ ଖୋଲିବାକୁ ନିଷ୍ପତ୍ତି ହୋଇଛି। ଫଳରେ ଚଳିତବର୍ଷ ହୀରାକୁଦ ଜଳଭଣ୍ଡାରର ସର୍ବାଧିକ ୨୪ଟି ସ୍ଲୁଇସ ଗେଟ୍‌ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯିବ। ତେବେ ଶୁକ୍ରବାର ମଧ୍ୟାହ୍ନ ସାଢ଼େ ୧୨ଟାରେ
ମିଳିଥିବା ଶେଷ ସୂଚନା ଅନୁସାରେ ଜଳଭଣ୍ଡାରର ଜଳପତ୍ତନ ୬୨୬.୬୨ ଫୁଟ ରହିଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରହାରି ୩ ଲକ୍ଷ ୬୯ ହଜାର ୨୫୮ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ଜଳଭଣ୍ଡାରରୁ ହାରହାରି ୩ ଲକ୍ଷ ୫୩ ହାଜର ୯୦୧ ଘନଫୁଟ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ସେଥିମଧ୍ୟରେ ୨୯ଟି ସ୍କୁଇସ ଗେଟ୍‌ ଜରିଆରେ ମହାନଦୀକୁ ପ୍ରତି ସେକେଣ୍ଡରେ ହାରାହାରି ମୋଟ୍‌ ୩ ଲକ୍ଷ ୨୩ ହାଜର ୬୬୦ ଘନଫୁଟ, ଶକ୍ତି ଉତ୍ପାଦନ ପାଇଁ ପାଓ୍ବାର ଚ୍ୟାନେଲରେ ୨୫,୯୯୩ ଘନଫୁଟ, ଶିଳ୍ପସଂସ୍ଥା ପାଇଁ ୨୧୪ ଘନଫୁଟ ଏବଂ ଜଳସେଚନ ପାଇଁ ବରଗଡ଼ କେନାଲରେ ୩୩୨୩, ଶାସନ କେନାଲରେ ୬୩୦ ଓ ସମ୍ବଲପୁର କେନାଲରେ ୮୧ ଘନଫୁଟ ଜଳ ମିଶି ମୋଟ୍‌ ୪୦୩୪ ଘନଫୁଟ ଫୁଟ ଜଳ ନିଷ୍କାସନ କରାଯାଉଛି।
ଏସମ୍ପର୍କରେ ବୁର୍ଲାସ୍ଥିତ ହୀରାକୁଦ ନଦୀବନ୍ଧ ମୁଖ୍ୟଯନ୍ତ୍ରୀ ତଥା ମହାନଦୀ ଅବବାହିକା ପ୍ରବନ୍ଧକ ଇଂ. ସୁଶୀଲ ବେହେରା କହିଛନ୍ତି ଯେ, ଆଗକୁ ଆବଶ୍ୟକସ୍ଥଳେ ଜଳଭଣ୍ଡାରର ୨୪ଟି ପର୍ଯ୍ୟନ୍ତ ସ୍ଲୁଇସ୍‌ ଗେଟ୍‌ ଗେଟ୍‌ ଖୋଲାଯାଇ ପାରିବ। ଏହାଦ୍ବାର ମହାନଦୀ ତଳମୁଣ୍ଡରେ ବନ୍ୟା ଜନିତ କୌଣସି ବିପଦର ଆଶଙ୍କା ନାହିଁ। ବର୍ତ୍ତମାନ ଜଳଭଣ୍ଡାରର ସର୍ବନିମ୍ନ ଜଳସ୍ତର ୬୧୯ ଫୁଟ ଓ ସର୍ବାଧିକ ୬୨୭ ଫୁଟ ରହିବା କଥା।

ସେହି ଅନୁଯାୟୀ, ସେପ୍ଟେମ୍ବର ୧୧ରେ ୬୨୯ ଫୁଟ ମଧ୍ୟରେ ଏବଂ ସେପ୍ଟେମ୍ବର ୨୧ର ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ପ୍ରାୟ ୬୩୦ ଫୁଟ୍‌ ବଜାୟ ରଖିବାକୁ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ

ଭୁବନେଶ୍ୱର,୧୬।୩: ଓଡ଼ିଶା ପାଇଁ ଏକ ବଡ଼ ଖବର। ରାଜ୍ୟରେ ଗଡ଼ିବ ବିକାଶର ଗାଡ଼ି। ପଶ୍ଚିମବଙ୍ଗର ଖଡ଼ଗପୁରରୁ ଆନ୍ଧ୍ରପ୍ରଦେଶର ବିଜୟୱାଡାକୁ ସଂଯୋଗ କରୁଥିବା ହାଇସ୍ପିଡ୍ କରିଡର ଏବେ ଓଡ଼ିଶାର…

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଗୋଟେ ଚୁଟ୍‌କିରେ ବଦଳିଗଲା ରାଜ୍ୟ ସଭା ଗଣିତ: କ’ଣ ଭାବିଥିଲେ, କ’ଣ ହେଲା…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ଭାଜପାର ମନମୋହନ ସାମଲ ଓ ସୁଜିତ କୁମାର ବିଜୟୀ ହୋଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri