୬୨୬ ଫୁଟ୍‌ରେ ହୀରାକୁଦର ଜଳସ୍ତର: ପୁଣି ଖୋଲିପାରେ ଅଧିକ ଗେଟ୍‌

ସମ୍ବଲପୁର,୧୬ା୮(ବ୍ୟୁରୋ): ଉପର ମୁଣ୍ଡରେ ଲଗାଣ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ମଙ୍ଗଳବାର ଜଳ ପ୍ରବେଶ ପରିମାଣ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ୨୬ଟି ଗେଟ୍‌ରୁ ଡ୍ୟାମ୍‌ରୁ ବନ୍ୟାଜଳ ନିଷ୍କାସନ ହେଉଛି। ପ୍ରତି ସେକେଣ୍ଡରେ ଡ୍ୟାମ୍‌କୁ ୭ଲକ୍ଷ ୬୫ ହଜାର ୮୫୮ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୪ଲକ୍ଷ ୪୮ ହଜାର ୨୦୫ କ୍ୟୁସେକ ଜଳ ନିଷ୍କାସିତ ହେଉଛି।

ଏଭଳି ସ୍ଥିତିରେ ଡ୍ୟାମ୍‌ର ଜଳ ଧାରଣ କ୍ଷମତା ୬୩୦ ଫୁଟ୍‌ ଥିବା ବେଳେ ମଧ୍ୟାହ୍ନ ସୁଦ୍ଧା ଜଳସ୍ତର ୬୨୬ ଫୁଟ୍‌ରେ ପହଞ୍ଚିଛି। ଏନେଇ ଡ୍ୟାମ ମୁଖ୍ୟଯନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରାଯାଉଛି। ଆଗକୁ ଡ୍ୟାମ୍‌ର ଅଧିକ ଗେଟ୍‌ ଖୋଲିବା ନେଇ ଆଲୋଚନା କରାଯାଉଛି। ଅନ୍ୟପକ୍ଷେ ସମ୍ବଲପୁର ସହରରେ ଡ୍ୟାମ୍‌ ଖୋଲିବା ନେଇ ଡାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ସଚେତନ କରାଯାଉଛି। ଏପରି କି ଅପରାହ୍ନରେ ଡ୍ୟାମ୍‌ର ଗେଟ୍‌ ଖୋଲିବା ନେଇ ନିଷ୍ପତ୍ତି ନିଆଯାଇପାରେ ବୋଲି ସୂଚନା ମିଳିଛି। ଏଭଳି ସ୍ଥିତିରେ କଟକ ମୁଣ୍ଡଳୀରେ ବିପଦ ସଙ୍କେତ ଟପିଛି ଜଳସ୍ତର। ଫଳରେ ମହାନଦୀରେ ଏକ ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଉଛି। ଅନ୍ୟପକ୍ଷେ ଉପକୂଳ ଅଞ୍ଚଳର ବିଭିନ୍ନ ସ୍ଥାନରେ ଘାଇ ସୃଷ୍ଟି ହୋଇଥିବା ଖବର ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri