ବାନ୍ଧବୀଙ୍କୁ ବିବାହ କରିବେ ବିଧାୟକ ବିଜୟଶଙ୍କର

ଜଗତ୍‌ସିଂହପୁର ଅଫିସ, ୧୮।୫: ତିର୍ତ୍ତୋଲ ବିଧାୟକ ତଥା ସ୍ଥାନୀୟ ମକୁନ୍ଦପୁର ବିଜୟଶଙ୍କର ଦାସ (୩୦) ଖୁବ୍‌ଶୀଘ୍ର ତାଙ୍କ ବାନ୍ଧବୀ ତଥା ସ୍ଥାନୀୟ ଦେଉଳୀଗ୍ରାମେଶ୍ୱର ଗ୍ରାମର ସଂଗ୍ରାମ କିଶୋର ଦାଶଙ୍କ ଝିଅ ସୁମାଲିକା ଦାଶ (୨୯)ଙ୍କୁ ବିବାହ କରିବାକୁ ଯାଉଛନ୍ତି। ଏନେଇ ଉଭୟେ ମଙ୍ଗଳବାର ଜଗତ୍‌ସିଂହପୁର ଜିଲା ସବ୍‌ରେଜିଷ୍ଟ୍ରାର (ଡିଏସ୍‌ଆର୍‌)ଙ୍କ କମାର୍ଯ୍ୟାଳୟରେ ପହଞ୍ଚତ୍ ବିବାହ ପଞ୍ଜୀକରଣ ପାଇଁ ଆବେଦନ କରିଛନ୍ତି। ସେମାନଙ୍କ ସହ ଉଭୟଙ୍କ ପରିବାର ଲୋକେ, ଓକିଲ, ଜିଲା ପରିଷଦ ସଭାପତି ମନୋଜ ଭୋଇ ପ୍ରମୁଖ ଉପସ୍ଥିତ ଥିଲେ। ଏହାପରେ ସ୍ବତନ୍ତ୍ର ବିବାହ ଆଇନର ଦଫା ୫ରେ ଡିଏସ୍‌ଆର୍‌ଙ୍କ କାର୍ଯ୍ୟାଳୟ ପକ୍ଷରୁ ଉଭୟଙ୍କୁ ନୋଟିସ ଜାରି କରାଯାଇଛି। ଏକ ମାସରୁ ୩ ମାସ ମଧ୍ୟରେ ସେମାନେ ଆଇନ ଅନୁଯାୟୀ ବିବାହ ପଞ୍ଜୀକରଣ ସାର୍ଟିଫିକେଟ୍‌ ଗ୍ରହଣ କରିପାରିବେ ବୋଲି କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ। ଏହାପରେ ସାମାଜିକ ରୀତିନୀତି ଅନୁଯାୟୀ ବିବାହ ଯୋଜନା ଥିବା କୁହାଯାଇଛି।
୍ଯ ବିଜୟଶଙ୍କର ହେଉଛନ୍ତି ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ବିଷ୍ଣୁଚରଣ ଦାସଙ୍କ ଏକମାତ୍ର ପୁଅ। ଗତ ପଞ୍ଚାୟତ ନିର୍ବାଚନ ସମୟରେ ବିଜୟଶଙ୍କରଙ୍କ ସହ ସୁମାଲିକାଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ସୁମାଲିକା ଏହାକୁ ଭାଇରାଲ କଲାପରେ ଉଭୟଙ୍କ ପ୍ରେମ ସମ୍ପର୍କକୁ ନେଇ ସାରା ଜିଲାରେ ଚର୍ଚ୍ଚା ହୋଇଥିଲା। ଏ ସମ୍ପର୍କରେ ବିଜୟଶଙ୍କରଙ୍କୁ ପଚାରିବାରୁ, ମା’ଙ୍କ ଦେହ ଖରାପ ଥିବାରୁ ସେ ଡାକ୍ତରଖାନା ଯିବା ପାଇଁ ବ୍ୟସ୍ତ ଥିବା କହି କୌଣସି ପ୍ରତିକ୍ରିୟା ଦେବାକୁ ରାଜି ହୋଇ ନ ଥିବାବେଳେ ସୁମାଲିକା ଖୁସି ଅନୁଭବ କରୁଥିବା କହିବା ସହ ସମସ୍ତଙ୍କ ଆଶୀର୍ବାଦ ଲୋଡ଼ିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁବାବୁଙ୍କ ପ୍ରତି ଅଶାଳୀନ ମନ୍ତବ୍ୟର ପ୍ରତିବାଦ, ଏମ୍‌ପି ନିଶିକାନ୍ତ ଦୁବେଙ୍କ କୁଶପୁତ୍ତଳିକା ଦାହ କରି…

ଦେବଗଡ଼,୨ା୪(ଶଶାଙ୍କ ଶେଖର ଝାଙ୍କର): ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତି ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଦେଇଥିବା ଅପମାନ ଜନକ ମନ୍ତବ୍ୟକୁ ଦେବଗଡ଼ ଜିଲା ବିଜେଡି ପକ୍ଷରୁ ଦୃଢ଼…

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri