Posted inଜାତୀୟ

‘ତାଙ୍କର ଭିଜନ ବିକଶିତ ଭାରତର ସଂକଳ୍ପରେ…’, ଭାରତ ରତ୍ନଙ୍କ ୧୦୦ ତମ ଜନ୍ମ ଜୟନ୍ତିରେ ମୋଦିଙ୍କ ବିଶେଷ ବାର୍ତ୍ତା

ନୂଆଦିଲ୍ଲୀ,୨୫।୧୨: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୧୦୦ତମ ଜନ୍ମ ବାର୍ଷିକୀ । ଏହି ବିଶେଷ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ମନେ ପକାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଇନଷ୍ଟାଗ୍ରାମରେ ଲେଖିଛନ୍ତି, ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀ ଜୀଙ୍କୁ ତାଙ୍କର ୧୦୦ ତମ ଜନ୍ମ ବାର୍ଷିକୀରେ ଆଦରପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି। ଏକ ଶକ୍ତିଶାଳୀ, ସମୃଦ୍ଧ ଏବଂ ଆତ୍ମର୍ନିଭରଶୀଳ ଭାରତ ଗଠନ ପାଇଁ ସେ ନିଜ ଜୀବନକୁ ଉତ୍ସର୍ଗ କରିଥିଲେ। ତାଙ୍କର ଭିଜନ ଏବଂ ମିଶନ ଏକ ବିକଶିତ ଭାରତ ପାଇଁ ସଂକଳ୍ପରେ ନିରନ୍ତର ଶକ୍ତି ଯୋଗାଇବ।
ଏଥି ସହ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଇନଷ୍ଟାଗ୍ରାମରେ ଲେଖିଛନ୍ତି, ‘ମୁଁ ପୂର୍ବତନ ପ୍ରଧାନମନ୍ତ୍ରୀ, ଭାଜପାର ପ୍ରତିଷ୍ଠାତା ଅଟଳ ବିହାରୀ ବାଜପେୟୀ ଜୀଙ୍କୁ ତାଙ୍କ ଜନ୍ମ ବାର୍ଷିକୀରେ ଭକ୍ତପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଛି। ଅଟଳ ଜୀଙ୍କ ମାଧ୍ୟମରେ ଦେଶରେ ବିକାଶ ଏବଂ ସମୃଦ୍ଧତା ଆସିଛି। ଆଦର୍ଶ ଏବଂ ମୂଲ୍ୟବୋଧ ରାଜନୀତିରେ ତାଙ୍କର ଉତ୍ସର୍ଗୀକୃତ, ଭଲ ଶାସନର ଏକ ନୂତନ ଯୁଗ ଆରମ୍ଭ କରିଥିବା ବାଜପେୟୀ ଜି ତାଙ୍କ ରାଜନୈତିକ ଜୀବନରେ ସର୍ବଦା ଦେଶର ସୁରକ୍ଷା ଏବଂ ଜନ କଲ୍ୟାଣକୁ ପ୍ରାଧାନ୍ୟ ଦେଇଆସୁଥିଲେ। ଦେଶବାସୀଙ୍କୁ ଅନନ୍ତକାଳ ପର୍ଯ୍ୟନ୍ତ ଜାତୀୟ ସେବା ପଥରେ ମାର୍ଗଦର୍ଶନ ଜାରି ରଖିବେ ଭାରତର ଏହି ରତ୍ନ।


Enter your email to get our daily news in your inbox.

All Right Reserved By Dharitri.Com

Shubman Gill: ଟିମ୍ ଇଣ୍ଡିଆର ବଡ଼ ନିଷ୍ପତ୍ତି, ପ୍ଲେଇଂ ଇଲେଭେନରୁ ବିଦା ହେଲେ ଶୁଭମନ ଗିଲ୍

ନୂଆଦିଲ୍ଲୀ,୧୭ା୧୨: ଭାରତୀୟ କ୍ରିକେଟ୍ ଦଳ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି । ଦକ୍ଷିଣ ଆଫ୍ରିକା ବିପକ୍ଷ ଚତୁର୍ଥ ଟି-୨୦ ପାଇଁ ଶୁଭମନ ଗିଲଙ୍କୁ ପ୍ଲେଇଂ ଇଲେଭେନରୁ...

ବନ୍ଧୁକ ଦେଖାଇ ସୃଷ୍ଟି କରୁଥିଲେ ଆତଙ୍କ: ୩ ଜଣଙ୍କୁ ବାନ୍ଧିଲା ପୋଲିସ

ଭବାନୀପାଟଣା,୧୭ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜୁନାଗଡ଼ ପୋଲିସ ଏକ ଡକାୟତି ମାମଲାରେ ୩ ଜଣଙ୍କୁ ଗିରଫ କରି ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରିଛି। ଗିରଫ...

ପାଟିତୁଣ୍ଡରୁ ତୁମୁଳକାଣ୍ଡ, ଦାଦାକୁ ଠେଙ୍ଗାରେ ପିଟି ହତ୍ୟା କଲା ପୁତୁରା

ଢେଙ୍କାନାଳ,୧୭ା୧୨ (ରତନ ନାୟାର): ଢେଙ୍କାନାଳ ଜିଲା ସଦର ଥାନା ଗୋବିନ୍ଦପୁର ଫାଣ୍ଡି ହୁଣ୍ଡି ସାହିରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ମଙ୍ଗଳବାର ରାତିରେ...

ବେଆଇନ ବାଲି ଉତ୍ତୋଳନକୁ ନେଇ ତୁମୁଳକାଣ୍ଡ, ମାଫିଆଙ୍କ ଆକ୍ରମଣରେ ୨ ଆହତ

ପାଟଣା,୧୭ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟାଙ୍ଗରପଡ଼ା ପଞ୍ଚାୟତ ନୂଆପଡ଼ା ବୈତରଣୀ ନଦୀଘାଟରୁ ମଙ୍ଗଳବାର ରାତ୍ରି ବେଆଇନ ବାଲି ଉତ୍ତୋଲାନକୁ ନେଇ ତୁମୁଳ କାଣ୍ଡ...

ସାଇନ୍‌ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା

କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...

ହସ୍ପିଟାଲରେ ଭର୍ତ୍ତି ହେଲେ ଯଶସ୍ବୀ ଜୟସ୍ବାଲ, ହଠାତ୍ କଣ ହେଲା ଜାଣନ୍ତୁ

ନୂଆଦିଲ୍ଲୀ,୧୭ା୧୨: ଟିମ୍ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍ ଯଶସ୍ୱୀ ଜୟସ୍ୱାଲଙ୍କୁ ପୁଣେର ଆଦିତ୍ୟ ବିର୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହରିୟାଣା ବିପକ୍ଷରେ ସୟଦ ମୁସ୍ତାକ ଅଲି ଟ୍ରଫି...

ଇଥିଓପିଆରେ ମୋଦି ମ୍ୟାଜିକ, ପ୍ରଧାନମନ୍ତ୍ରୀ ଆବି ଅହମଦ ଅଲି ବ୍ୟକ୍ତିଗତ ଭାବେ କାର ଚଲାଇ ବିମାନବନ୍ଦରରେ ଛାଡିଲେ

ଆଦିସ ଅବାବା,୧୭।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚାରି ଦିନିଆ ତିନୋଟି ଦେଶ ଗସ୍ତରେ ଅଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ ମୋଦି ଇଥିଓପିଆରେ ପହଞ୍ଚିଥିଲେ, ଯେଉଁଠାରେ ଇଥିଓପିଆ ପ୍ରଧାନମନ୍ତ୍ରୀ...

ନବଜାତ ଶିଶୁପତ୍ର, ପ୍ରସୂତିଙ୍କ ମୃତ୍ୟୁର ହେବ ତଦନ୍ତ, ଅଧିକାରୀ କହିଲେ…

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ପଦାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ ପ୍ରସୂତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri