ଫୁଲୁଛି ହୀରାକୁଦ, ଚଳିତବର୍ଷ ଖୋଲିବ ସର୍ବାଧିକ ୨୪ ଗେଟ୍‌

ସମ୍ବଲପୁର,୫ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ଯୋଗୁ ଶୁକ୍ରବାର ଅଧିକ ୪ଟି ସ୍ଲୁଇସ୍‌ ଖୋଲାଯାଇ ମୋଟ ୨୦ଟି ସ୍ଲୁଇସ ଗେଟ୍‌ରେ ଜଳଭଣ୍ଡାରରୁ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି।

ସୂଚନାଯୋଗ୍ୟ, ଗୁରୁବାର ୩ଟି ପର୍ଯ୍ୟାୟରେ ଅଧିକ ୧୦ଟି ସ୍ଲୁଇସ ଗେଟ୍‌ ଖୋଲାଯାଇ ମୋଟ୍‌ ୧୬ଟି ସ୍ଲୁଇସ୍‌ ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ ଜାରି ରହିଥିଲା। ମାତ୍ର ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ବୃଦ୍ଧି ଆଶଙ୍କାକୁ ଦୃଷ୍ଟି ରଖି ହୀରାକୁଦ ନଦୀବନ୍ଧ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ କ୍ରମେ ଶୁକ୍ରବାର ସକାଳେ ପ୍ରଥମ ପର୍ଯ୍ୟାୟରେ ୪ଟି ସ୍ଲୁଇସ୍‌ ଗେଟ୍‌ ଖୋଲି ମୋଟ୍‌ ୨୦ଟି ସ୍ଲୁଇସ୍‌ ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଇଥିଲା। ପରବର୍ତ୍ତୀ କାଳରେ ଶୁକ୍ରବାର ଅପରାହ୍ନରେ ପୁଣିଥରେ ଦ୍ବିତୀୟ ପର୍ଯ୍ୟାୟରେ ଜଳଭଣ୍ଡାରର ଆହୁରି ୪ଟି ସ୍ଲୁଇସ୍‌ ଗେଟ୍‌ ଖୋଲିବାକୁ ନିଷ୍ପତ୍ତି ହୋଇଛି। ଫଳରେ ଚଳିତବର୍ଷ ହୀରାକୁଦ ଜଳଭଣ୍ଡାରର ସର୍ବାଧିକ ୨୪ଟି ସ୍ଲୁଇସ ଗେଟ୍‌ ଖୋଲାଯାଇ ବନ୍ୟାଜଳ ନିଷ୍କାସନ କରାଯିବ। ତେବେ ଶୁକ୍ରବାର ମଧ୍ୟାହ୍ନ ସାଢ଼େ ୧୨ଟାରେ
ମିଳିଥିବା ଶେଷ ସୂଚନା ଅନୁସାରେ ଜଳଭଣ୍ଡାରର ଜଳପତ୍ତନ ୬୨୬.୬୨ ଫୁଟ ରହିଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରହାରି ୩ ଲକ୍ଷ ୬୯ ହଜାର ୨୫୮ ଘନଫୁଟ ବନ୍ୟାଜଳ ପ୍ରବେଶ କରୁଥିବାବେଳେ ଜଳଭଣ୍ଡାରରୁ ହାରହାରି ୩ ଲକ୍ଷ ୫୩ ହାଜର ୯୦୧ ଘନଫୁଟ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ସେଥିମଧ୍ୟରେ ୨୯ଟି ସ୍କୁଇସ ଗେଟ୍‌ ଜରିଆରେ ମହାନଦୀକୁ ପ୍ରତି ସେକେଣ୍ଡରେ ହାରାହାରି ମୋଟ୍‌ ୩ ଲକ୍ଷ ୨୩ ହାଜର ୬୬୦ ଘନଫୁଟ, ଶକ୍ତି ଉତ୍ପାଦନ ପାଇଁ ପାଓ୍ବାର ଚ୍ୟାନେଲରେ ୨୫,୯୯୩ ଘନଫୁଟ, ଶିଳ୍ପସଂସ୍ଥା ପାଇଁ ୨୧୪ ଘନଫୁଟ ଏବଂ ଜଳସେଚନ ପାଇଁ ବରଗଡ଼ କେନାଲରେ ୩୩୨୩, ଶାସନ କେନାଲରେ ୬୩୦ ଓ ସମ୍ବଲପୁର କେନାଲରେ ୮୧ ଘନଫୁଟ ଜଳ ମିଶି ମୋଟ୍‌ ୪୦୩୪ ଘନଫୁଟ ଫୁଟ ଜଳ ନିଷ୍କାସନ କରାଯାଉଛି।
ଏସମ୍ପର୍କରେ ବୁର୍ଲାସ୍ଥିତ ହୀରାକୁଦ ନଦୀବନ୍ଧ ମୁଖ୍ୟଯନ୍ତ୍ରୀ ତଥା ମହାନଦୀ ଅବବାହିକା ପ୍ରବନ୍ଧକ ଇଂ. ସୁଶୀଲ ବେହେରା କହିଛନ୍ତି ଯେ, ଆଗକୁ ଆବଶ୍ୟକସ୍ଥଳେ ଜଳଭଣ୍ଡାରର ୨୪ଟି ପର୍ଯ୍ୟନ୍ତ ସ୍ଲୁଇସ୍‌ ଗେଟ୍‌ ଗେଟ୍‌ ଖୋଲାଯାଇ ପାରିବ। ଏହାଦ୍ବାର ମହାନଦୀ ତଳମୁଣ୍ଡରେ ବନ୍ୟା ଜନିତ କୌଣସି ବିପଦର ଆଶଙ୍କା ନାହିଁ। ବର୍ତ୍ତମାନ ଜଳଭଣ୍ଡାରର ସର୍ବନିମ୍ନ ଜଳସ୍ତର ୬୧୯ ଫୁଟ ଓ ସର୍ବାଧିକ ୬୨୭ ଫୁଟ ରହିବା କଥା।

ସେହି ଅନୁଯାୟୀ, ସେପ୍ଟେମ୍ବର ୧୧ରେ ୬୨୯ ଫୁଟ ମଧ୍ୟରେ ଏବଂ ସେପ୍ଟେମ୍ବର ୨୧ର ଜଳଭଣ୍ଡାରର ସର୍ବୋଚ୍ଚ ଜଳଧାରଣ କ୍ଷମତା ପ୍ରାୟ ୬୩୦ ଫୁଟ୍‌ ବଜାୟ ରଖିବାକୁ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri