ନୂଆଦିଲ୍ଲୀ, ୨।୯: ୧୯୯୦ ବ୍ୟାଚ୍ ଭାରତୀୟ ସୂଚନା ସେବା(ଆଇଆଇଏସ୍) ଅଧିକାରୀ ଧୀରେନ୍ଦ୍ର ଓଝା ସେଣ୍ଟ୍ରାଲ୍ ବ୍ୟୁରୋ ଅଫ୍ କମ୍ୟୁନିକେଶନ(ସିବିସି)ର ମହାନିର୍ଦ୍ଦେଶକ ଭାବେ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସିବିସି ମହାନିର୍ଦ୍ଦେଶକ ଥିବା ବରିଷ୍ଠ ଆଇଆଇଏସ୍ ଅଧିକାରୀ ମନୀଷ ଦେଶାଇ ପତ୍ର ସୂଚନା କାର୍ଯ୍ୟାଳୟ(ପିଆଇବି)ର ପ୍ରମୁଖ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ନେବା ପରେ ଓଝାଙ୍କୁ ତାଙ୍କ ସ୍ଥାନରେ ଅବସ୍ଥାପିତ କରାଯାଇଛି। ଏହା ପୂର୍ବରୁ ଓଝା ନୂଆଦିଲ୍ଲୀସ୍ଥିତ ଆର୍ଏନ୍ଆଇର ପ୍ରେସ୍ ରେଜିଷ୍ଟ୍ରାର ଭାବେ କାର୍ଯ୍ୟ କରିଛନ୍ତି। ଏପରି କି ଏନ୍ଏମ୍ଡବ୍ଲ୍ୟୁ ଏବଂ ଇଏମ୍ଏମ୍ସିର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇଛନ୍ତି। ଏବେ ମଧ୍ୟ ସେ ଏହି ଅତିରିକ୍ତ ଦାୟିତ୍ୱ ତୁଲାଇବେ।
୩ ଦଶନ୍ଧିରୁ ଊର୍ଦ୍ଧ୍ୱ ସମୟ ଧରି ଓଝା ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ ହୋଇ ଦକ୍ଷତାର ସହ କାର୍ଯ୍ୟ ତୁଲାଇଛନ୍ତି। ସେ ଭାରତୀୟ ନିର୍ବାଚନ ଆୟୋଗର ନିର୍ଦ୍ଦେଶକ ଏବଂ ମହାନିର୍ଦ୍ଦେଶକ ପଦବୀରେ ଅବସ୍ଥାପିତ ହୋଇଥିଲେ। ଏପରି କି ଦୁବାଇରେ ସ୍ବତନ୍ତ୍ର ପ୍ରତିନିଧି ଭାବେ କାର୍ଯ୍ୟ କରିଛନ୍ତି। ଓଝା ଦୂରଦର୍ଶନ ଏବଂ ଆକାଶବାଣୀର ବହୁ ପଦବୀରେ ରହି କାର୍ଯ୍ୟ କରିଛନ୍ତି।
ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ
ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍ବରେ ଏକ କାର୍ ପୋଡିଯାଇ ପଡି ରହିଥିବା…
ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ
ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…
ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ
ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…
କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ
ଚେନ୍ନାଇ,୧୭।୨: ଏମ୍ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…
ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ
ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…
ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ
ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…
ଆଉ ୨ଦିନ କଲବଲ କରିବ କୁହୁଡ଼ି
ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…
ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…
ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…
Archives

