Posted inଜାତୀୟ

ଅକାଳୀ ଦଳ-ବିଏସ୍‌ପି ମଧ୍ୟରେ ମେଣ୍ଟ: ଆସନ ଭାଗବଣ୍ଟା ବି ଚୂଡ଼ାନ୍ତ

ଚଣ୍ଡିଗଡ଼,୧୨।୬: ବିଭିନ୍ନ ରାଜ୍ୟର ରାଜନୈତିକ ଦଳରେ ବର୍ତ୍ତମାନ ମିଶ୍ରଣ ପର୍ବ ଚାଲିଛି। ଏତଦ୍‌ ବ୍ୟତୀତ ଦଳକୁ ସୁଦୃଢ଼ କରିବା ପାଇଁ ବିଭିନ୍ନ ଦଳ ମଧ୍ୟରେ ମେଣ୍ଟ ହେଉଥିବାର ମଧ୍ୟ ନଜିର ରହିଛି। ସେହିପରି ଆସନ୍ତା ବର୍ଷ ପଞ୍ଜାବରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଏବେଠାରୁ ରାଜନୈତିକ ସରଗରମ ଦେଖାଦେଇଛି। ଇତିମଧ୍ୟରେ ଶନିବାର ପଞ୍ଜାବର ସିରୋମଣି ଅକାଳୀ ଦଳ(ଏସ୍‌ଏଡି) ଓ ମାୟାବତୀଙ୍କ ବହୁଜନ ସମାଜ ପାର୍ଟି (ବିଏସ୍‌ପି) ମଧ୍ୟରେ ଏକ ନିର୍ବାଚନୀ ମେଣ୍ଟ ହୋଇଥିବା ଜଣାପଡ଼ିଛି। ଅକାଲୀ ଦଳର ନେତା ସୁଖବୀର ବାଦଲ ଅକାଳୀ ଦଳ ଓ ବିଏସ୍‌ପି ମଧ୍ୟରେ ମେଣ୍ଟ ହୋଇଥିବା ନେଇ ଘୋଷଣା କରିଛନ୍ତି। ଏଥିସହ ପଞ୍ଜାବ ରାଜନୀତିରେ ଏହା ଏକ ନୂଆ ଦିନ। ଆସନ୍ତା ବର୍ଷ ଏହି ଦୁଇ ଦଳ ଏକାଠି ମିଶି ବିଧାନସଭା ନିର୍ବାଚନ ଲଢ଼ିବେ ବୋଲି ସୁଖବୀର କହିଛନ୍ତି। ଏଥିପାଇଁ ଆସନ ବଣ୍ଟନ ମଧ୍ୟ ଶେଷ ହୋଇଛି। ମୋଟ ୧୧୭ଟି ବିଧାନସଭା ଆସନରୁ ୨୦ଆସନରେ ବିଏସ୍‌ପି ଓ ୯୭ ଆସନରେ ଅକାଲୀ ଦଳ ନିର୍ବାଚନ ଲଢ଼ିବ। ଅନ୍ୟପଟେ ଏହି ଅବସରରେ ବିଏସ୍‌ପି ଏମ୍‌ପି ସତିଶ ମିଶ୍ର କହିଛନ୍ତି, ଏହା ଏକ ଐତିହାସିକ ଦିନ। କାରଣ ପଞ୍ଜାବର ସବୁଠାରୁ ବଡ଼ ଦଳ ସହିତ ମେଣ୍ଟ କରାଯାଇଛି। ସୂଚନାଯୋଗ୍ୟ, ୧୯୯୬ରେ ବି ବିଏସ୍‌ପି ଓ ଅକାଲୀ ଦଳ ଏକାଠି ମିଶି ଲୋକ ସଭା ନିର୍ବାଚନ ଲଢ଼ିଥିଲେ। ଦୁଇ ଦଳ ୧୩ ଆସନରୁ ୧୧ ଆସନରେ ବିଜୟୀ ଲାଭ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା...

‘ଦୂରଦର୍ଶନର ଗୈରିକୀକରଣ’

ନୂଆଦିଲ୍ଲୀ,୨୦ା୪: ସରକାରୀ ନ୍ୟୁଜ୍‌ ଚ୍ୟାନେଲ୍‌ ‘ଡିଡି ନ୍ୟୁଜ୍‌’ ଏହାର ନୂଆ ଲୋଗୋ ଉନ୍ମୋଚନ କରିବା ପରେ ଏହାକୁ ନେଇ ସୋସିଆଲ ମିଡିଆରେ ଜୋର୍‌ଦାର ପ୍ରତିକ୍ରିୟା ପ୍ରକାଶ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ବିପକ୍ଷରେ ପ୍ରାର୍ଥୀ ବଦଳାଇଲା ବିଏସ୍‌ପି

ଲକ୍ଷ୍ନୌ,୧୯।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ବିଏସ୍‌ପି ଏହାର ପ୍ରାର୍ଥୀଙ୍କ ଆଉ ଏକ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ମୋଟ ୧୧ ଜଣ...

କଂଗ୍ରେସ ପ୍ରାର୍ଥୀ ପାଇଁ ପ୍ରଚାର କଲେ ଶାହାରୁଖ ଖାନ୍‌! ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୯।୪: କଂଗ୍ରେସ ପାଇଁ ପ୍ରଚାର କଲେ ବଲିଉଡର କିଙ୍ଗ ଖାନ୍‌ ଶାହରୁଖ ଖାନ୍‌। ଆଗାମୀ ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଷ୍ଟାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri